Posted inଖେଳ

ପିଏଙ୍କ ପାଇଁ ପୁଣି ଟାର୍ଗେଟରେ ଗମ୍ଭୀର, ବିସିସିଆଇ ନେଇପାରେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୧: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ପୂର୍ବରୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ଘରୋଇ ସିରିଜ ଏବଂ ଅଷ୍ଟ୍ରେଲିଆରେ ବର୍ଡର-ଗାଭାସ୍କର ଟ୍ରଫିରେ ଖରାପ ପ୍ରଦର୍ଶନ ଯୋଗୁ ଗମ୍ଭୀର ପୂର୍ବରୁ ଚାପରେ ଅଛନ୍ତି। ଏବେ ତାଙ୍କ ପର୍ସନାଲ ଆସିଷ୍ଟାଣ୍ଡ ଯୋଗୁ ତାଙ୍କର ସମସ୍ୟା ଆହୁରି ବଢ଼ିପାରେ। ରିପୋର୍ଟ ଅନୁସାରେ, ଗମ୍ଭୀରଙ୍କ ପିଏ ସବୁଠି ଦଳ ସହିତ ଉପସ୍ଥିତ ରହିବାକୁ ନେଇ ବିସିସିଆଇ ଅଧିକାରୀମାନେ ଖପ୍ପା ହୋଇଯାଇଛନ୍ତି। ଯାହା ପରେ ଏବେ ତାଙ୍କ ପିଏ ଉପରେ କାର୍ଯ୍ୟାନୁଷ୍ଠାନ ଖଣ୍ଡା ଝୁଲୁଛି।

ବିସିସିଆଇର ଜଣେ ଅଧିକାରୀ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି ଯେ ଚୟନକର୍ତ୍ତାଙ୍କ କାର୍‌ରେ ଗୌତମ ଗମ୍ଭୀରଙ୍କ ପିଏ ଦେଖାଯାଇଥିଲେ। ଅଧିକାରୀ ଜଣକ ଏହା ଉପରେ ଅସନ୍ତୋଷ ପ୍ରକାଶ କରି କହିଛନ୍ତି, ଚୟନକର୍ତ୍ତାଙ୍କ ପିଏ କାହିଁକି ସେମାନଙ୍କ ଗାଡ଼ିରେ ବସିଥିଲେ? ତୃତୀୟ ବ୍ୟକ୍ତି ଉପସ୍ଥିତ ଥିବାବେଳେ ଚୟନକର୍ତ୍ତାମାନେ ସେମାନଙ୍କ ବିଷୟରେ ବ୍ୟକ୍ତିଗତ ଭାବରେ ଆଲୋଚନା ମଧ୍ୟ କରିପାରିବେ ନାହିଁ। ସେମାନଙ୍କୁ ଆଡିଲେଡରେ ବିସିସିଆଇ ହସ୍ପିଟାଲିଟି ବାକ୍ସରେ କାହିଁକି ସ୍ଥାନ ଦିଆଗଲା ବୋଲି ଅଧିକାରୀ ଜଣକ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri