ବନ୍ୟଜନ୍ତୁ ଶିକାରୀ ସୁରେଶ ଶବର ହତ୍ୟା ଘଟଣା: ୧୦ ଦିନ ପରେ ବି ପୋଲିସର ହାତ ଖାଲି 

ଦେବଗଡ଼,୧୧।୫(ଶଶାଙ୍କ ଶେଖର ଝାଙ୍କର): ଏପ୍ରିଲ ୩୦ରେ ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ମର୍ହା ଗ୍ରାମରେ ଘଟିଥିବା ବହୁ ଚର୍ଚ୍ଚିତ ବନ୍ୟଜନ୍ତୁ ଶିକାରୀ ସୁରେଶ ଶବର(୫୯) ହତ୍ୟା ଘଟଣାର ଇତିମଧ୍ୟରେ ୯ ଦିନ ବିତିଯାଇଛି । ମାତ୍ର ଏବେ ବି ପୋଲିସର ହାତ ଖାଲି ରହିଥିବାରୁ ପୋଲିସର ତଦନ୍ତ ପ୍ରକ୍ରିୟା ଓ କାର୍ଯ୍ୟଦକ୍ଷତା ନେଇ ସାଧାରଣରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
ସୂଚନାଯୋଗ୍ୟ, ମର୍ହା ଗ୍ରାମର କୁଖ୍ୟାତ ଜନ୍ତୁ ଶିକାରୀ ସୁରେଶ ଶବର ଗତ ୩ ତାରିଖ ରାତିରେ ଘରୋଇ କାମ ପାଇଁ ଶ୍ରମିକ ଯୋଗାଡ କରିବାକୁ ପ୍ରାୟ ୨ କି.ମି. ଦୂରବର୍ତ୍ତି ଔତଳ ଗ୍ରାମକୁ ଯାଇଥିଲେ। ମାତ୍ର ସକାଳ ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ଗାଁ ଠାରୁ କିଛି ଦୂରରେ ଥିବା ଏକ ନାଳରେ ଚାବି ଲାଗିଥିବା ଅବସ୍ତାରେ ସୁରେଶଙ୍କ ବାଇକଟି ପଡିଥିବା ଦେଖିବାକୁ ପାଇଥିଲେ ହେଁ ସୁରେଶଙ୍କର କୌଣସି ସନ୍ଧାନ ମିଳି ନ ଥିଲା । ଫଳରେ ପରିବାର ଲୋକଙ୍କ ମନକୁ ପାପ ଛୁଇଁବା ସହ ପୂର୍ବରୁ ସୁରେଶଙ୍କ ବିରୋଧରେ ବନ୍ୟଜନ୍ତୁ ଶିକାର ସମେତ ଏକାଧିକ ମାମଲା ରହିଥିବାରୁ ତାଙ୍କୁ ପୋଲିସ ଡାକି ନେଇଥିବା ଆଶଙ୍କାରେ ସୁରେଶଙ୍କ ସ୍ତ୍ରୀ, ପୁଅ ଏବଂ ଭଉଣୀ ଏହା ପରଦିନ ଅର୍ଥାତ  ୧ ତାରିଖ ପୂର୍ବାହ୍ନରେ ବାରକୋଟ ଥାନାକୁ ଯାଇ ପଚାରିଥିଲେ। ମାତ୍ର ପୋଲିସ ସୁରେଶଙ୍କୁ ଡାକି ନ ଥିବା ସ୍ପଷ୍ଟ କରିବାସହ ସୁରେଶଙ୍କ ନିଖୋଜ ସମ୍ପର୍କରେ ସୁରେଶଙ୍କ ଫାଇଲ ଫଟୋ ସହିତ ଲିଖିତ ଏତଲା ଦେବାକୁ ପରାମର୍ଶ ଦେଇଥିଲେ। ଏହି ସମୟରେ ମର୍ହା ଗ୍ରାମର କେତେକ ଶିଶୁ ନିକଟସ୍ଥ ପୋଖରୀ ରାସ୍ତାରେ ରକ୍ତ ପଡିଥିବା ଏବଂ ଡ୍ରେନରେ ସୁରେଶଙ୍କ କ୍ଷତାକ୍ତ ମୃତଦେହ ପଡିଥିବା ଦେଖି ପରିବାର ଲୋକଙ୍କୁ ସୂଚନା ଦେଇଥିଲେ ।
 ସୂଚନାପାଇ ସୁରେଶଙ୍କ ସ୍ତ୍ରୀ, ପୁଅ ଏବଂ ଭଉଣୀ ପୋଲିସ ଟିମ ସହିତ ଘଟଣସ୍ଥଳରେ ପହଞ୍ଚିଥିଲେ ଓ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ ସମୟରେ ସୁରେଶଙ୍କ ତଣ୍ଟି କଟାଯାଇଥିବା ଓ ମୁଣ୍ଡରେ ମଧ୍ୟ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଜଣାପଡିଥିଲା । ସେହିପରି ହତ୍ୟା ପରେ ପ୍ରମାଣ ଲୁଚାଇବା ଉଦ୍ଦେଶ୍ୟରେ ହତ୍ୟାକାରୀ ସୁରେଶଙ୍କ ବାଇକକୁ ଅନ୍ୟତ୍ର ଫିଙ୍ଗି ଦେଇଥିବା ପାରିପାର୍ଶ୍ୱିକ ପରିସ୍ଥିତିରୁ ଜଣାପଡିଥିଲା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ତାଙ୍କ ଗ୍ରାମର ଜଣେ ନିର୍ଦ୍ଦିଷ୍ଟ ବ୍ୟକ୍ତି ସୁରେଶଙ୍କୁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଥିବା ବେଳେ ୨ ତାରିଖ ସାଇଣ୍ଟିଫିକ୍‌ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ସହାୟତାରେ ଘଟଣାର ଅଧିକ ତଦନ୍ତ କରିଥିଲା। ଏଥିସହ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।
ଏଘଟଣା ସମଗ୍ର ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଥିଲା । ମାତ୍ର ଇତିମଧ୍ୟରେ ଏହି ଘଟଣାର ଦୀର୍ଘ ୧୦ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ହତ୍ୟାକାରୀକୁ ଧରିବାରେ ସଫଳ ହୋଇ ନ ଥିବାରୁ ସୁରେଶଙ୍କ ପରିବାର ଏବଂ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏଥିସହ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏ ଘଟଣାରେ ହସ୍ତକ୍ଷେପ କରି ହତ୍ୟାକାରୀକୁ  ଗିରଫ କରିବାକୁ ସାଧାରଣରେ ଦାବି ହେଉଛି ।

Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri