ଭାଜପା ଯୋଗଦେବେ କି ବିଜେଡି କର୍ପୋରେଟର ଅମରେଶ ଜେନା: ଏମିତି କହିଦେଲେ ଜଗା ପ୍ରଧାନ

ଭୁବନେଶ୍ୱର,୨୪।୧୦: ନାବାଳିକା ବଳାତ୍କାର ମାମଲାରେ ଗିରଫ ହୋଇଥିବା ବିଏମ୍‌ସି ୪୫ ନଂ. ୱାର୍ଡ କର୍ପୋରେଟର ଅମରେଶ ଜେନା ଓରଫ ବାଇଆଁ ପ୍ରାୟ ୩ ମାସ ପରେ ଝାରପଡ଼ା ଜେଲରୁ ବାହାରିଛନ୍ତି। ସାରେ ସମର୍ଥକମାନେ ଅମରେଶଙ୍କୁ ସ୍ବାଗତ କରି ଭବ୍ୟ ପଟୁଆରରେ ପାଛୋଟି ନେଇଥିଲେ। ଏହି ସମୟରେ ଅମରେଶ କହିଥିଲେ, ମୋର ସାମାଜିକ ଓ ରାଜନୈତିକ ହତ୍ୟା ପାଇଁ ଷଡ଼ଯନ୍ତ୍ର କରାଯାଇଥିଲା। ପ୍ରଭୁ ଜଗନ୍ନାଥ ଓ ନ୍ୟାୟାଳୟ ଉପରେ ଭରସା ଥିଲା। ପ୍ରାରମ୍ଭିକ ନ୍ୟାୟ ପାଇଥିବାବେଳେ ଆଗାମୀ ଦିନରେ ସମ୍ପୂର୍ଣ୍ଣ ନ୍ୟାୟ ପାଇବେ। ଷଡ଼ଯନ୍ତ୍ରକାରୀମାନଙ୍କୁ ଭଗବାନ କ୍ଷମା କରିଦିଅନ୍ତୁ ବୋଲି ସେ କହିଛନ୍ତି। ଅକ୍ଟୋବର ୧୭ରେ ହାଇକୋର୍ଟ ଅମରେଶଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ।

ଅମରେଶଙ୍କୁ କେବଳ ତାଙ୍କ ସମର୍ଥକମାନେ ନୁହେଁ, ଭାଜପା ନେତା ଜଗନ୍ନାଥ ପ୍ରଧାନ ଏବହ ତାଙ୍କ ସମର୍ଥକମାନେ ଭବ୍ୟ ସ୍ବାଗତ କରିଥିଲେ। ଜେଲ୍‌ରୁ ଫେରିବା ପରେ ଅମରେଶ ବିଜେଡି ଛାଡ଼ି ଭାଜପାରେ ଯୋଗଦେବା ନେଇ ଜୋରଦାର ଚର୍ଚ୍ଚା ହେଉଛି। ଅମରେଶ ଜେନାଙ୍କୁ ପ୍ରଶଂସା କରି ଜଗନ୍ନାଥ କହିଛନ୍ତି, ସେ ଲୋକଙ୍କ ଦୁଃଖ ସୁଖର ସାଥୀ। ତେଣୁ ତାଙ୍କ ଦୁଃଖ ଏବଂ ସୁଖରେ ମୁଁ ଅଛି। ବିଜେଡି ଓ ନବୀନ ବାବୁ ଦୁଃଖ ସମୟରେ ତା’ ହାତ ଛାଡିଦେଇଛନ୍ତି। ଅମରେଶଙ୍କ ସହ ଅନ୍ୟାୟ ହୋଇଛି। ଏବେ ସିଏ ବାହାରକୁ ଆସିଛନ୍ତି, ପୂରା ସତ୍ୟାସତ୍ୟ ସାମ୍ନାକୁ ଆସିବ। ଅମରେଶ ଜେନା ଯଦି ହଁ କହିବେ, ତାହେେଲେ ମୁଁ ଭାଜପାକୁ ସ୍ବାଗତ କରିବା ସହ ଶୀର୍ଷ ନେତୃତ୍ୱଙ୍କ ସହ କଥା ହେବି। ଅମରେଶ ଆସିଲେ ଆହୁରି ମଜଭୁତ ହେବ।

ସୂଚନାଯୋଗ୍ୟ, ବିବାହର ପ୍ରତିଶ୍ରୁତି ଦେଇ ଅମରେଶ ବଳାତ୍କାର କରିଥିବା ଗତ ଜୁଲାଇ ୨୩ରେ ୧୯ ବର୍ଷୀୟା ଜଣେ ପୀଡ଼ିତା ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅମରେଶଙ୍କ ନଁାରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୀଡ଼ିତା ନାବାଳିକା ଥିବା ସମୟରୁ ଅମରେଶ ତାଙ୍କ ସହ ଅମାନୁଷିକ କାଣ୍ଡ ଘଟାଇଥିଲେ। ଏପରିକି ପୀଡ଼ିତାଙ୍କ ଗର୍ଭପାତ କରାଇ ତାଙ୍କୁ ତଣ୍ଟିଚିପି ହତ୍ୟା ଉଦ୍ୟମ କରିବା ସହ ଭୁବନେଶ୍ୱର ଛାଡ଼ି ଚାଲିଯିବାକୁ ଧମକ ଦେଇଥିଲେ ବୋଲି ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ଅମରେଶଙ୍କୁ ଜୁଲାଇ ୨୭ରେ ବାଲେଶ୍ୱରରୁ ଗିରଫ କରିଥିଲା। ଏହାପୂର୍ବରୁ ତାଙ୍କୁ ଫେରାର କରାଇବା ଅଭିଯୋଗରେ ୫ଜଣ ସହଯୋଗୀ ଗିରଫ ହୋଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri