କିଡିଗାଁରେ ବଣୁଆ ହାତୀ ଆତଙ୍କ, ଧାନ ଫସଲ ନଷ୍ଟ

ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍‌.ଏ.): ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମରେ ବଣୁଆ ହାତୀର ଉପଦ୍ରବ। ଗାଁ ନିକଟରେ ଥିବା ପାହାଡ଼ରେ ଦୁଇଟି ହାତୀ ରହିଛନ୍ତି। ଦୁଇଟି ବଣୁଆ ହାତୀ କିଡିଗାଁ ଗ୍ରାମର ନିକଟସ୍ଥ ପାହାଡକୁ ଆସି ରାତିରେ ଖାଦ୍ୟ ସଂଗ୍ରହ ପାଇଁ ଧାନ କ୍ଷେତରେ ପଶି ୨ଏକର ଧାନ ଫସଲ ନଷ୍ଟ କରିଦେଇଛନ୍ତି। ଖବରପାଇ ଜିଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତି ରାଓ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହ କ୍ଷତିଗ୍ରସ୍ତ ଚାଷୀ କେ.ମନ୍ମଥଙ୍କ ସହ ଆଲୋଚନା କରିଛନ୍ତି । ବନବିଭାଗ ଅଧିକାରୀଙ୍କୁ ଉକ୍ତ ଘଟଣା ନେଇ ସୂଚନା ଦିଆଯାଇଛି।ଶୀଘ୍ର ଉକ୍ତ ଅଞ୍ଚଳରୁ ହାତୀ ଗୁଡ଼ିକକୁ ହଟେଇବାର ବ୍ୟବସ୍ଥା କରାଯିବ ବୋଲି ଅଧ୍ୟକ୍ଷ କହିଛନ୍ତି । କାଶୀନଗର ବନବିଭାଗ ଅଧିକାରୀ ସୁଧୀର କୁମାର ବେହେରା କହିଛନ୍ତି ଯେ, ଉକ୍ତ ସ୍ଥାନରେ କାଶୀନଗର ଓ ଗାଇବା ବନବିଭାଗର କର୍ମଚାରୀ ମାନେ ଉପସ୍ଥିତ ଅଛନ୍ତି । ସେପଟେ ହାତୀକୁ ନେଇ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଗାଁ ଲୋକମାନେ କବାଟ ବନ୍ଦ କରି ଘରେ ରହୁଛନ୍ତି । ବିଭାଗ କର୍ମଚାରୀ କିଡିଗାଁ ଗାଁକୁ ଯାଇ ହାତୀପଲକୁ ଘଉଡାଇବା ପାଇଁ ଚେଷ୍ଟା କରୁଛି । ଅପରପକ୍ଷେ ଡାକବାଜି ଯନ୍ତ୍ର ସାହାଯ୍ୟରେ ବନବିଭାଗ ଲୋକଙ୍କୁ ସଚେତନ କରୁଛି। ଯେପରି କାହାର କୌଣସି କ୍ଷତି ନହେଉ ସେଥି ପ୍ରତି ସଜାଗ ରହିଛି ବନବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri