ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଖଣି ଖନନ ଯୋଗୁ ରାଜ୍ୟରେ ବନ୍ୟଜନ୍ତୁଙ୍କ ଜୀବନ ବିପନ୍ନ ହେଉଛି। ନୂତନ ଭାବେ ପ୍ରଦାନ କରାଯାଇଥିବା କୋଇଲା ଖଣି ଅଞ୍ଚଳରେ ହାତୀ ସମେତ ବନ୍ୟ ଜୀବଜନ୍ତୁମାନଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ସମନ୍ବିତ ବନ୍ୟଜନ୍ତୁ ପରିଚାଳନା ଯୋଜନା ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଶନିବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଯୋଜନା ଜାତୀୟ ଗାଇଡ୍ଲାଇନ ଅନୁଯାୟୀ ଭାରତୀୟ ବନ୍ୟଜନ୍ତୁ ପ୍ରତିଷ୍ଠାନ କିମ୍ବା ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ ଅଫ୍ ସାଇନ୍ସ ଦ୍ୱାରା ଏକ ନିର୍ଦ୍ଧାରିତ ସମୟରେ ପ୍ରସ୍ତୁତ କରାଯିବ। ବନ୍ୟଜନ୍ତୁ ପରିଚାଳନା ଯୋଜନା ତୁରନ୍ତ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବୈଠକରେ ସୂଚନା ଦେଇ କହିଛନ୍ତି ଯେ ଉତ୍କଳ ଇଷ୍ଟ କୋଲ୍, ରାଧିକାପୁର ଇଷ୍ଟ କୋଲ, ରାଧିକାପୁର ଓ୍ବେଷ୍ଟ କୋଲ ଏବଂ ନୈନୀକୋଲ ବ୍ଲକ ନୂତନ ଭାବେ ଆବଣ୍ଟନ କରାଯାଇଛି। ଏହି ସବୁ କୋଲ୍ ବ୍ଲକ ଅନୁଗୋଳ ବନଖଣ୍ଡ ଓ ଦେବଗଡ଼ ଜିଲା ରିଆମାଳ ବନଖଣ୍ଡ ଅଧୀନରେ ଥିବା ଛେଣ୍ଡିପଦା, କଣିହାଁ, ଝାରପଡ଼ା ଆସୁଛି। ଏହି ସବୁ ଅଞ୍ଚଳରେ ବନ୍ୟଜନ୍ତୁଙ୍କ ଉପରେ ପ୍ରଭାବ ପଡ଼ିବା ଆଶଙ୍କା ରହିଛି। ବନ୍ୟଜନ୍ତୁଙ୍କ ଉପରେ ପଡ଼ିବାକୁ ଥିବା ପ୍ରତିକୂଳ ପ୍ରଭାବକୁ ଏଡ଼ାଇବା ପାଇଁ ତୁରନ୍ତ ବନ୍ୟଜନ୍ତୁ ପରିଚାଳନା ଯୋଜନା ପ୍ରସ୍ତୁତ କରିବାକୁ ଜଙ୍ଗଲ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି
ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…
ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…
କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…
ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…
Archives

