ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନାଟକ, ସଚେତନତା ରାଲି ଓ ସଭା ମାଧ୍ୟମରେ ବନ୍ୟପ୍ରାଣୀ ସୁରକ୍ଷା ଏବଂ ମଣିଷ-ବନ୍ୟପ୍ରାଣୀଙ୍କ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ନେଇ ସାଧାରଣରେ ବାର୍ତ୍ତା ବାଣ୍ଟିଥିଲେ।

ଏହି ସଚେତନତା କାର୍ଯ୍ୟକ୍ରମକୁ ‘ସ୍ନେହା’ ଏନ୍‌ଜିଓ, ଘୁମୁସର ଉତ୍ତର ବନଖଣ୍ଡ ଏବଂ ଟାଟା ପାୱାର, ଭଞ୍ଜନଗର ମିଳିତ ଆନୁକୂଲ୍ୟରେ ଆୟୋଜନ କରାଯାଇଥିଲା। ଏଥିରେ ଘୁମୁସର ଉତ୍ତର ବନଖଣ୍ଡ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ବନ୍ୟପ୍ରାଣୀ ସୁରକ୍ଷା, ଜଙ୍ଗଲ ଓ ପରିବେଶର ସୁରକ୍ଷା ସହ ମଣିଷ-ବନ୍ୟପ୍ରାଣୀ ସଂଘର୍ଷ କିପରି ହ୍ରାସ କରାଯାଇପାରିବ, ସେ ନେଇ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରିଥିଲେ।

ସମ୍ମାନିତ ଅତିଥି ଭାବେ ମୁଜାଗଡ଼ ରେଞ୍ଜର ସରୋଜ ମହାନ୍ତି, ମୁଜାଗଡ଼ ଫରେଷ୍ଟର ରାଜେନ୍ଦ୍ର ଦଳେଇ, ଭଞ୍ଜନଗର ବ୍ଲକ ଏମ୍‌ପି ପ୍ରତିନିଧି ଧୋବା ଗୌଡ଼ ଏବଂ ଜିଲା ପରିଷଦ ଏମ୍‌‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପି. କୁନିଆମ୍ମା ଦୋରା ସଭାରେ ଅଧ୍ୟକ୍ଷତା କରି ସମସ୍ତ ବିଭାଗ ଓ ସହଯୋଗୀ ଅନୁଷ୍ଠାନକୁ ଧନ୍ୟବାଦ ଜଣାଇଥିଲେ। ଏଭଳି ସଚେତନତା କାର୍ଯ୍ୟକ୍ରମ ଦ୍ୱାରା ଛାତ୍ରଛାତ୍ରୀମାନେ ବନ୍ୟପ୍ରାଣୀ ଓ ପରିବେଶ ସୁରକ୍ଷା ସମ୍ପର୍କରେ ଅନେକ ବ୍ୟାବହାରିକ ଜ୍ଞାନ ଆହରଣ କରିପାରୁଛନ୍ତି ବୋଲି ସେ ପ୍ରକାଶ କରିଥିଲେ।

ଶିକ୍ଷୟିତ୍ରୀ ବୈଜୟନ୍ତୀ ମାଳା ପ୍ରିୟଦର୍ଶିନୀ ସଭା ସଂଯୋଜନା କରିଥିବା ବେଳେ ଅଧ୍ୟାପକ ତ୍ରିନାଥ ବେହେରା, ବାବୁଲାଲ ଗୌଡ଼, ଅଜିତ୍ ନାୟକ, ରମାକାନ୍ତ ନାଗ, ଅଧ୍ୟାପିକା ସଙ୍ଗୀତା ସ୍ୱାଇଁ ଓ ଶ୍ରାବଣୀ ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ‘ସ୍ନେହା’ ଅନୁଷ୍ଠାନର କର୍ମଚାରୀ ପ୍ରଶାନ୍ତ କୁମାର ରାଉତ ଓ ଅଜିତ୍ ସାହୁ ସଭା ପରିଚାଳନାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମର ଶେଷ ଭାଗରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା “ଲଢ଼େଇ ନୁହେଁ, ଆମେ ଚାହୁଁ ସହାବସ୍ଥାନ” ଶୀର୍ଷକ ଏକ ଶିକ୍ଷଣୀୟ ନାଟକ ପରିବେଷଣ କରାଯାଇଥିଲା। ଏହା ସହିତ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?