ଗୋଟିଏ ଦିନରେ ସମାପ୍ତ କରିଦେବି ରୁଷିଆ-ୟୁକେନ୍‌ ଯୁଦ୍ଧ: ଟ୍ରମ୍ପ…

ଓ୍ବାଶିଂଟନ,୧୯।୭ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯଦି ତାଙ୍କ ସରକାର ଗଠନ ହୁଏ ତେବେ ସେ ଗୋଟିଏ ଦିନରେ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ସମାପ୍ତ କରିପାରିବେ। ସେ କହିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଅନ୍ୟ ନେତାଙ୍କର ଏହି ସମସ୍ୟାର ମୁକାବିଲା ପାଇଁ ପର୍ଯ୍ୟାପ୍ତ ଶକ୍ତି ନାହିଁ।

ଆମେରିକାର ଗଣମାଧ୍ୟମ ଅନୁଯାୟୀ ଟ୍ରମ୍ପ କହିଛନ୍ତି ରୁଷିଆର ରାଷ୍ଟ୍ରପତି ଭ୍ଳାଡିମିର ପୁଟିନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲଡିମିଅର ଜେଲେନସ୍କିଙ୍କ ସହ ତାଙ୍କର ସମ୍ପର୍କ ବହୁତ ଭଲ। ଯଦି ମୁଁ କ୍ଷମତାକୁ ଫେରିବି, ତେବେ ମୁଁ ଦୁଇ ନେତାଙ୍କ ମଧ୍ୟରେ ଏକ ଚୁକ୍ତି କରିବି ଏବଂ ଗୋଟିଏ ଦିନରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ବିବାଦର ଅନ୍ତ ଘଟାଇବି। ପୁଟିନ ଜେଲେନସ୍କି ସ୍ମାର୍ଟ ଅଟନ୍ତି। ଫ୍ରାନ୍ସର ମାକ୍ରୋନ ମଧ୍ୟ ବହୁତ ସ୍ମାର୍ଟ । ଏସବୁ ନେତା ବହୁତ ଚତୁର। କିନ୍ତୁ ଆମର ଜଣେ ନେତା ବାଇଡେନ ଅଛନ୍ତି ଯିଏ କ’ଣ ଘଟୁଛି ତାହା ଜାଣନ୍ତି ନାହିଁ। ଆମେରିକାର ଇତିହାସରେ ବର୍ତ୍ତମାନର ସମୟ ସବୁଠାରୁ ଖରାପ ସମୟ ।

ଟ୍ରମ୍ପ ଆହୁରି କହିଛନ୍ତି ମୁଁ ଜେଲେନସ୍କିଙ୍କୁ ଭଲ ଭାବେ ଜାଣିଛି। ମୁଁ ପୁଟିନଙ୍କୁ ମଧ୍ୟ ଭଲଭାବେ ଜାଣେ। ଉଭୟଙ୍କ ସହିତ ମୋର ସମ୍ପର୍କ ବହୁତ ଭଲ ଏବଂ ବହୁତ ଗଭୀର। ମୁଁ ଆଉ ଜେଲେନସ୍କିଙ୍କୁ କହିବି ଆଉ ଅଧିକ ନୁହେଁ, ଆପଣଙ୍କୁ ଏକ ଡିଲ କରିବାକୁ ପଡିବ । ମୁଁ ପୁଟିନଙ୍କୁ କହିବି ଯଦି ତୁମେ ଆପୋଷ ବୁଝାମଣା ନ କର, ମୁଁ ୟୁକ୍ରେନକୁ ବହୁତ କିଛି ଦେବି। ଆମେ ୟୁକ୍ରେନକୁ ଏହାଠାରୁ ଅଧିକ ଦେଇପାରିବୁ ଯାହା ଏପର୍ଯ୍ୟନ୍ତ ମିଳି ନାହିଁ । ମୁଁ ଦିନେ ଦୁହିଁଙ୍କ ମଧ୍ୟରେ ଗୋଟିଏ ଦିନରେ ଚୁକ୍ତି କରି ଦେବି ।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri