କିଡିଗାଁରେ ବଣୁଆ ହାତୀ ଆତଙ୍କ, ଧାନ ଫସଲ ନଷ୍ଟ

ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍‌.ଏ.): ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମରେ ବଣୁଆ ହାତୀର ଉପଦ୍ରବ। ଗାଁ ନିକଟରେ ଥିବା ପାହାଡ଼ରେ ଦୁଇଟି ହାତୀ ରହିଛନ୍ତି। ଦୁଇଟି ବଣୁଆ ହାତୀ କିଡିଗାଁ ଗ୍ରାମର ନିକଟସ୍ଥ ପାହାଡକୁ ଆସି ରାତିରେ ଖାଦ୍ୟ ସଂଗ୍ରହ ପାଇଁ ଧାନ କ୍ଷେତରେ ପଶି ୨ଏକର ଧାନ ଫସଲ ନଷ୍ଟ କରିଦେଇଛନ୍ତି। ଖବରପାଇ ଜିଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତି ରାଓ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହ କ୍ଷତିଗ୍ରସ୍ତ ଚାଷୀ କେ.ମନ୍ମଥଙ୍କ ସହ ଆଲୋଚନା କରିଛନ୍ତି । ବନବିଭାଗ ଅଧିକାରୀଙ୍କୁ ଉକ୍ତ ଘଟଣା ନେଇ ସୂଚନା ଦିଆଯାଇଛି।ଶୀଘ୍ର ଉକ୍ତ ଅଞ୍ଚଳରୁ ହାତୀ ଗୁଡ଼ିକକୁ ହଟେଇବାର ବ୍ୟବସ୍ଥା କରାଯିବ ବୋଲି ଅଧ୍ୟକ୍ଷ କହିଛନ୍ତି । କାଶୀନଗର ବନବିଭାଗ ଅଧିକାରୀ ସୁଧୀର କୁମାର ବେହେରା କହିଛନ୍ତି ଯେ, ଉକ୍ତ ସ୍ଥାନରେ କାଶୀନଗର ଓ ଗାଇବା ବନବିଭାଗର କର୍ମଚାରୀ ମାନେ ଉପସ୍ଥିତ ଅଛନ୍ତି । ସେପଟେ ହାତୀକୁ ନେଇ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଗାଁ ଲୋକମାନେ କବାଟ ବନ୍ଦ କରି ଘରେ ରହୁଛନ୍ତି । ବିଭାଗ କର୍ମଚାରୀ କିଡିଗାଁ ଗାଁକୁ ଯାଇ ହାତୀପଲକୁ ଘଉଡାଇବା ପାଇଁ ଚେଷ୍ଟା କରୁଛି । ଅପରପକ୍ଷେ ଡାକବାଜି ଯନ୍ତ୍ର ସାହାଯ୍ୟରେ ବନବିଭାଗ ଲୋକଙ୍କୁ ସଚେତନ କରୁଛି। ଯେପରି କାହାର କୌଣସି କ୍ଷତି ନହେଉ ସେଥି ପ୍ରତି ସଜାଗ ରହିଛି ବନବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri