ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ ସାଧାରଣ ସଭାର ୮୧ତମ ଅଧିବେଶନରେ ଉଦ୍‌ବୋଧନ ଦେବା ଅବସରରେ ଧମକ ଦେଇଛନ୍ତି। ଇରାନ ଚୁକ୍ତି ସ୍ବାକ୍ଷର କଲେ ଏହା ପୂର୍ବାପେକ୍ଷା ଅଧିକ ଶକ୍ତିଶାଳୀ ମହାନ ରାଷ୍ଟ୍ର ହେବାର ସୁଯୋଗ ପାଇବ। ତେବେ ତେହରାନ୍‌କୁ କଦାପି ଅଣୁଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ ବୋଲି ଟ୍ରମ୍ପ୍‌ କହିଛନ୍ତି।
ନଭେମ୍ବରରେ ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନର ଠିକ୍‌ ପରେ ଚୁକ୍ତିନାମା ହେବା ନେଇ ତାଙ୍କର ବିଶ୍ୱାସ ରହିଛି, କାରଣ ଏହା ନ ହେବା ସେମାନଙ୍କ ପାଇଁ କୌଣସି ଅର୍ଥ ରଖେ ନାହିଁ। ନିର୍ବାଚନରେ ତାଙ୍କ ଦଳ ବିପୁଳ ଭୋଟରେ ବିଜୟୀ ହେବ ବୋଲି ଟ୍ରମ୍ପ୍‌ ଦୃଢ଼ୋକ୍ତି କରିଛନ୍ତି।
ଜାତିସଂଘ ସାଧାରଣ ସଭା ବାର୍ଷିକ ଅଧିବେଶନରେ ଯୋଗଦେବା ପାଇଁ ଇରାନ ରାଷ୍ଟ୍ରପତି ମାସୌଦ ପେଜେଶକିଆନ୍‌ ଏବଂ ବହିର୍ବ୍ୟାପାର ମନ୍ତ୍ରୀ ଆବ୍ବାସ ଆରାଘଚି ନ୍ୟୁୟର୍କ ଆସିଥିଲେ ମଧ୍ୟ ଟ୍ରମ୍ପ୍‌ଙ୍କ ଭାଷଣ ବେଳେ ସେମାନେ ଉପସ୍ଥିତ ନ ଥିଲେ। ଇରାନରୁ ଆସିଥିବା ଅନ୍ୟ ପ୍ରତିନିଧିମାନେ ଉପସ୍ଥିତ ଥିଲେ ମଧ୍ୟ ୧୦ ମିନିଟ୍‌ ପରେ ବାହାରିଯାଇଥିଲେ।
ଆମେରିକା ସାମରିକ ଚାପ କୋହଳ କରିବା ସହ ଇରାନୀୟ ବନ୍ଦରଗୁଡ଼ିକରୁ ଏହାର ଅବରୋଧ ହଟାଇଲେ, ତେହରାନ୍‌ ୭ ଦିନ ମଧ୍ୟରେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଖୋଲିଦେଇପାରିବ ବୋଲି ଏହାର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର କହିଥିଲେ। ଯୁଦ୍ଧ ପ୍ରସଙ୍ଗକୁ କୂଟନୀତି ଜରିଆରେ ସମାଧାନ କରିବାକୁ ଚାହେଁ ବୋଲି ଆମେରିକା ଆନୁଷ୍ଠାନିକ ଭାବେ ଘୋଷଣା କରିବା ଦରକାର ବୋଲି ସେ କହିଥିଲେ।
ଜାତିସଂଘ ଅଧିବେଶନରେ ଟ୍ରମ୍ପ୍‌ ପୁଣିଥରେ ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ କରିଥିବା ଦାବିକୁ ଦୋହରାଛନ୍ତି। ଅପରେଶନ ସିନ୍ଦୂର ବେଳେ ଯୁଦ୍ଧ ବନ୍ଦ ନ କଲେ ଟାରିଫ୍‌ ଲଗାଇବେ ବୋଲି ଧମକ ଦେବାରୁ ସେମାନେ ଅସ୍ତ୍ରବିରତି ପାଇଁ ରାଜି ହୋଇଥିଲେ ବୋଲି ଟ୍ରମ୍ପ୍‌ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?