ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି ହୋଇଥିବା ଗୋଟିଏ ଆସନ ପାଇଁ ହେବ ନିର୍ବାଚନ । ଜୁନ ୧ରେ ବିଧିବଦ୍ଧ ବିଜ୍ଞପ୍ତି ପାଇବ। ଜୁନ ୮ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଥିବାବେଳେ ଜୁନ ୧୧ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଜୁନ ୧୮ ତାରିଖ ସକାଳ ୯ରୁ ଅପରାହ୍ଣ ୪ଟା ମଧ୍ୟରେ ଭୋଟ ଗ୍ରହଣ । ଅପରାହ୍ଣ ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯିବ। ତେବେ ରାଜ୍ୟ ସଭାକୁ ଭାଜପା କାହାକୁ ପଠାଇବ ସେନେଇ ଚର୍ଚ୍ଚା ଜୋର ଧରିଛି। କୁହାଯାଉଛି ଦେବାଶିଷ ରାଜ୍ୟ ସଭା ଯାଇପାରନ୍ତି। ଏହି ସମୟରେ ଭାଜପା ନେତା ସୁରେଶ ପୂଜାରୀ ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜ୍ୟ ସଭାରେ ଆଗରୁ ସଂଖ୍ୟା ଗରିଷ୍ଠତା ନ ଥିଲା, ଏବେ ମେଜରିଟି ଅଛି। ଏବେ ପୁଣି ଭାଜପାର ଆଉ ଗୋଟିଏ ସିଟ୍‌ ବଢିବ। ସୁଜିତ୍‌ କୁମାର, ମମତା ମହନ୍ତ ଇସ୍ତଫା ଦେଇ ରାଜ୍ୟ ସଭା ଗଲେ। ଯିଏ ଇସ୍ତଫା ଦେଇ ଆସିଛନ୍ତି, ତାଙ୍କ ସମ୍ଭାବନା ଅଧିକ ରହିଛି। ତେବେ କିଏ ପ୍ରାର୍ଥୀ ହେବେ ସେନେଇ ଦଳ ନିଷ୍ପତ୍ତି ନେବ ବୋଲି ସୁରେଶ ପୂଜାରୀ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri