Posted inଜାତୀୟ

କଂଗ୍ରେସର ବିକଳ୍ପ ହେବ କି ଆମ୍‌ ଆଦମୀ ପାର୍ଟି, କେଜ୍‌ରିଓ୍ବାଲ ଦେଲେ ଜବାବ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନକୁ ନେଇ ସଚିନ ପାଇଲଟ ଏବଂ ଅଶୋକ ଗେହଲଟଙ୍କ କ୍ୟାମ୍ପ୍‌ ମୁହାଁମୁହିଁ ହୋଇଛି। ଗେହଲଟ କ୍ୟାମ୍ପର ବିଧାୟକମାନେ ମୁଖ୍ୟମନ୍ତ୍ରୀ ପଦ ପାଇଁ ସଚିନ ପାଇଲଟଙ୍କ ନାମକୁ ବିରୋଧ କରୁଛନ୍ତି। ଦଳ ମଧ୍ୟରେ ଥିବା ମତଭେଦକୁ ନେଇ ଅନ୍ୟ ଦଳ ରାଜସ୍ଥାନରେ କଂଗ୍ରେସକୁ ଟାର୍ଗେଟ କରିବା ଆରମ୍ଭ କରିଛନ୍ତି।
କଂଗ୍ରେସର ବିକଳ୍ପ ଭାବେ ଆମ୍‌ ଆଦମୀ ପାର୍ଟି(ଏଏପି) ଉଭା ହେବ କି ପ୍ରଶ୍ନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲ କହିଛନ୍ତି, ମୁଁ ଏହି ବିକଳ୍ପକୁ ବୁଝିପାରୁ ନାହିଁ, ଆମକୁ ଦେଶକୁ ଆଗକୁ ନେବାକୁ ପଡିବ। ଉଭୟ କଂଗ୍ରେସ ଏବଂ ଭାଜପା ଭଙ୍ଗା-ଯୋଡା ରାଜନୀତି କରୁଛନ୍ତି। ଏବେ ଆମ ଆଦମୀ ପାର୍ଟି ସମଗ୍ର ଦେଶରେ ଭରସା ସାଜିଛି। ଆମେ ରାଜନୀତି ଜାଣୁନାହୁଁ, ଜନସାଧାରଣଙ୍କ ପାଇଁ କାମ କରୁ, ବିଦ୍ୟାଳୟ ଏବଂ ଡାକ୍ତରଖାନା ନିର୍ମାଣ କରୁ। ଏହି କାରଣରୁ ଦିଲ୍ଲୀ ଏବଂ ପଞ୍ଜାବରେ ସରକାର ଗଠନ କରିଛୁ। ବର୍ତ୍ତମାନ ଗୁଜରାଟର ମଧ୍ୟ ଆମ ଆଦମୀ ପାର୍ଟି ସରକାର ଗଠନ ହେବ ବୋଲି ସେ ଦାବି କରିଛନ୍ତି।
ସୂଚନାଯୋଗ୍ୟ, କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଘୋଷଣା କରିବା ପରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ନେଇ ଆଲୋଚନା ଆରମ୍ଭ ହୋଇଛି। କାରଣ କଂଗ୍ରେସରେ ‘ଜଣେ ବ୍ୟକ୍ତି-ଗୋଟିଏ ପୋଷ୍ଟ’ର ନୀତି ରହିଛି। ଏହି ଆଧାରରେ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ହେଲେ ମୁଖ୍ୟମନ୍ତ୍ରୀ ପଦରେ ରହିପାରିବେ ନାହିଁ। ତେଣୁ ତାଙ୍କ ସ୍ଥାନରେ ସଚିନ ପାଇଲଟ ହିଁ ଏହି ପଦ ପାଇଁ ମୁଖ୍ୟ ଦାବିଦାର କୁହାଯାଉଛି। କିନ୍ତୁ ଗେହଲଟଙ୍କ ସମର୍ଥକ ବିଧାୟକ ସଚିନଙ୍କୁ ଏହି ପଦରେ ବସାଇବାକୁ ରାଜି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri