ଚୂଡ଼ଙ୍ଗଗଡ଼ ଜଙ୍ଗଲରେ ହେବ ବନ୍ୟଜନ୍ତୁ ସଫାରି

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ଦେଶର ବୃହତ୍‌ ପ୍ରାକୃତିକ ଚିଡିଆଖାନା ନନ୍ଦନକାନନ ନୂଆ ରୂପ ନେବ। ନନ୍ଦନକାନନ ସହ ନୂତନ ଭାବେ ଯୋଡ଼ି ହୋଇଥିବା ପ୍ରାୟ ୮ବର୍ଗ କିମି ଚୂଡ଼ଙ୍ଗଗଡ଼ ଜଙ୍ଗଲରେ ବନ୍ୟଜନ୍ତୁ ସଫାରି ହେବ। ଏଥିସହ ବଟାନିକାଲ ଗାର୍ଡେନରୁ ମୁଖ୍ୟରାସ୍ତାକୁ ସିଧା ବାଟ ଫିଟିବ। ଏଥିପାଇଁ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବାବେଳେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନନ୍ଦନକାନନ ଓ ଏହାର ପରିପାର୍ଶ୍ୱ କ୍ଷେତ୍ର ପରିଦର୍ଶନ କରିବା ସହିତ ସ୍ଥିତିର ସମୀକ୍ଷା କରିଛନ୍ତି। ଏଥିସହ ପ୍ରାଣୀ ଉଦ୍ୟାନରେ ପର୍ଯ୍ୟଟକଙ୍କ ନିମନ୍ତେ ଅଧିକ ସୁବିଧା ଉପଲବ୍ଧ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।
ସେ ପ୍ରଥମେ ନନ୍ଦନକାନନ ନିକଟରେ ପର୍ଯ୍ୟଟକଙ୍କ ପାଇଁ ନିର୍ମାଣଧୀନ ବହୁତଳ ଗାଡ଼ି ପାର୍କିଂସ୍ଥଳର ନିର୍ମାଣ କାର୍ଯ୍ୟ ତଦାରଖ କରିବା ସହ ୨ମାସ ମଧ୍ୟରେ ଏହାର କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ପାର୍କିଂ ପରିଚାଳନା ଓ ରକ୍ଷଣାବେକ୍ଷଣ ନିମନ୍ତେ ଟେଣ୍ଡର ପ୍ରକ୍ରିୟା ସାରିବାକୁ ମଧ୍ୟ ମୁଖ୍ୟ ଶାସବ ସଚିବ ନନ୍ଦନକାନନ କର୍ତ୍ତୃପକ୍ଷଙ୍କୁ କହିଛନ୍ତି। ନନ୍ଦନକାନନରେ ପାର୍କିଂ ଅସୁବିଧା ଦୂର କରିବା ଲାଗି ରାଜ୍ୟର ସର୍ବବୃହତ୍‌ ବହୁତଳ ପାର୍କିଂ ନିର୍ମାଣ ଚାଲୁ ରହିଛି। ଏଥିରେ ଏକ ସମୟରେ ପ୍ରାୟ ୧,୫୦୦ ଚାରିଚକିଆ ଏବଂ ୬୦୦ ଦୁଇଚକିଆ ଯାନ ରହିପାରିବ। ଏହାଛଡ଼ା ନନ୍ଦନକାନନ ସାମ୍ନା ଏବଂ ବସ୍‌ଷ୍ଟାଣ୍ଡର ପୁନଃବିକାଶ ପାଇଁ ଏକ ମାଷ୍ଟରପ୍ଳାନ ପ୍ରସ୍ତୁତ କରିବା ପାଇଁ ସେ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଆନୁଷଙ୍ଗିକ ସୁବିଧା ଓ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ଅଧିକ ସଙ୍ଗଠିତ କରିବା ପାଇଁ କହିଛନ୍ତି। ନନ୍ଦନକାନନରେ ପିଲାଙ୍କ ପାଇଁ ଟୟ-ରେଲ୍‌ ବ୍ୟବସ୍ଥାକୁ ଅଧିକ ଆକର୍ଷଣୀୟ କରାଯିବ। ଏହି କାର୍ଯ୍ୟ ମାର୍ଚ୍ଚ ଶେଷ ସୁଦ୍ଧା ପୂର୍ଣ୍ଣାଙ୍ଗ କରିବାକୁ ସ୍ଥିର କରାଯାଇଛି।
ପରେ ମୁଖ୍ୟ ଶାସନ ସଚିବ ଚୂଡ଼ଙ୍ଗଗଡ଼ ଜଙ୍ଗଲ ଅଞ୍ଚଳ ପରିଦର୍ଶନ କରିଥିଲେ। ଉକ୍ତ ଜଙ୍ଗଲକୁ ବନ୍ୟଜନ୍ତୁ ସଫାରି ଭାବେ ବିକଶିତ କରିବା ପାଇଁ ନିଷ୍ପତ୍ତି ହୋଇଥିବାବେଳେ ଏହି ଢାଞ୍ଚାରେ ଏହାର ଚତୁଃପାର୍ଶ୍ୱକୁ ଜୁନ୍‌ ଶେଷ ସୁଦ୍ଧା ପାଚେରି ନିର୍ମାଣ ସରିବ। ସେହିପରି ବଟାନିକାଲ ଗାର୍ଡେନକୁ ସିଧାସଳଖ ଜୟଦେବବିହାର-ନନ୍ଦନକାନନ ମୁଖ୍ୟ ରାସ୍ତା ସହ ସଂଯୋଗ ହେବ। ଏଥିପାଇଁ ପ୍ରାୟ ୫୦୦ମିଟର ରାସ୍ତା ଓ ଝରଣା ନିମନ୍ତେ କଲ୍‌ଭର୍ଟ ଆଦି ନିର୍ମାଣ ହେବ। ପୂର୍ତ୍ତ ବିଭାଗ ଏଥି ନିମନ୍ତେ ତୁରନ୍ତ ଡିପିଆର୍‌ ଓ ଖର୍ଚ୍ଚ ଆକଳନ ଆଦି କରିବା ପାଇଁ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ସହ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ପ୍ରଧାନ ବନ୍ୟଜନ୍ତୁ ସଂରକ୍ଷକ ତଥା ନନ୍ଦନକାନନ ନିର୍ଦ୍ଦେଶକ ଶଶୀ ପଲ୍‌ଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri