‘ତେଲ ନ କିଣିବାକୁ ଅନୁରୋଧ କରାଯିବ’

ଭୁବନେଶ୍ବର,୫।୭: ଦେଶରେ ବଢୁଥିବା ତେଲ ଦରକୁ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଭାଜପା ସରକାର କେତେ ଶୋଷିଲେ ମନ ସନ୍ତୁଷ୍ଟ ହେବ ବୋଲି ନିରଞ୍ଜନ ଅଭିଯୋଗ କରିଛନ୍ତି। ଜନସାଧାରଣ ଏହାର ଉପଯୁକ୍ତ ଜବାବ ଦେବେ ବୋଲି ସେ କହିଥିଲେ।

ଆସନ୍ତା ୭ରୁ ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ କଂଗ୍ରେସ ଆନ୍ଦୋଳନ କରିବ । ୭ରେ ପ୍ରତ୍ୟେକ ବ୍ଲକ ଆଗରେ ପ୍ରତିବାଦ କରିବ । ୯ରେ ଜିଲାସ୍ତରରେ, ୧୪ରେ ଭୁବନେଶ୍ୱରରେ ଦର ବୃଦ୍ଧି ନେଇ ପ୍ରତିବାଦ କରାଯିବ। ୧୫ରେ ଲୋକଙ୍କୁ ତେଲ ନ କିଣିବାକୁ ଦଳ ଅନୁରୋଧ କରିବ। ୧୭ରେ ପ୍ରତି ପେଟ୍ରୋଲପମ୍ପ ଆଗରେ କଂଗ୍ରେସର ଦସ୍ତଖତ ଅଭିଯାନ ଆରମ୍ଭ କରାଯିବ ବୋଲି ପିସିସି ସଭାପତି ନିରଞ୍ଜନ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ କୋଭିଡ ଆକ୍ରାନ୍ତ ଓ ମୃତ୍ୟୁ ତଥ୍ୟ ନେଇ ରାଜ୍ୟ ସରକାରଙ୍କୁ ସେ ସମାଲୋଚନା କରିଥିଲେ। ୧ ମାସ ଧରି କଂଗ୍ରେସ କର୍ମୀ ଘରକୁ ଘର ବୁଲି କୋଭିଡ ଆକ୍ରାନ୍ତ ଏବଂ ମୃତ୍ୟୁ ତଥ୍ୟ ସଂଗ୍ରହ କରିବେ। ଏହାକୁ ଏଆଇସିସି ନିକଟରେ ଦାଖଲ କରାଯିବ ବୋଲି ନିରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri