ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଭାଲେଶ୍ୱର ଗଁା ହରିଜନ ପଡାର କମଳା ହରିଜନ (୫୨), ଫିରତ ହରିଜନ (୫୦), ତୁଳସୀରନ ସତ୍‌ନାମୀ(୪୮) ଓ ମନ୍ଦିରପଡ଼ାର ଦିପେଶ ଚନ୍ଦ୍ରକାର (୧୯)। ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନରେ ଦୀପେଶ ଗଁା ପାଖ ଏକ ପୋଲ ବାଡ ଉପରେ ବସିଥିବା ବେଳେ ବଣ ବିଲୁଆ ହଠାତ୍‌ ତାଙ୍କ ଆଡକୁ ମାଡିଆସିଥିଲା। ଦୀପେଶ ଦୌଡି ପଳାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ବିଲୁଆ ତାଙ୍କୁ ଗୋଡେଇ କାମୁଡିଥିଲା। ସ୍ଥାନୀୟ ଲୋକେ ଠେଙ୍ଗାବାଡି ଧରି ବିଲୁଆକୁ ପାଖ ଜଙ୍ଗଲକୁ ଘଉଡାଇବା ସହ ଦୀପେଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ସେହିପରି ଗୁରୁବାର ପୂର୍ବାହ୍ନରେ ଭାଲେଶ୍ୱର ହରିଜନପଡ଼ାର କେତେଜଣ ଡୁମେରମୁଡା ବନ୍ଧକୁ ଗାଧୋଇବା ପାଇଁ ଯାଉଥିଲେ। ସେହି ସମୟରେ ହଠାତ୍‌ ଜଙ୍ଗଲ ପଟୁ ବିଲୁଆ ଆସି ଫିରତ, ତୁଳସୀରନ ଓ କମଳାଙ୍କୁ ଆକ୍ରମଣକରି ଲହୁଲୁହାଣ କରି ଦେଇଥିଲା। ଆହତମାନେ ଚିତ୍କାର କରିବାରୁ ବିଲୁଆ ସ୍ଥାନ ଛାଡି ଜଙ୍ଗଲକୁ ଚାଲିଯାଇଥିଲା। ପରିବାର ଲୋକେ ଆହତମାନଙ୍କୁ ଉଦ୍ଧାରକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସମସ୍ତେ ଚିକିତ୍ସାଧୀନ ଥିବାବେଳେ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି। ଏଣେତେଣେ ଘୂରିବୁଲୁଥିବା ବିଲୁଆ ଯାହାକୁ ଦେଖିଲେ ଆକ୍ରମଣ କରୁଥିବାରୁ ପାଗଳ ହୋଇଯାଇଥିବା ଲୋକେ ସନ୍ଦେହ କରୁଛନ୍ତି ା ବନ ବିଭାଗ କର୍ମଚାରୀ ଏହାକୁ ଧରି ଅନ୍ୟତ୍ର ଛାଡିବା ସହ ଆହତଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

ସତ ହେଲା ମାହିଙ୍କ ଭବିଷ୍ୟବାଣୀ! ସ୍ପେନ-ଆର୍ଜେଣ୍ଟିନା ଫାଇନାଲ ପୂର୍ବରୁ ହଇଚଇ ସୃଷ୍ଟି କଲା ଧୋନୀଙ୍କ ୧୦ ବର୍ଷ ତଳର ପୋଷ୍ଟ

ନୂଆଦିଲ୍ଲୀ,୧୭।୭: ଫିଫା ବିଶ୍ୱକପ ୨୦୨୬ର ଆଭିମୁଖ୍ୟ ସ୍ପଷ୍ଟ ହୋଇସାରିଛି। ଚଳିତ ସଂସ୍କରଣର ମେଗା ଫାଇନାଲ ମ୍ୟାଚରେ ଦୁଇ ଶକ୍ତିଶାଳୀ ଦଳ ସ୍ପେନ ଏବଂ ଆର୍ଜେଣ୍ଟିନା ମୁହାଁମୁହିଁ ହେବାକୁ…

ଉଲଗ୍ନ ହୋଇ ରାସ୍ତାରେ ଦୌଡ଼ିଲେ ଯୁବକ: ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚାଞ୍ଚଲ୍ୟ

ନାଗୌର,୧୭।୭: ରାଜସ୍ଥାନର ନାଗୌର ଜିଲାରେ ଜଣେ ଯୁବକ ଉଲଗ୍ନ ଅବସ୍ଥାରେ ରାସ୍ତାରେ ଦୌଡ଼ୁଥିବାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣାକୁ…

ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍‌ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ

ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri