Posted inଖେଳ

ରାହାନେଙ୍କୁ ପ୍ରଶଂସା କଲେ ମୋ ବିରୋଧରେ ମୁମ୍ବାଇ ଖେଳାଳିଙ୍କୁ ସମର୍ଥନ କରୁଥିବା ଅଭିଯୋଗ ଆସିବ : ଗାଭାସ୍କର

ମେଲବୋର୍ନ, ୨୬।୧୨- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ନେତୃତ୍ୱକୁ ବହୁ ପୂର୍ବତନ କ୍ରିକେଟର ପ୍ରଶଂସା କରିଛନ୍ତି। ଏହି ତାଲିକାରେ ଅଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ତଥା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର। ହେଲେ ରାହାନେଙ୍କ ନେତୃତ୍ବରେ ତାଙ୍କ ମତ ସମ୍ପୂର୍ଣ୍ଣ ଭିନ୍ନ।

ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁସ୍ଥିତିରେ ଟିମ୍‌ ଇଣ୍ଡିଆର ନେତୃତ୍ୱ ଭାର ସମ୍ଭାଳୁଥିବା ରାହାନେ ଜବରଦସ୍ତ ଫିଲ୍ଡ ପୋଜିଶନ ଓ ବୋଲିଂ ଚେଞ୍ଜ କରି ଘରୋଇ ଅଷ୍ଟ୍ରେଲିଆ ଦଳକୁ ୭୨.୩ ଓଭରରେ ୧୯୫ ରନ୍‌ରେ ସୀମିତ ରଖିଥିଲେ। ରାହାନେଙ୍କ ନେତୃତ୍ୱ ସମ୍ପର୍କରେ ଗାଭାସ୍କରଙ୍କୁ ମତ ଲୋଡ଼ାଯିବା ପରେ ସେ କହିଥିଲେ, ଏତେ ଶୀଘ୍ର ସିଦ୍ଧାନ୍ତରେ ପହଞ୍ଚତ୍ବା ଉଚିତ ନୁହେଁ। ଯଦି ତାଙ୍କ ନେତୃତ୍ୱକୁ ମୁଁ ପ୍ରଶଂସା କରେ, ତେବେ ପୁଣି ଥରେ ମୁମ୍ବାଇ ଖେଳାଳିଙ୍କୁ ସମର୍ଥନ କରୁଥିବା ଟ୍ୟାଗ ମୋ ଉପରେ ଲଗାଯିବ। ରାହାନେ ନୂଆ ନୂଆ ନେତୃତ୍ୱ ସମ୍ଭାଳୁଥିବାରୁ ମୁଁ ଏତେ ଶୀଘ୍ର କିଛି କହିବା ଉଚିତ ହେବ ନାହିଁ ବୋଲି ଏହି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଭାରତ ଓ ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ୍‌ର ପ୍ରସାରଣକାରୀ ଚ୍ୟାନେଲ ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri