ବିଶ୍ୱସ୍ତରୀୟ ହେବ: ଚନ୍ଦ୍ରଭାଗା, ତଳସାରୀ ବେଳାଭୂମି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ଉପଯୋଗ କରି ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ବେଳାଭୂମି ଯୋଜନା ପ୍ରସ୍ତୁତ କରିଛନ୍ତି। ପୁରୀ କୋଣାର୍କ ମେରାଇନ ଡ୍ରାଇଭ୍‌ ଚନ୍ଦ୍ରଭାଗା ଓ ବାଲେଶ୍ୱରର ତଳସାରୀ- ଉଦୟପୁର ବେଳାଭୂମିର ଭିତ୍ତିଭୂମି ବିକାଶ କରି ଆନ୍ତର୍ଜାତିକ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ଲାଗି ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ବେଳାଭୂମି ପର୍ଯ୍ୟଟନ କ୍ଷେତ୍ରରେ ଏହା ଏକ ମାଇଲଖୁଣ୍ଟ ଭାବରେ ବିକଶିତ ହେବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇଟି ମହତ୍ତ୍ୱାକାଂକ୍ଷୀ ଯୋଜନାର ରୂପାୟନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା କରିଛନ୍ତି।
ଏହି ଯୋଜନାରେ ପୁରୀ-କୋଣାର୍କ ବେଳାଭୂମିର ଚନ୍ଦ୍ରଭାଗାଠାରେ ୧ କିଲୋମିଟର ବ୍ୟାପୀ ଅଞ୍ଚଳର ବିକାଶ କରାଯିବ। ଏଥିପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯିବ। ସେହିସବୁ ସ୍ଥାନରେ ଜଳକ୍ରୀଡ଼ା, ଆମୋଦପ୍ରମୋଦ, ସୁଦୃଶ୍ୟ ଚଲାପଥ, ସାଇକେଲ ଟ୍ରାକ୍‌, ସମୁଦ୍ର କୂଳେ କୂଳେ କାଠର ଚଲାପଥ, ମୁକ୍ତାକାଶ ରଙ୍ଗମଞ୍ଚ, ଛୋଟପିଲାଙ୍କ ଖେଳ ପାଇଁ ଅଞ୍ଚଳ, ସୂର୍ଯ୍ୟୋଦୟ ଦେଖିବା ଲାଗି ମଞ୍ଚ, ଦୁଃସାହସିକ କ୍ରୀଡ଼ା ଆଦି ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ଏହାଛଡା ଆଧୁନିକ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ଲ୍ୟାଣ୍ଡ ସ୍କେପିଂ, ବାଲି ସୁରକ୍ଷା, ସୌର ଆଲୋକ ସୁବିଧା ସହିତ ସ୍ଥାନୀୟ ଲୋକଙ୍କ ଅଂଶଗ୍ରହଣକୁ ଉତ୍ସାହିତ କରାଯିବ। ଏହି କାର୍ଯ୍ୟ ୧ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ପର୍ଯ୍ୟଟକମାନେ କେବଳ ଦିନ ସମୟରେ ଏସବୁକୁ ଉପଭୋଗ କରିପାରିବେ।
ଅନ୍ୟ ପକ୍ଷରେ ବାଲେଶ୍ୱରର ତଳସାରୀରେ ପର୍ଯ୍ୟଟକମାନଙ୍କ ଲାଗି ଏକାଧିକ ଦିନ ରହଣି ବ୍ୟବସ୍ଥା କରାଯିବ। ପର୍ଯ୍ୟଟକମାନେ ଯେପରି ବେଳାଭୂମିର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ ସେଥିପାଇଁ ସେଠାରେ ୨.୪ କିଲୋମିଟର ଅଞ୍ଚଳକୁ ବିକଶିତ କରାଯିବ। ସେଠାରେ ତାରକା ହୋଟେଲ ଏବଂ ବଜେଟ ହୋଟେଲ ନିର୍ମାଣ କରିବା ପାଇଁ ଉତ୍ସାହିତ କରାଯିବ। ଏହି ବେଳାଭୂମିର ସୌନ୍ଦର୍ଯ୍ୟକୁ ପର୍ଯ୍ୟଟକମାନେ ଯେପରି ମନଭରି ଉପଭୋଗ କରିପାରିବେ ସେଥିପାଇଁ ରୁଚିପୂର୍ଣ୍ଣ ଭାବରେ ପାଭିଲିୟନ ସହିତ ବର୍ଷା ଆଶ୍ରୟସ୍ଥଳ , କିଓସ୍କୋ, ସିଟିଂ ଆଇଲାଣ୍ଡ, ସୋଲାର ଫଟୋଭୋଲ୍‌ଟାଇକ ପ୍ୟାନେଲ, ଆମ୍ପି ଥିଏଟର, ରେଷ୍ଟୁରାଣ୍ଟ ଆଦି କରାଯିବ। ଏହାଛଡା ପର୍ଯ୍ୟଟକମାନଙ୍କୁ ଓଡ଼ିଶାର କଳା ସଂସ୍କୃତି ସହ ପରିଚିତ କରିବା ପାଇଁ ଏକ କଳା ଏବଂ କ୍ରାଫ୍ଟ ପ୍ଲାଜା ମଧ୍ୟ ନିର୍ମାଣ କରାଯିବ। ଏସବୁ ଭିତ୍ତିଭୂମି କାର୍ଯ୍ୟ ଅକ୍ଟୋବର ୨୦୨୧ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି।
ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଉଭୟ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରାଯିବ। ଲାଇଫଗାର୍ଡମାନଙ୍କୁ ମୁତୟନ କରାଯିବ। ଏହି ସବୁ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଏଥିପାଇଁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, ଏଜେନ୍ସି ଓ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ପୁରୀ ବେଳାଭୂମିକୁ ବ୍ଲୁ ଫ୍ଲାଗ ଷ୍ଟାଣ୍ଡାର୍ଡ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହିତ ଏଥିପାଇଁ ଜିଲା ପ୍ରଶାସନ ଓ ପର୍ଯ୍ୟଟନ ବିଭାଗକୁ ଧନ୍ୟବାଦ ଜଣାଇଥିଲେ। ଆଗାମୀ ୨ ବର୍ଷ ମଧ୍ୟରେ ପୀର ଜାହାନିଆ, ନୀଳାଦ୍ରି ମୁହାଣ ଆଦି ପୁରୀ ଜିଲାରେ ଥିବା ବେଳାଭୂମି ଓ ଗଞ୍ଜାମ ଜିଲାର ହରିପୁର ଓ ପତିସୋନପୁର ବେଳାଭୂମିକୁ ବ୍ଲୁ ଫ୍ଲାଗ ବେଳାଭୂମି ଭାବେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ବୈଠକରେ ଭୋଗରାଇ ବିଧାୟକ ଅନନ୍ତ ଦାସ, ଓଟିଡିସି ଅଧ୍ୟକ୍ଷା, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପର୍ଯ୍ୟଟନ ବିଭାଗ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ପୁରୀ ଓ ବାଲେଶ୍ୱର ଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri