Posted inଜାତୀୟ

ଅପରାଧୀ ରାଜନେତାଙ୍କୁ ନିର୍ବାଚନରୁ କରାଯିବ କି ବ୍ୟାନ? Supreme Courtରେ ଜବାବ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬।୨: ନିକଟରେ Supreme Court କେନ୍ଦ୍ର ସରକାରଙ୍କଠାରୁ ଜବାବ ମାଗିଥିଲେ ଯେ ଦୋଷୀ ସାବ୍ୟସ୍ତ ହୋଇଥିବା ଏମପି ଏବଂ ବିଧାୟକମାନଙ୍କୁ ର୍ନିବାଚନ ଲଢ଼ିବା ପାଇଁ ସ୍ଥାୟୀ ଭାବରେ ନିଷେଧ କରାଯିବା ଉଚିତ କି ନାହିଁ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି। ଜବାବରେ କୁହାଯାଇଛି ଯେ ଫୌଜଦାରୀ ମାମଲାରେ ଦୋଷୀ ସାବ୍ୟସ୍ତ ରାଜନେତାମାନଙ୍କୁ ଦଣ୍ଡାଦେଶ ପରେ ଜୀବନବ୍ୟାପୀ ର୍ନିବାଚନ ଲଢ଼ିବା ପାଇଁ ନିଷେଧ କରାଯାଇପାରିବ ନାହିଁ।

ସଂସଦ ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟବସ୍ଥା କରିଛି। ଗୃହରୁ ଜଣଙ୍କୁ ଅଯୋଗ୍ୟ ଘୋଷଣା କରିବାର ସର୍ତ୍ତଗୁଡ଼ିକ ମଧ୍ୟ ସ୍ପଷ୍ଟ। ଆବେଦନକାରୀଙ୍କ ଦ୍ୱାରା ଦାଖଲ କରାଯାଇଥିବା ଆବେଦନରେ ବିଭିନ୍ନ ଦିଗକୁ ଅସ୍ପଷ୍ଟ ଭାବରେ ଉପସ୍ଥାପନ କରାଯାଇଛି। କେନ୍ଦ୍ର ସରକାର Supreme Courtଙ୍କୁ ୨୦୧୬ରେ ଦାୟର ହୋଇଥିବା ଆବେଦନକୁ ଖାରଜ କରିବାକୁ ଅନୁରୋଧ କରିଛନ୍ତି।

ସୁପ୍ରିମକୋର୍ଟ ଏହି ମାମଲାରେ ସରକାର ଏବଂ ର୍ନିବାଚନ କମିଶନଙ୍କଠାରୁ ଜବାବ ମାଗିଥିଲେ ଏବଂ କହିଥିଲେ ଯେ ଯଦି ଜଣେ ସରକାରୀ କର୍ମଚାରୀ ଦୋଷୀ ସାବ୍ୟସ୍ତ ହୁଅନ୍ତି, ସେ ଜୀବନବ୍ୟାପୀ ଚାକିରିରୁ ବହିଷ୍କାର ହୋଇଯାଆନ୍ତି, ତେବେ ଦୋଷୀ ନେତା କିପରି ସଂସଦକୁ ଫେରିପାରିବେ? ଆଇନ ଭଙ୍ଗକାରୀମାନେ ଆଇନ ତିଆରି କରିବା ପାଇଁ କିପରି କାମ କରିପାରିବେ?

ଆଡଭୋକେଟ ଅଶ୍ୱିନୀ ଉପାଧ୍ୟାୟ ୨୦୧୬ରେ ଏକ ପିଆଇଏଲ ଦାୟର କରିଥିଲେ। ଏଥିରେ, ଜନପ୍ରତିନିଧି ଆଇନ 1951ର ଧାରା 8 ଏବଂ 9ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ କୁହାଯାଇଥିଲା ଯେ ରାଜନୈତିକ ଦଳଗୁଡ଼ିକ ସ୍ପଷ୍ଟ କରିବା ଉଚିତ ଯେ ସେମାନେ କାହିଁକି ସୱଚ୍ଛ ଭାବମୂର୍ତ୍ତି ଥିବା ଲୋକଙ୍କୁ ପାଇପାରୁନାହାଁନ୍ତି।

ପ୍ରଚଳିତ ଆଇନ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କୁ ଫୌଜଦାରୀ ମାମଲାରେ ୨ ବର୍ଷ କିମ୍ବା ତା’ଠାରୁ ଅଧିକ ସଜା ଦିଆଯାଏ, ତେବେ ସଜା ପୂରଣ ହେବା ପରେ ତାଙ୍କୁ ୬ ବର୍ଷ ପର୍ଯ୍ୟନ୍ତ ର୍ନିବାଚନ ଲଢ଼ିବା ପାଇଁ ବାରଣ କରାଯାଏ। ଆବେଦନକାରୀ ଅଶ୍ୱିନୀ ଉପାଧ୍ୟାୟ ଆବେଦନରେ ଦୋଷୀ ରାଜନେତାଙ୍କ ଉପରେ ଆଜୀବନ ପ୍ରତିବନ୍ଧକ ଲଗାଇବା ଏବଂ ବିଭିନ୍ନ ଅଦାଲତରେ ସେମାନଙ୍କ ବିରୋଧରେ ବିଚାରାଧୀନ ମାମଲାଗୁଡ଼ିକର ଶୀଘ୍ର ସମାଧାନ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri