ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ କମ୍‌ ପଏଣ୍ଟରେ ନିଆଁ ଲାଗିଥିଲେ ମଧ୍ୟ ଏବେବି ଓଡ଼ିଶା ଜଙ୍ଗଲ କେଉଁଠି ନା କେଉଁଠି ହୁତୁ ହୁତୁ ହୋଇ ଜଳୁଛି। ଗତବର୍ଷ ଏପ୍ରିଲ ୧୭ ସୁଦ୍ଧା ୩୧,୨୧୦ ପଏଣ୍ଟରେ ନିଆଁ ଲାଗିଥିବାବେଳେ ଚଳିତବର୍ଷ ଏହି ସମୟ ମଧ୍ୟରେ ଅର୍ଥାତ୍‌ ବୁଧବାର ସୁଦ୍ଧା ୧୧,୩୬୭ ପଏଣ୍ଟରେ ନିଆଁ ଲାଗିଥିବା ବନ ବିଭାଗ କହିଛି। ଏନେଇ ପିସିସିଏଫ୍‌ ଦେବୀଦତ୍ତ ବିଶ୍ୱାଳ କହିଛନ୍ତି, ଆମେ ନିଆଁକୁ ନିର୍ବାପିତ କରିବା ପାଇଁ ସମସ୍ତ ପଦକ୍ଷେପ ନେଉଛୁ। ବର୍ତ୍ତମାନ ସମୟରେ ଜଙ୍ଗଲରେ ଲାଗୁଥିବା ନିଆଁର ୯୯ ପ୍ରତିଶତ ମନୁଷ୍ୟକୃତ। ଯେଉଁ ସ୍ଥାନରେ ଲୋକମାନେ ନିଆଁ ଲଗାଉଥିବା ନେଇ ସୂଚନା ମିଳୁଛି ସେଠାରେ ତୁରନ୍ତ ସମ୍ପୃକ୍ତ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଜଙ୍ଗଲରେ ମହୁଆ, କେନ୍ଦୁପତ୍ର, ପୂଜାପୂଜି ସହ ପୋଡୁ ଚାଷ ପାଇଁ ଲୋକମାନେ ନିଆଁ ଲଗାଉଛନ୍ତି। ପ୍ରତିବର୍ଷ ଏଭଳି ଲୋକଙ୍କ ବିରୋଧରେ ପ୍ରାୟ ୧୦୦ କେସ୍‌ ବୁକ୍‌ ହେଉଛି। ଏନେଇ ଲୋକଙ୍କୁ ବାରମ୍ବାର ସଚେତନ କରାଯାଉଛି। ସେଥିପାଇଁ ସ୍ବତନ୍ତ୍ର ଆଡଭାଇଜରି ମଧ୍ୟ ଜାରି ହୋଇଛି ବୋଲି ପିସିସିଏଫ୍‌ କହିଛନ୍ତି। ରାଜ୍ୟରେ ନିଆଁ ଲିଭେଇବା ପାଇଁ ୩୭୦ ଫାୟାର ସ୍କ୍ବାଡ୍‌ଙ୍କୁ ନିୟୋଜିତ କରାଯାଇଛି। ୩୩୦ ଗାଡ଼ିର ବ୍ୟବସ୍ଥା ହୋଇଥିବାବେଳେ ସ୍କ୍ବାଡ୍‌ମାନଙ୍କ ପାଇଁ ପର୍ଯ୍ୟାପ୍ତ ପରିମାଣର ଗ୍ଲୋଭ, ସୁରକ୍ଷା କିଟ୍‌ ଯୋଗାଇ ଦିଆଯାଉଛି। ମୋଟ ୨,୪୦୦ ସୁରକ୍ଷା କିଟ୍‌ ସାଙ୍ଗକୁ ୪,୮୦୦ ଗ୍ଲୋଭ ଦିଆଯାଇଛି। କେଉଁଠି ବି ନିଆଁ ଲାଗିଲେ ସଙ୍ଗେ ସଙ୍ଗେ ସାଟେଲାଇଟ ମାଧ୍ୟମରୁ ନିଆଁ ଲାଗିଥିବା ପଏଣ୍ଟର ସୂଚନା ମିଳିପାରୁଛି। ବିଗତବର୍ଷ ତୁଳନାରେ ଜଙ୍ଗଲ ନିଆଁ ପ୍ରଭାବିତ ଅଞ୍ଚଳର ମାତ୍ରା କମିଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?