Posted inଜାତୀୟ

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର ନଜର ତାଙ୍କ ପତ୍ନୀ ତଥା ରାଜ୍ୟସଭା ସାଂସଦ ସୁନେତ୍ରା ପାୱାରଙ୍କ ଉପରେ ରହିଛି। ଏହି ଦୁଃଖଦ ଘଟଣା NCP (ଅଜିତ ଗୋଷ୍ଠୀ) ଏବଂ ମହାରାଷ୍ଟ୍ର ରାଜନୀତିର ଗତିପଥ ବଦଳାଇ ଦେଇପାରେ ବୋଲି ଚର୍ଚ୍ଚା ହେଉଛି।

୧୯୮୫ ରେ ଅଜିତ ପାୱାରଙ୍କୁ ବିବାହ କରିଥିବା ସୁନେତ୍ରା କେବଳ ପାୱାର ପରିବାରର ବୋହୂ ନୁହନ୍ତି, ବରଂ ସେ ଏକ ପ୍ରଭାବଶାଳୀ ରାଜନୈତିକ ପରିବାରରୁ ଆସିଛନ୍ତି। ସେ ପୂର୍ବତନ ମନ୍ତ୍ରୀ ପଦ୍ମସିଂହ ପାଟିଲଙ୍କ ଭଉଣୀ। ଦୀର୍ଘ ଦିନ ଧରି ସେ ପରଦା ପଛରେ ରହି ବାରମତୀ ଅଞ୍ଚଳରେ ନିଜର ସାମାଜିକ ଓ ବ୍ୟବସାୟିକ ନେଟୱାର୍କ ସୁଦୃଢ଼ କରିଛନ୍ତି।

ସେ ‘ଏନଭାଇରନ୍‌ମେଣ୍ଟାଲ ଫୋରମ୍ ଅଫ୍ ଇଣ୍ଡିଆ’ (EFOI) ର ପ୍ରତିଷ୍ଠାତା ଏବଂ ଜୈବିକ ଚାଷ ତଥା ପରିବେଶ ସୁରକ୍ଷା ପାଇଁ ‘ଗ୍ରୀନ୍ ୱାରିଅର୍ ଆୱାର୍ଡ’ ପାଇଛନ୍ତି। ସେ ଶରଦ ପାୱାରଙ୍କ ଦ୍ୱାରା ସ୍ଥାପିତ ‘ବିଦ୍ୟା ପ୍ରତିଷ୍ଠାନ’ର ଜଣେ ଟ୍ରଷ୍ଟି ଏବଂ ପୁଣେ ବିଶ୍ୱବିଦ୍ୟାଳୟର ସିନେଟ୍ ସଦସ୍ୟ ଭାବେ କାର୍ଯ୍ୟରତ।

ସୁନେତ୍ରା ୨୦୨୪ ଲୋକସଭା ନିର୍ବାଚନରେ ବାରମତୀ ଆସନରୁ ସୁପ୍ରିୟା ସୁଲେଙ୍କ ବିରୋଧରେ ପ୍ରତିଦ୍ୱନ୍ଦ୍ୱିତା କରି ପ୍ରତ୍ୟକ୍ଷ ରାଜନୀତିରେ ପାଦ ଦେଇଥିଲେ। ଯଦିଓ ସେ ଏହି ନିର୍ବାଚନରେ ପରାଜିତ ହୋଇଥିଲେ, ପରେ ସେ ପ୍ରଫୁଲ୍ଲ ପଟେଲଙ୍କ ସ୍ଥାନରେ ରାଜ୍ୟସଭାକୁ ନିର୍ବିରୋଧ ନିର୍ବାଚିତ ହୋଇଥିଲେ।

କାହିଁକି ସେ ହୋଇପାରନ୍ତି ପରବର୍ତ୍ତୀ ନେତୃତ୍ୱ?
ପ୍ରଫୁଲ୍ଲ ପଟେଲ, ଛଗନ ଭୁଜବଳ ଓ ଦିଲୀପ ୱାଲସେ ପାଟିଲଙ୍କ ଭଳି ବରିଷ୍ଠ ନେତା ଦଳରେ ଥିଲେ ମଧ୍ୟ ସୁନେତ୍ରାଙ୍କ ପାଇଁ କିଛି ସକାରାତ୍ମକ ଦିଗ ରହିଛି। ବିମାନ ଦୁର୍ଘଟଣା ପରେ ସୁନେତ୍ରାଙ୍କ ପ୍ରତି ଜନସାଧାରଣ ଓ ଦଳୀୟ କର୍ମୀଙ୍କ ମଧ୍ୟରେ ପ୍ରବଳ ସମବେଦନା ରହିଛି। ପାୱାର ପରିବାରର ରାଜନୈତିକ ପରମ୍ପରାକୁ ବଜାୟ ରଖିବା ପାଇଁ ସେ ଏକ ମୁଖ୍ୟ ବିକଳ୍ପ।

ବାରାମତୀ ଏବଂ ମରାଠୱାଡ଼ା ଅଞ୍ଚଳରେ ତାଙ୍କର ବ୍ୟକ୍ତିଗତ ପତିଆରା ଦଳକୁ ଏକଜୁଟ ରଖିବାରେ ସହାୟକ ହେବ। ପୁଅ ପାର୍ଥ ପାୱାର କିମ୍ବା ପୁତୁରା ରୋହିତ ପାୱାର ନେତୃତ୍ୱ ଦୌଡ଼ରେ ଥିଲେ ମଧ୍ୟ ସମ୍ପ୍ରତି ସୁନେତ୍ରା ପାୱାର ଏନ୍‌ସିପିର ମୁଖ୍ୟ ଶକ୍ତିକେନ୍ଦ୍ର ଭାବେ ଉଭା ହେବାର ସମ୍ଭାବନା ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?