ଅମର ଶତପଥୀ ଭାଜପାରେ ଯୋଗ ଦେବେ କି: ଜାଣନ୍ତୁ କ’ଣ କହିଲେ….

ଭୁବନେଶ୍ୱର,୧୫।୧୦: ଅମର ଶତପଥି ପ୍ରସଙ୍ଗରେ ବିଜେଡିକୁ କଟାକ୍ଷ କରିଛନ୍ତି ଶିଳ୍ପମନ୍ତ୍ରୀଙ୍କ ସମ୍ପଦ ସ୍ବାଇଁ। ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କ ପରେ ଶିଳ୍ପମନ୍ତ୍ରୀ କହିଛନ୍ତି ଇଏ ତ ଆରମ୍ଭ, ଆଗକୁ ଦେଖିବେ ଆହୁରି ନେତା ବିଜେଡି ଛାଡ଼ୁଛନ୍ତି। ବିଜେଡି, ଭାଜପାକୁ କପି କରୁଛି। ସେ ଦଳରେ ସମ୍ବିଧାନ, ଗଣତନ୍ତ୍ର ନାହିଁ। ଆମକୁ ଦେଖି ସେମାନେ ସଦସ୍ୟତା ଅଭିଯାନ ଆରମ୍ଭ କଲେ। ତାଙ୍କର ବରିଷ୍ଠ ନେତା କହିଲେ ସଦସ୍ୟତା ନବୀକରଣ କରିବେନି, ତେବେ ଏହା ହାସ୍ୟାସ୍ପଦ।ସେମାନେ କେବେ ବିରୋଧୀ ଦଳରେ ରାଜନୀତି କରିପାରିବେନି। ବିଜେଡି ନେତା ସଂଘର୍ଷ କରି ପାରିବେନି, ଜଣଜଣ କରି ଦଳ ଛାଡ଼ିବେ। ଅମର ଶତପଥୀ ଭାଜପାରେ ଯୋଗ ଦେବେ କି ପ୍ରଶ୍ନରେ ପ୍ରତିକ୍ରିୟାରେ ସେ ସମ୍ପର୍କରେ ନିଷ୍ପତ୍ତି ଦଳର ଶୀର୍ଷ ନେତୃତ୍ବ ନେବେ ବୋଲି ସମ୍ପଦ କହିଛନ୍ତି।

ପ୍ରତାପ କହିଥିଲେ, ଶୀର୍ଷ ନେତୃତ୍ୱ ସ୍ଥିର କରିବେ ଅମରଙ୍କୁ ଗ୍ରହଣ କରିବେ କି ନାହିଁ। ବିଜେଡିର ଅବସ୍ଥା କ’ଣ ତାହା ପ୍ରତିଦିନ ଦେଖିବାକୁ ମିଳୁଛି। ବୁଡ଼ିଗଲା ଡଙ୍ଗାର ନାଁ ତଳକୁ ତଳକୁ ଯାଉଛି, ତାଙ୍କର ସେହି ଅବସ୍ଥା ବୋଲି କହିଥିଲେ। ସେ ଆହୁରି କହିଛନ୍ତି, ସେ ଦଳରେ ଗଣତନ୍ତ୍ର ନାହିଁ, ବିଜେଡିରୁ ପ୍ରତିଷ୍ଠାତା ସଦସ୍ୟ ଯାଇ ସାରିଲେଣି।ସେ ଦଳରେ ମେରୀ ରାୟ ଶାସନ ଚାଲିଛି, ଏମିତିରେ ଦଳରେ ତିଷ୍ଠିବା ମୁସ୍କିଲ ବୋଲି ପ୍ରତାପ କହିଥିଲେ।

ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି। ଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି ଲେନିନ। ସେ କହିଛନ୍ତି, ଅମର ଦଳ ଛାଡ଼ି ପଳାନ୍ତୁ। ଯାହାଙ୍କୁ ଦଳରେ ଅଣନିଃଶ୍ବାସୀ ଲାଗୁଛି, ସେ ଛାଡ଼ି ପଳାଇଲେ ଭଲହୁଅନ୍ତା ବୋଲି ଲେନିନ କହିଛନ୍ତି।

ସେ ତ ନିଜ ପୁତୁରାଙ୍କୁ ଆଗରୁ ଭାଜପାକୁ ଛାଡ଼ିଛନ୍ତି, ଏବେ ନିଜେ ପଳାନ୍ତୁ। ଦଳ ତାଙ୍କୁ ୬ ଥର ବିଧାୟକ କରିଛି, ବିଭିନ୍ନ ପଦ ପଦବୀ ଦେଇଛି। ତା’ ପରେ ଯଦି ତାଙ୍କୁ ଅଣନିଃଶ୍ବାସୀ ଲାଗୁଛି, ସେ ଦଳ ଛାଡ଼ି ପଳାଇଲେ ଭଲ ହେବ ବୋଲି ଲେନିନ କହିବା ପରେ ଦଳରେ ହଲଚଲ ସୃଷ୍ଟି ହୋଇଛି। ସେ ଚାଲିଗଲେ ଦଳର ପଇସାଟିଏର କ୍ଷତି ହେବ ନାହିଁ। ଯେଉଁମାନେ ଦଳରୁ ଡେଇଁଛନ୍ତି, ସେମାନେ ଭାଜପା ସମ୍ପର୍କରେ ଥିଲେ। ସେ ଭାଜପାକୁ ଯାଉନାହାନ୍ତି, କି ଭାଜପା ମଧ୍ୟ ତାଙ୍କୁ ପ୍ରଧାନମନ୍ତ୍ରୀ କରିଦେବନି। ଯେଉଁମାନେ ଦଳ ଛାଡ଼ି ଭାଜପାକୁ ଯାଇଛନ୍ତି ସେମାନେ ସେଠି କ’ଣ ପାଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଲେନିନ। ଯେଉଁମାନେ ଯିବାକୁ ଚାହୁଁଛନ୍ତି ସେମାନେ ଯାଆନ୍ତୁ, ବିଜେଡି ଆହୁରି ସୁଦୃଢ଼ ହେବ ବୋଲି କହିଛନ୍ତି ଲେନିନ।

ଲେନିନ ତାଙ୍କୁ ଦଳ ଛାଡ଼ି ପଳାନ୍ତୁ କହିବା ପରେ ଅମର କଡ଼ା କଥା ଶୁଣାଇ ଦେଇଛନ୍ତି।ସେ କହିଛନ୍ତି, ‘ଦିନ ଥିଲା ମୁଁ ବିଜେଡିରେ ଟିକେଟ ବାଣ୍ଟୁଥିଲି। ଏବେ ମୁଁ ଦଳରେ ନାହିଁ। ମୁଁ ଏବେ ସ୍ବାଧୀନ। ସଭ୍ୟ ସଂଗ୍ରହ ଅଭିଯାନରେ ମୁଁ ମୋ’ ସଭ୍ୟପଦ ନବୀକରଣ ବି କରିନି। କିଛି ଦିନ ହେଲା ମୁଁ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି। ଲେନିନ୍‌ଙ୍କ ଅପରିପକ୍ବତା ପ୍ରତି ମୋର ଦୟା ଆସୁଛି। ମୋ ପୁତୁରା କେହି ଭାଜପାକୁ ଯାଇନାହାନ୍ତି, ସେ ନାଁ କହିଲେ ଭଲ ହେବ। ଭାଜପା ସହ ଅନେକ ଦଳ ଏବେ ବି ମୋ’ ସହ ଯୋଗାଯୋଗରେ ଅଛନ୍ତି। କିନ୍ତୁ ମୁଁ ଏବେ ସକ୍ରିୟ ରାଜନୀତିରୁ ନିବୃତ୍ତ ରହିଛି।’

 

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?