Posted inଜାତୀୟ

ଭାଜପାରେ ଯୋଗଦେବେ କି କଂଗେସ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର: RSS ଗୀତ ଗାଇବା ପରେ ଦେଲେ ସଫେଇ

ବେଙ୍ଗାଲୁରୁ,୨୨।୮: କର୍ନାଟକ କଂଗ୍ରେସ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ସମ୍ପ୍ରତି ବିଧାନସଭାରେ ଏପରି କିଛି କରିଛନ୍ତି,ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଡିକେ ଶିବକୁମାର ବିଧାନସଭାରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ଗୀତ ଗାଇଥିଲେ। ସେ ଆରଏସଏସ ଗୀତ ଗାଇବା ପରେ, ଭାଜପା କଂଗ୍ରେସକୁ ଟାର୍ଗେଟ କରିବା ଆରମ୍ଭ କରିଛି। ଶିବକୁମାର ଭାଜପାରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି।

ଏହି ମାମଲା ଜୋର ଧରିବା ପରେ ଡିକେ ଶିବକୁମାର ସଫେଇ ଦେଇଛନ୍ତି। ସେ କହିଛନ୍ତି, ସେ ଜନ୍ମରୁ ଜଣେ କଂଗ୍ରେସୀ ଏବଂ ଜୀବନସାରା କଂଗ୍ରେସୀ ରହିବେ। ଭାଜପା ସହିତ ହାତ ମିଳାଇବାର ତାଙ୍କର କୌଣସି ଉଦ୍ଦେଶ୍ୟ ନାହିଁ।

ଉପମୁଖ୍ୟମନ୍ତ୍ରୀଙ୍କ ଆରଏସଏସ ଗୀତ ଗାଇବାର ଭିଡିଓ ଭାଇରାଲ ହେଉଛି। ଚିନ୍ନାସ୍ବାମୀ ଷ୍ଟାଡିୟମରେ ଦଳାଚକଟା ଆଲୋଚନା ହେଉଥିବା ସମୟରେ ଶିବକୁମାର ଏହି ଗୀତ ଗାଇଥିଲେ। ତାଙ୍କ ରାଜନୈତିକ ଯାତ୍ରା ବିଷୟରେ କହିବା ସମୟରେ, ଉପମୁଖ୍ୟମନ୍ତ୍ରୀ ଶିବକୁମାରଙ୍କୁ ବିରୋଧୀ ଦଳ ନେତା ଆର. ଅଶୋକ ଆରଏସଏସ ସହିତ ତାଙ୍କର ପ୍ରାରମ୍ଭିକ ସମ୍ପର୍କ ବିଷୟରେ ମନେ ପକାଇ ଦେଇଥିଲେ। ଜବାବରେ, ଉପମୁଖ୍ୟମନ୍ତ୍ରୀ ଆରଏସଏସ ଗୀତ ନମସ୍ତେ ସଦା ଭାତସଲେ ଗାଇବା ଆରମ୍ଭ କରିଥିଲେ, ଯାହା ବିଧାନସଭାରେ ଏକ ବିତର୍କ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri