ବଣୁଆ ହାତୀ ଉପଦ୍ରବ: ଖାଇଲେ ଏକର ଏକର ଧାନ, ଭାଙ୍ଗିଲେ ଘର

ପାଟଣା,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୫ ଦିନ ହେବ ୨୪ ଟିକିଆ ବଣୁଆ ହାତୀପଲଙ୍କ ଦୌରାତ୍ମ୍ୟ ବଢ଼ି ଚାଲିିଛି। ହାତୀପଲ ଶୁକ୍ରବାର ବିଳମ୍ବିତ ରାତିରେ ମଲ୍ଲିପଶି ବିଟ୍‌ ମୂଷାଖରୀ ଗାଁ କାଶିଆ ସାହିରେ ୩ ଜଣଙ୍କ ଘର ଭାଙ୍ଗି ଦେଇଛନ୍ତି। ଫପ ମୁଣ୍ଡାଙ୍କ ଏକ ବଖରା, ଗଙ୍ଗା ମୁଣ୍ଡାଙ୍କ ଏକ ଛପର ଘର ଓ ହରେକୃଷ୍ଣ ନାଏକଙ୍କ ଘରକୁ ହାତୀ ଭାଙ୍ଗଛନ୍ତି। ଘର ଭିତରେ ଥିବା ଲୋକେ ଅଳ୍ପକେ ବର୍ତ୍ତି ଯାଇ ଥିବା ବେଳେ ବ୍ୟାପକ ଧାନ ଓ କଦଳୀ ଫସଲ ନଷ୍ଟ କରିଛନ୍ତି। ହାତୀପଲ ଅଞ୍ଚଳରେ ଏକର ଏକର ଧାନ ଫସଲ ଖାଇବା ଶହ ଦଳି ଚକଟି ନଷ୍ଟ କରିଛନ୍ତି। ଗାଁ ନିକଟରେ ହାତୀପଲ ବୁଲୁଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଖୁବ୍‌ଶୀଘ୍ର ଅଞ୍ଚଳରୁ ହାତୀପଲଙ୍କୁ ଘଉଡାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଘଟଣାସ୍ଥଳରେ ପାଟଣା ଫରେଷ୍ଟର ଚିତ୍ତରଞ୍ଜନ ପରିଡା ଓ କ୍ଷୀରେଇ ଟାଙ୍ଗିରି ଫରେଷ୍ଟର ସୁନିତା ବିଘେଲ ପାରାଷ୍ଟାଫ ସହାୟତାରେ ହାତୀଙ୍କ ଗତିବିଧି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri