ବନ୍ୟପ୍ରାଣୀ ବ୍ଲଗର ଗିରଫ

ସମ୍ବଲପୁର,୨୪ା୮(ବ୍ୟୁରୋ): ବନ୍ୟପ୍ରାଣୀ ପ୍ରେମୀ ଭାବେ ବିଭିନ୍ନ ସୋସିଆଲ ମିଡିଆରେ ଜଣାଶୁଣା ଅନେକ ବ୍ୟକ୍ତି ଭିତିରିଆ ଭାବେ ପ୍ରାଣୀ ଚୋରା ଚାଲାଣ ବ୍ୟବସାୟରେ ଲିପ୍ତ ରହୁଛନ୍ତି। ଏଭଳି ଜଣେ ୟୁଟ୍ୟୁବ୍‌ ବ୍ଳଗର୍‌ ସମ୍ବଲପୁର ଜିଲା ଧମା ଥାନା ପାଞ୍ଚଫୁଟ ଗ୍ରାମର ରାମଚନ୍ଦ୍ର ରଣାଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇଛି। ତାଙ୍କଠାରୁ ୬ ସାପ ଓ ୪ ରଙ୍ଗିନ୍‌ ଏଣ୍ଡୁଅକୁ ଜବତ କରାଯାଇଛି। ୟୁଟ୍ୟୁବରେ ସେ ନିଜକୁ ପ୍ରଚାର ପ୍ରସାର କରିବା ପାଇଁ ସାପ, ରଙ୍ଗିନ ଏଣ୍ଡୁଅ ଭଳି ବନ୍ୟପ୍ରାଣୀଙ୍କ ସହିତ ଭିଡିଓ ଅପ୍‌ଲୋଡ୍‌ କରିଥିଲେ। ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଏବଂ ଧମା ରେଞ୍ଜର ଅଧିକାରୀ ଓ କର୍ମଚାରୀ ରାମଚନ୍ଦ୍ରଙ୍କୁ ଗିରଫ କରିଥିବା ନେଇ ସଦର ରେଞ୍ଜର ମନୁ ଅଶୋକ ଭଟ୍ଟ ମଙ୍ଗଳବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସଦର ରେଞ୍ଜର ଭଟ୍ଟ କହିଛନ୍ତି, ରାମଚନ୍ଦ୍ର ନିଜ ନାମରେ ବହୁ ଦିନରୁ ଏକ ୟୁଟ୍ୟୁବ ଚ୍ୟାନେଲ ଖୋଲିଛନ୍ତି। ଜଙ୍ଗଲ ପରିବେଶ ଓ ବିଭିନ୍ନ ବନ୍ୟପ୍ରାଣୀଙ୍କୁ ନେଇ ଭିଡିଓ କରି ସେଥିରେ ଅପ୍‌ଲୋଡ୍‌ କରୁଛନ୍ତି। ଏ ନେଇ ବନବିଭାଗକୁ ସୂଚନା ମିଳିଥିଲା। ପରେ ବନ ବିଭାଗ ଏକ ଟିମ୍‌ ତଦନ୍ତ ଆରମ୍ଭ କରି ରାମଚନ୍ଦ୍ରଙ୍କୁ ଗିରଫ କରିଥିଲା। ବନବିଭାଗ ଆଇନ ଅନୁଯାୟୀ ତାଙ୍କୁ କୋର୍ଟ ଚାଲାଣ କରାଯିବ। ତାଙ୍କ ପାଖରୁ ଜବତ ୬ଟି ସାପ ମଧ୍ୟରୁ ୩ଟି କୋବ୍ରା ଅଛନ୍ତି। ଏହି ବିଷଧର ସାପଠାରୁ ବିଷ ବାହାର କରି ବିକ୍ରି କରୁଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ମଧ୍ୟ ବନବିଭାଗ ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ରାମଚନ୍ଦ୍ରଙ୍କଠାରୁ ଉଦ୍ଧାର ହୋଇଥିବା ବନ୍ୟପ୍ରାଣୀଙ୍କୁ ଜଙ୍ଗଲରେ ଛାଡ଼ିଦିଆଯିବ ବୋଲି ରେଞ୍ଜର ଭଟ୍ଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?