ବାହା ହେବେ ଅନିଲ!

ମୁମ୍ବାଇ: ବଲିଉଡ୍ ସେଲିବ୍ରିଟିଙ୍କ ବିବାହ ବିଚ୍ଛେଦକୁ ନେଇ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳିଥାଏ । କେବେ କେବେ ଏହା ସତ ହୋଇଥିବା ବେଳେ କେବେ କେବେ ଏହା କେବଳ ଗସିପ୍ ହୋଇଥାଏ । ନିକଟରେ ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ବିବାହ କରିବା ଖବର ଶୁଣିବାକୁ ମିଳିଥିଲା । ତାହା ପୁଣି ତୃତୀୟ ବିବାହ । ଅବଶ୍ୟ ଅନେକେ ଏହାକୁ ସତ ବୋଲି ଧରି ନେଇଥିଲେ । କାରଣ ନିକଟରେ ଆମିର ଖାଁ ତାଙ୍କ ଦ୍ୱିତୀୟ ପତ୍ନୀ କିରଣ ରାଓଙ୍କଠାରୁ ଅଲଗା ହୋଇଯାଇଥିଲେ । ହେଲେ ଏବେ ଯାହା ଶୁଣାଯାଉଛି ତାହା ଆଦୌ ଗ୍ରହଣ କରାଯାଇ ପାରୁନାହିଁ । ଆଲୋଚନା ହେଉଛି କି ବଲିଉଡର ଏଭରଗ୍ରୀନ୍ ନାୟକ ଅନିଲ କପୁର ପୁଣିଥରେ ବିବାହ କରିବାକୁ ଯାଉଛନ୍ତି । ତାହା ପୁଣି ବଲିଉଡର ଜଣେ ନାୟିକାଙ୍କୁ । ଯେକି ତାଙ୍କଠାରୁ ବୟସରେ ଖୁବ୍ ସାନ । ଏହା ଶୁଣିବା ପରେ ଅନିଲଙ୍କ ପ୍ରଶଂସକମାନେ ନିରାଶ ହୋଇଛନ୍ତି । କାରଣ ହେଉଛି ଅନିଲ ଓ ତାଙ୍କ ପତ୍ନୀ ସୁନିତାଙ୍କ ମଧ୍ୟରେ ସମ୍ପର୍କ ଖୁବ୍ ନିବିଡ । ପାଖାପାଖି ୪୦ ବର୍ଷର ବୈବାହିକ ସମ୍ପର୍କ ମଧ୍ୟରେ ଉଭୟଙ୍କ ମଧ୍ୟରେ କେବେ ମନୋମାଳିନ୍ୟ ହୋଇ ନାହିଁ । ତେଣୁ ଏବେ ଯେ ଅନିଲ ସୁନିତାଙ୍କଠାରୁ ଅଲଗା ହେବାକୁ ଚାହୁଁଛନ୍ତି କଥାଟା କିଛି ବୁଝି ହେଉନି । ଅସଲ କଥା ହେଲା ଅନିଲ କପୁର କୁଆଡେ କଙ୍ଗନା ରାନାୱତଙ୍କୁ ବିବାହ କରିବାକୁ ଯାଉଛନ୍ତି । ଏମିତି ଖବର ଆସିଛି ‘କଫି ୱିଥ କରନ ସିଜନ ୩’ର ଏକ ଏପିସୋଡ ପ୍ରମୋରୁ । ଏହାର ଏକ ଭିଡିଓ ଭାଇରାଲ ହେଉଥିବା ବେଳେ ଏଥିରୁ ଜଣାପଡୁଛି କି ଅନିଲ ବୋଧହୁଏ କଙ୍ଗନାଙ୍କୁ ବିବାହ କରିବାକୁ ଯାଉଛନ୍ତି । ହେଲେ ସୁପରଷ୍ଟାର ଅନିଲ କପୁରଙ୍କର ସେମିତି କିଛି ଯୋଜନା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri