Posted inଜାତୀୟ

ଭାଜପା ହାତ ଛାଡ଼ିବ କି ଜେଡିୟୁ:ଆଜି ନିଷ୍ପତ୍ତି ନେବେ ନୀତୀଶ କୁମାର

ପାଟନା,୯।୮:ବିହାରରେ ୨୦୧୭ରେ ଭାଜପା ସମର୍ଥନରେ ଜେଡିୟୁ ସରକାର ଗଢ଼ିବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଗୈରିକ ଦଳର ନେତୃବୃନ୍ଦ କ୍ରମାଗତ ଭାବେ ପରସ୍ପରକୁ କଟାକ୍ଷ କରିଆସୁଥିଲେ। କିନ୍ତୁ ଗତ କିଛିଦିନ ହେଲା ତାହା ଚରମ ସ୍ଥିତିରେ ପହଞ୍ଚତ୍ଥିବାବେଳେ ରାଜ୍ୟରେ ଏନ୍‌ଡିଏ ମେଣ୍ଟ ଭାଙ୍ଗିବାକୁ ଯାଉଛି। ଜେଡିୟୁର ଅଭିଯୋଗ ହେଲା ଦଳ ଭିତରେ ନୀତିଶଙ୍କ ପତିଆରା କ୍ଷୁଣ୍ଣ କରିବାକୁ ଭାଜପା ଉଦ୍ୟମ ଚଳାଇଛି। ମଙ୍ଗଳବାର ନୀତୀଶ ଦଳୀୟ ବିଧାୟକମାନଙ୍କ ଜରୁରୀ ବୈଠକ ଡାକିଛନ୍ତି। କେତେଜଣ ବିଧାୟକଙ୍କୁ ଭାଜପା ନିଜ ପକ୍ଷକୁ ନେବା ଲାଗି ଅନୁରୋଧ କରିଛି, ସେ ନେଇ ବୈଠକରେ ଆଲୋଚନା ହେବ। ମେଣ୍ଟ ଭାଙ୍ଗିବା ନେଇ ବୈଠକରେ ନିଷ୍ପତ୍ତି ହୋଇପାରେ ବୋଲି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଏହାକୁ ନେଇ ବିହାର ରାଜନୀତିରେ ଝଡ଼ ଦେଖାଦେଇଥିବାବେଳେ ଜେଡିୟୁ ଭାଜପା ହାତ ଛାଡ଼ିଲେ ଆମେ ସମର୍ଥନ ଦେବାକୁ ପ୍ରସ୍ତୁତ ଅଛୁ ବୋଲି ସୋମବାର ବିରୋଧୀ ଦଳ ଆର୍‌ଜେଡି ପକ୍ଷରୁ କୁହାଯାଇଛି। ମଙ୍ଗଳବାର ଉଭୟ ଶାସକ ଦଳ ବିଧାୟକଙ୍କ ବୈଠକ ଡକାଯାଇଥିବାରୁ ଅସାଧାରଣ ସ୍ଥିତି ସୃଷ୍ଟି ହୋଇଥିବା ସ୍ପଷ୍ଟ ବୋଲି ଆର୍‌ଜେଡି ଉପାଧ୍ୟକ୍ଷ ଶିବାନନ୍ଦ ତିଓ୍ବାରୀ କହିଛନ୍ତି। ନୀତୀଶ ଏନ୍‌ଡିଏରୁ ଓହରିଯିବାକୁ ନିଷ୍ପତ୍ତି ନେଲେ ଆମେ ତାଙ୍କୁ କୋଳେଇ ନେବୁ ବୋଲି ଆର୍‌ଜେଡି ନେତା କହିଛନ୍ତି।
ଭାଜପାରୁ ଉପମୁଖ୍ୟମନ୍ତ୍ରୀ ଥିବା ତାରକିଶୋର ପ୍ରସାଦ ସୋମବାର ଏକ ବୈଠକରେ କହିଛନ୍ତି, ଶାସକ ମେଣ୍ଟରେ ଫାଟ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲେ ହେଁ, ସେପରି କିଛି ଗୁରୁତର କଥା ନ ଥିବା ନୀତୀଶ ସ୍ବୀକାର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ଜାରି ରହିଛି ଓ ଆମେ ନିଷ୍ପତ୍ତିକୁ ଅପେକ୍ଷା କରିଛୁ ବୋଲି ଦିଲ୍ଲୀ ଭାଜପା ସୂତ୍ରରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri