ଓ୍ବାଶିଂଟନରେ ବ୍ୟାପୁଛି ଜଙ୍ଗଲ ନିଆଁ…

ଓ୍ବାଶିଂଟନ,୧୯।୮ : ଆମେରିକାର ୱାଶିଂଟନ ରାଜ୍ୟରେ ଏକ ଜଙ୍ଗଲ ନିଆଁ ବ୍ୟାପିବାରେ ଲାଗିଛି। ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳର ହଜାର ହଜାର ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ପୂର୍ବ ୱାଶିଂଟନର ସ୍ପୋକାନେ ନିକଟରେ ତଥାକଥିତ ଗ୍ରେ ଫାୟାର ମଧ୍ୟାହ୍ନରୁ ଆରମ୍ଭ ହୋଇ କିଛି ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୫ ମାଇଲ ବେଗରେ ୪.୭ ବର୍ଗ ମାଇଲ ଅର୍ଥାତ୍‌ ୧୨ ବର୍ଗ କିଲୋମିଟର ଅଞ୍ଚଳକୁ ପୋଡ଼ି ପାଉଁଶ କରିଦେଇଥିଲା।

ଜଙ୍ଗଲ ନିଆଁରେ ଏପର୍ଯ୍ୟନ୍ତ ପ୍ରାୟ ୪,୮୦୦ ଲୋକଙ୍କ ଘର ଏବଂ ଅନ୍ୟାନ୍ୟ କୋଠା ପୋଡି ପାଉଁଶ ହୋଇଯାଇଛି। ତେବେ ଏଥିରେ କେତେ ଲୋକ ପ୍ରଭାବିତ ହୋଇଛନ୍ତି ତାହା କର୍ତ୍ତୃପକ୍ଷ ଏପର୍ଯ୍ୟନ୍ତ ସ୍ପଷ୍ଟ କରିନାହାଁନ୍ତି। ମେଡିକାଲ ଲେକର ୩୬୭ ଶଯ୍ୟା ବିଶିଷ୍ଟ ମାନସିକ ରୋଗର ପୂର୍ବାଞ୍ଚଳ ଷ୍ଟେଟ ହସ୍ପିଟାଲରୁ ରୋଗୀ ଏବଂ କର୍ମଚାରୀଙ୍କୁ ସ୍ଥାନାନ୍ତର କରିବାରେ ନ୍ୟାଶନାଲ ଗାର୍ଡ ସୈନ୍ୟଙ୍କୁ ଡକାଯାଇଛି।

ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ସ୍ପୋକେନ କାଉଣ୍ଟି ସରିଫ ଜନ ନୋଲେସ କହିଛନ୍ତି ଅଧିକାରୀମାନେ ଘର ଘର ବୁଲି ଲୋକଙ୍କୁ ଘରୁ ବାହାରକୁ ଯିବାକୁ ଅନୁରୋଧ କରୁଛନ୍ତି। ନୋଲେସ କହିଛନ୍ତି, ଆମକୁ ଡଙ୍ଗାରେ ଲୋକଙ୍କୁ ଉଦ୍ଧାର କରିବାକୁ ପଡୁଛି। ଏହା ସହିତ ଉଦ୍ଧାର କାର୍ଯ୍ୟରେ ହେଲିକପ୍ଟରର ବ୍ୟବହାର ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?