Posted inଜାତୀୟ

ଇସ୍ତଫା ଦେବେ ଧର୍ମେନ୍ଦ୍ର ପ୍ରଧାନ? ଆନ୍ଦୋଳନ ମଧ୍ୟରେ ଅମିତ ଶାହାଙ୍କୁ…

ନୂଆଦିଲ୍ଲୀ,୨୦।୭: ପେପର ଲିକ୍‌ ମାମଲାକୁ ନେଇ‘କକରୋଚ ଜନତା ପାର୍ଟି’ (CJP) କ୍ରମାଗତ ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରୁଛି। ସୋମବାର ସିଜେପି ପକ୍ଷରୁ ସଂସଦ ମାର୍ଚ୍ଚ କରାଯାଇଥିଲା, ଏହି ସମୟରେ ପ୍ରବଳ ହଙ୍ଗାମା ହୋଇଥିଲା। ଏହି ହଙ୍ଗାମା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବା ପାଇଁ ପହଞ୍ଚିଛନ୍ତି। ଉଭୟଙ୍କ ମଧ୍ୟରେ ଏହି ସାକ୍ଷାତକାର କେଉଁ ପ୍ରସଙ୍ଗକୁ ନେଇ ହେବ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ପେପର ଲିକ ମାମଲାକୁ ନେଇ ଭୋକ ହରତାଳରେ ଥିଲେ। ସେ ମଧ୍ୟ ସୋମବାର  ନିଜର ହରତାଳ ଶେଷ କରିବାକୁ ଘୋଷଣା କରିଛନ୍ତି। ବର୍ତ୍ତମାନ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା ଦେବେ କି ନାହିଁ, ସେ ନେଇ କୌଣସି ସୂଚନା ମିଳିନାହିଁ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ସିଜେପିର ପ୍ରଦର୍ଶନକାରୀମାନେ ସଂସଦ ଭବନର ବେଶ ନିକଟତର ହୋଇଯାଇଥିଲେ। ଏହି ସମୟରେ ପୋଲିସ ଲାଠିଚାର୍ଜ କରିବା ସହ ଅଶ୍ରୁଗ୍ୟାସ ମଧ୍ୟ ପ୍ରୟୋଗ କରିଥିଲା।

ସଂସଦ ମାର୍ଚ୍ଚରେ ସାମିଲ ହେବା ପାଇଁ ଜନ୍ତର-ମନ୍ତର ଯିବାକୁ ଚେଷ୍ଟା କରୁଥିବା ବେଳେ ଅନେକ ପ୍ରଦର୍ଶନକାରୀ ଶାସ୍ତ୍ରୀ ଭବନ ନିକଟରେ ଥିବା ବ୍ୟାରିକେଡ ଭାଙ୍ଗିବାକୁ ପ୍ରୟାସ କରିଥିଲେ। ଏହାପରେ ସୁରକ୍ଷା ବଳ ପ୍ରଦର୍ଶନକାରୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ଅଶ୍ରୁଗ୍ୟାସ ପ୍ରୟୋଗ କରିଥିଲେ। ଏହା ସହିତ କିଛି ସ୍ଥାନରେ ଲାଠିଚାର୍ଜ ମଧ୍ୟ ହୋଇଥିଲା। ସେହିପରି ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ଜନପଥ, ପଟେଲ ଚୌକ, ରାଜୀବ ଚୌକ, କେନ୍ଦ୍ରୀୟ ସଚିବାଳୟ ଏବଂ ସେବା ତୀର୍ଥ ମେଟ୍ରୋ ଷ୍ଟେଶନରେ ପ୍ରବେଶ ଉପରେ କଟକଣା ଲଗାଯିବା ଏବଂ ଗେଟ୍‌ ବନ୍ଦ ହୋଇଯିବା କାରଣରୁ ଅନେକ ଯାତ୍ରୀ ମେଟ୍ରୋ ଷ୍ଟେଶନ ଭିତରେ ହିଁ ଫସି ରହିଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

ଜନ୍ତରମନ୍ତର ପରି ପୁଣି ହେବାକୁ ଯାଉଛି ବଡ଼ ଆନ୍ଦୋଳନ? ସାଂଘାତିକ ଭବିଷ୍ୟବାଣୀ କଲେ…

ନୂଆଦିଲ୍‌ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

୧୫୦୦ କିଲୋଗ୍ରାମ ପ୍ରସାଦ ସହ ୫୦୦ରୁ ଅଧିକ ବ୍ୟଞ୍ଜନର ନୈବେଦ୍ୟ, ଜନ୍ମାଷ୍ଟମୀ ପାଇଁ ନୋଏଡାରେ ସ୍ବତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ, ନୋଏଡାର ମନ୍ଦିରଗୁଡ଼ିକ ଭକ୍ତି, ମହିମା ଏବଂ ରାନ୍ଧଣା ଆନନ୍ଦର ଏକ ଅନନ୍ୟ ମିଶ୍ରଣ ଦେଖିବେ। କିଛି ସ୍ଥାନରେ, ଭଗବାନ ଶ୍ରୀକୃଷ୍ଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri