ବିଶ୍ୱସ୍ତରୀୟ ହେବ: ଚନ୍ଦ୍ରଭାଗା, ତଳସାରୀ ବେଳାଭୂମି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ଉପଯୋଗ କରି ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ବେଳାଭୂମି ଯୋଜନା ପ୍ରସ୍ତୁତ କରିଛନ୍ତି। ପୁରୀ କୋଣାର୍କ ମେରାଇନ ଡ୍ରାଇଭ୍‌ ଚନ୍ଦ୍ରଭାଗା ଓ ବାଲେଶ୍ୱରର ତଳସାରୀ- ଉଦୟପୁର ବେଳାଭୂମିର ଭିତ୍ତିଭୂମି ବିକାଶ କରି ଆନ୍ତର୍ଜାତିକ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ଲାଗି ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ବେଳାଭୂମି ପର୍ଯ୍ୟଟନ କ୍ଷେତ୍ରରେ ଏହା ଏକ ମାଇଲଖୁଣ୍ଟ ଭାବରେ ବିକଶିତ ହେବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇଟି ମହତ୍ତ୍ୱାକାଂକ୍ଷୀ ଯୋଜନାର ରୂପାୟନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା କରିଛନ୍ତି।
ଏହି ଯୋଜନାରେ ପୁରୀ-କୋଣାର୍କ ବେଳାଭୂମିର ଚନ୍ଦ୍ରଭାଗାଠାରେ ୧ କିଲୋମିଟର ବ୍ୟାପୀ ଅଞ୍ଚଳର ବିକାଶ କରାଯିବ। ଏଥିପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯିବ। ସେହିସବୁ ସ୍ଥାନରେ ଜଳକ୍ରୀଡ଼ା, ଆମୋଦପ୍ରମୋଦ, ସୁଦୃଶ୍ୟ ଚଲାପଥ, ସାଇକେଲ ଟ୍ରାକ୍‌, ସମୁଦ୍ର କୂଳେ କୂଳେ କାଠର ଚଲାପଥ, ମୁକ୍ତାକାଶ ରଙ୍ଗମଞ୍ଚ, ଛୋଟପିଲାଙ୍କ ଖେଳ ପାଇଁ ଅଞ୍ଚଳ, ସୂର୍ଯ୍ୟୋଦୟ ଦେଖିବା ଲାଗି ମଞ୍ଚ, ଦୁଃସାହସିକ କ୍ରୀଡ଼ା ଆଦି ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ଏହାଛଡା ଆଧୁନିକ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ଲ୍ୟାଣ୍ଡ ସ୍କେପିଂ, ବାଲି ସୁରକ୍ଷା, ସୌର ଆଲୋକ ସୁବିଧା ସହିତ ସ୍ଥାନୀୟ ଲୋକଙ୍କ ଅଂଶଗ୍ରହଣକୁ ଉତ୍ସାହିତ କରାଯିବ। ଏହି କାର୍ଯ୍ୟ ୧ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ପର୍ଯ୍ୟଟକମାନେ କେବଳ ଦିନ ସମୟରେ ଏସବୁକୁ ଉପଭୋଗ କରିପାରିବେ।
ଅନ୍ୟ ପକ୍ଷରେ ବାଲେଶ୍ୱରର ତଳସାରୀରେ ପର୍ଯ୍ୟଟକମାନଙ୍କ ଲାଗି ଏକାଧିକ ଦିନ ରହଣି ବ୍ୟବସ୍ଥା କରାଯିବ। ପର୍ଯ୍ୟଟକମାନେ ଯେପରି ବେଳାଭୂମିର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ ସେଥିପାଇଁ ସେଠାରେ ୨.୪ କିଲୋମିଟର ଅଞ୍ଚଳକୁ ବିକଶିତ କରାଯିବ। ସେଠାରେ ତାରକା ହୋଟେଲ ଏବଂ ବଜେଟ ହୋଟେଲ ନିର୍ମାଣ କରିବା ପାଇଁ ଉତ୍ସାହିତ କରାଯିବ। ଏହି ବେଳାଭୂମିର ସୌନ୍ଦର୍ଯ୍ୟକୁ ପର୍ଯ୍ୟଟକମାନେ ଯେପରି ମନଭରି ଉପଭୋଗ କରିପାରିବେ ସେଥିପାଇଁ ରୁଚିପୂର୍ଣ୍ଣ ଭାବରେ ପାଭିଲିୟନ ସହିତ ବର୍ଷା ଆଶ୍ରୟସ୍ଥଳ , କିଓସ୍କୋ, ସିଟିଂ ଆଇଲାଣ୍ଡ, ସୋଲାର ଫଟୋଭୋଲ୍‌ଟାଇକ ପ୍ୟାନେଲ, ଆମ୍ପି ଥିଏଟର, ରେଷ୍ଟୁରାଣ୍ଟ ଆଦି କରାଯିବ। ଏହାଛଡା ପର୍ଯ୍ୟଟକମାନଙ୍କୁ ଓଡ଼ିଶାର କଳା ସଂସ୍କୃତି ସହ ପରିଚିତ କରିବା ପାଇଁ ଏକ କଳା ଏବଂ କ୍ରାଫ୍ଟ ପ୍ଲାଜା ମଧ୍ୟ ନିର୍ମାଣ କରାଯିବ। ଏସବୁ ଭିତ୍ତିଭୂମି କାର୍ଯ୍ୟ ଅକ୍ଟୋବର ୨୦୨୧ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି।
ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଉଭୟ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରାଯିବ। ଲାଇଫଗାର୍ଡମାନଙ୍କୁ ମୁତୟନ କରାଯିବ। ଏହି ସବୁ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଏଥିପାଇଁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, ଏଜେନ୍ସି ଓ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ପୁରୀ ବେଳାଭୂମିକୁ ବ୍ଲୁ ଫ୍ଲାଗ ଷ୍ଟାଣ୍ଡାର୍ଡ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହିତ ଏଥିପାଇଁ ଜିଲା ପ୍ରଶାସନ ଓ ପର୍ଯ୍ୟଟନ ବିଭାଗକୁ ଧନ୍ୟବାଦ ଜଣାଇଥିଲେ। ଆଗାମୀ ୨ ବର୍ଷ ମଧ୍ୟରେ ପୀର ଜାହାନିଆ, ନୀଳାଦ୍ରି ମୁହାଣ ଆଦି ପୁରୀ ଜିଲାରେ ଥିବା ବେଳାଭୂମି ଓ ଗଞ୍ଜାମ ଜିଲାର ହରିପୁର ଓ ପତିସୋନପୁର ବେଳାଭୂମିକୁ ବ୍ଲୁ ଫ୍ଲାଗ ବେଳାଭୂମି ଭାବେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ବୈଠକରେ ଭୋଗରାଇ ବିଧାୟକ ଅନନ୍ତ ଦାସ, ଓଟିଡିସି ଅଧ୍ୟକ୍ଷା, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପର୍ଯ୍ୟଟନ ବିଭାଗ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ପୁରୀ ଓ ବାଲେଶ୍ୱର ଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ…

ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’

ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

ରାଶନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର! ଏବେ ମିଳିବ ମୁଣ୍ଡପିଛା ମିଳିବ…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY) ଅଧୀନରେ ମିଳୁଥିବା ପରିବାର ପିଛା ମାସିକ ୩୫ କିଲୋଗ୍ରାମର ଖାଦ୍ୟଶସ୍ୟ ଅଧିକାରକୁ ବଦଳାଇ, ଏହାକୁ ପ୍ରତି ବ୍ୟକ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ଦିଗରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri