ନୂଆ କୋଲ୍‌ ବ୍ଲକ ଅଞ୍ଚଳ ପାଇଁ ହେବ ବନ୍ୟଜନ୍ତୁ ପରିଚାଳନା ଯୋଜନା

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଖଣି ଖନନ ଯୋଗୁ ରାଜ୍ୟରେ ବନ୍ୟଜନ୍ତୁଙ୍କ ଜୀବନ ବିପନ୍ନ ହେଉଛି। ନୂତନ ଭାବେ ପ୍ରଦାନ କରାଯାଇଥିବା କୋଇଲା ଖଣି ଅଞ୍ଚଳରେ ହାତୀ ସମେତ ବନ୍ୟ ଜୀବଜନ୍ତୁମାନଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ସମନ୍ବିତ ବନ୍ୟଜନ୍ତୁ ପରିଚାଳନା ଯୋଜନା ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଶନିବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଯୋଜନା ଜାତୀୟ ଗାଇଡ୍‌ଲାଇନ ଅନୁଯାୟୀ ଭାରତୀୟ ବନ୍ୟଜନ୍ତୁ ପ୍ରତିଷ୍ଠାନ କିମ୍ବା ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସାଇନ୍ସ ଦ୍ୱାରା ଏକ ନିର୍ଦ୍ଧାରିତ ସମୟରେ ପ୍ରସ୍ତୁତ କରାଯିବ। ବନ୍ୟଜନ୍ତୁ ପରିଚାଳନା ଯୋଜନା ତୁରନ୍ତ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବୈଠକରେ ସୂଚନା ଦେଇ କହିଛନ୍ତି ଯେ ଉତ୍କଳ ଇଷ୍ଟ କୋଲ୍‌, ରାଧିକାପୁର ଇଷ୍ଟ କୋଲ, ରାଧିକାପୁର ଓ୍ବେଷ୍ଟ କୋଲ ଏବଂ ନୈନୀକୋଲ ବ୍ଲକ ନୂତନ ଭାବେ ଆବଣ୍ଟନ କରାଯାଇଛି। ଏହି ସବୁ କୋଲ୍‌ ବ୍ଲକ ଅନୁଗୋଳ ବନଖଣ୍ଡ ଓ ଦେବଗଡ଼ ଜିଲା ରିଆମାଳ ବନଖଣ୍ଡ ଅଧୀନରେ ଥିବା ଛେଣ୍ଡିପଦା, କଣିହାଁ, ଝାରପଡ଼ା ଆସୁଛି। ଏହି ସବୁ ଅଞ୍ଚଳରେ ବନ୍ୟଜନ୍ତୁଙ୍କ ଉପରେ ପ୍ରଭାବ ପଡ଼ିବା ଆଶଙ୍କା ରହିଛି। ବନ୍ୟଜନ୍ତୁଙ୍କ ଉପରେ ପଡ଼ିବାକୁ ଥିବା ପ୍ରତିକୂଳ ପ୍ରଭାବକୁ ଏଡ଼ାଇବା ପାଇଁ ତୁରନ୍ତ ବନ୍ୟଜନ୍ତୁ ପରିଚାଳନା ଯୋଜନା ପ୍ରସ୍ତୁତ କରିବାକୁ ଜଙ୍ଗଲ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?