‘ବନ୍ୟପ୍ରାଣୀ ସୁରକ୍ଷା ମାନବ ସମାଜ ପାଇଁ ଶୁଭଙ୍କର’

ବାରିପଦା ଅଫିସ,୪ା୧୦: ମୟୂରଭଞ୍ଜ ଜିଲା ବାରିପଦା ବନାଞ୍ଚଳ ଯଦୁନାଥପୁର ଉଚ୍ଚ ଇଂରାଜୀ ବିଦ୍ୟାଳୟ ପରିସରରେ ବନପ୍ରାଣୀ ସପ୍ତାହ ପାଳନ କରାଯାଇଛି। ସଂଗ୍ରାମ ସ୍ବେଚ୍ଛାସେବୀ ସଙ୍ଗଠନ ଓ ବନଖଣ୍ଡ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଙ୍ଗଠନର ସଭାପତି ସଂଯୁକ୍ତା ବସା ଅଧ୍ୟକ୍ଷତା କରିଥିଲେ। ବାରିପଦା ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀଧର ବେହେରା ଯୋଗଦେଇ ବନ୍ୟଜନ୍ତୁଙ୍କ ସୁରକ୍ଷା ଦିଗରେ ଲୋକଙ୍କ ଭୂମିକା ଓ ସହଯୋଗ ଉପରେ ଗୁରୁତ୍ୱାରୋପ କରିଥିଲେ। ଜଙ୍ଗଲ ଛାଡ଼ି ଗାଁ, ସହର ମୁହାଁ ହେଉଥିବା ହାତୀ ଓ ବନ୍ୟଜନ୍ତୁମାନେ ବୁଲୁଥିବା ସମୟରେ ଘଟୁଥିବା ଘଟଣା ପାଇଁ ମଣିଷ ଦାୟୀ ବୋଲି ସେ କହିଥିଲେ। କେବଳ ଦିବସ ପାଳନ ଭିତରେ ନିଜକୁ ସୀମିତ ନ ରଖି ସୁସ୍ଥ ସମାଜ ନିମନ୍ତେ ବନ୍ୟପ୍ରାଣୀଙ୍କ ସୁରକ୍ଷା ନିତ୍ୟାନ୍ତ ଜରୁରୀ ବୋଲି ସଙ୍ଗଠନ ସମ୍ପାଦକ ତଥା ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ସଂରକ୍ଷକ ଭାନୁମିତ୍ର ଆଚାର୍ଯ୍ୟ ପ୍ରକାଶ କରିଥିଲେ। ଜଙ୍ଗଲ ସୁରକ୍ଷିତ ରହିଲେ ବନ୍ୟଜନ୍ତୁ ସୁରକ୍ଷିତ ରହିବେ ବୋଲି କହିବା ସହ ଜଙ୍ଗଲ ବଞ୍ଚାଇବାକୁ ପୂର୍ବତନ ସରପଞ୍ଚ ବିଶ୍ୱଜିତ ସିଂ ନିବେଦନ କରିଛନ୍ତି। ବନପ୍ରାଣୀ ସୁରକ୍ଷା ମାନବ ସମାଜ ପାଇଁ ଶୁଭଙ୍କର ବୋଲି ଜନସଚେତନା ସୃଷ୍ଟି କରିବାକୁ ବସା ମତପ୍ରକାଶ କରିଛନ୍ତି। କାର୍ଯ୍ୟକ୍ରମରେ ଗ୍ରାମର ସ୍ବୟଂସହାୟକ ଗୋଷ୍ଠୀର ମହିଳା, ଜଙ୍ଗଲ କମିଟିର କାର୍ଯ୍ୟକର୍ତ୍ତା, ଯୁବଗୋଷ୍ଠୀ ଓ ବନ ବିଭାଗର କର୍ମକର୍ତ୍ତା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri