ଗାଁରେ ବିଲୁଆ ଆତଙ୍କ: ଲୋକଙ୍କୁ କଲା ଲହୁଲୁହାଣ

ପୋଲସରା,୨୫।୯:ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପଞ୍ଚାୟତରେ କିଛି ବିଲୁଆଙ୍କ ଉତ୍ପାତ ଦେଖିବାକୁ ମିଳିଛି। ଗାଁରେ ବିଲୁଆ ପଶି ଅନେକ ଲୋକଙ୍କୁ ଆକ୍ରମଣ କରିଛି। ଉକ୍ତ ପଞ୍ଚାୟତର ପ୍ରାଣଦେଇପୁର ଗ୍ରାମର ୭ରୁ ୮ ଲୋକଙ୍କୁ ଆକ୍ରମଣ କରିଛି। ହାତୀଓଟ ଗ୍ରାମର କିଛି ଲୋକଙ୍କୁ ଆକ୍ରମଣ କରିବା ସହ ଯେମଦେଇପୁର ଗ୍ରାମରେ ମଧ୍ୟ ସେହି ଅବସ୍ଥା ଘଟିଛି। ପ୍ରାଣଦେଇପୁର ଗ୍ରାମର ବିଲୁଆ ଆକ୍ରମଣ ଆହତ ହୋଇଥିବା ଲୋକଙ୍କୁ ଆମ୍ବୁଲାନ୍ସ ମାଧ୍ୟମରେ ନିକଟସ୍ଥ ପୋଲସରା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ କରାଇବା ସହ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି।
ପାଗ ର ପରିବ୍ରତନହେବା ସହ ଲଗାତର ବର୍ଷାର ପ୍ରକୋପ ବଢ଼ିବା ଫଳରେ ବିଲୁଆଙ୍କ ଗାଁ ଭିତରକୁ ପ୍ରବେଶ ହେବା ଯୋଗୁ ଏଭଳି ଘଟୁଛି। ପ୍ରଶାସନ ଏ ଦିଗରେ ପଦାକ୍ଷପ ନେବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri