କ’ଣ ସବୁ ଖୋଲା ରହିବ ଲକ୍‌ଡାଉନରେ

ଭୁବନେଶ୍ବର,୨।୫: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ମେ’୫ରୁ ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକଡାଉନ ଅବଧି ମଧ୍ୟରେ ଏହି ସେବାଗୁଡିକୁ କଟକଣା ମୁକ୍ତ ରଖାଯାଇଛି।

– ଜାରି ରହିବ ଟିକାକରଣ

– କୋଭିଡ ପରୀକ୍ଷା କରାଇପାରିବ

– ବ୍ୟାଙ୍କ ଓ ଏଟିଏମ୍‌ ସେବା ଜାରି ରହିବ

– ହୋଟେଲରେ ବସି ଲୋକେ ଖାଇ ପାରିବେ ନାହିଁ। କେବଳ ପାର୍ସଲ ନେଇପାରିବେ

– ଲକଡାଉନ ଓ ସଟଡାଉନ ସମୟରେ ଅନ୍‌ଲାଇନ ଡେଲିଭରି ଏବଂ ହୋମ ଡେଲିଭରିକୁ ଅନୁମତି ମିଳିବ

– ଆମ୍ବୁଲାନ୍ସ ସେବା ଜାରି ରହିବ

– ଔଷଧ ଦୋକାନ ଖୋଲା ରହିବ

– କ୍ଷୀର, ମାଛ, ମାଂସ, ଅଣ୍ଡା ଦୋକାନ ଖୋଲା ରହିବ। ୩୦ ଫୁଟ ଦୂରତା ମଧ୍ୟରେ ପ୍ରତ୍ୟେକ ଦୋକାନ ରହିବ

– ମାଲ ପରିବହନ ସେବା କଟକଣା ମୁକ୍ତ ହେବ

– ହସ୍ପିଟାଲ, କ୍ଲିନିକ, ନର୍ସିଂହୋମ ସେବା ଚାଳୁ ରହିବ

– ଗ୍ୟାରେଜ ଓ ଗାଡି ମରାମତି ଦୋକାନ ଖୋଲା ରହିବ

– ଘରଠୁ ୫୦୦ ମିଟର ଦୂରତା ମଧ୍ୟରେ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ସୋମବାରରୁ ଶୁକ୍ରବାର ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ କିଣି ପାରିବେ

– ଶନିବାର ଓ ରବିିବାର ସଟ୍‌ଡାଉନରେ ପୂର୍ବ ଭଳି କଟକଣା ରହିବ

– ସକାଳ ୫ଟାରୁ ୮ଟା ପର୍ଯ୍ୟନ୍ତ ଖବରକାଗଜ ବିତରଣ କାର୍ଯ୍ୟ ହୋଇପାରିବ

– ବୈଦ୍ୟୁତିକ, ମୁଦ୍ରିତ ଏବଂ ୱେବ ମିଡିଆକୁ ଅନୁମତି ମିଳିବ

– ପେଟ୍ରୋଲ ପମ୍ପ ଏବଂ ରୋଷେଇ ଗ୍ୟାସ ଯୋଗାଣକୁ ଅନୁମତି ମିଳିବ

– ଚାଷ ସମ୍ପର୍କିତ କାର୍ଯ୍ୟକ୍ରମ କଟକଣା ମୁକ୍ତ ରହିବ

– ସେବା ଯୋଗାଇବେ ଇଲେକ୍ଟ୍ରିସିଆନ, ମୋଟର ମେକାନିକ, ପାଇପ ମିସ୍ତ୍ରୀ

ଲକ୍‌ଡାଉନ ସମୟରେ କ’ଣ ବନ୍ଦ ରହିବ

– ଯାତ୍ରୀବାହୀ ବସ୍‌ ଚଳାଚଳ ଉପରେ ଲାଗୁ ହେବ କଟକଣା

– ଅଟୋ ରିକ୍ସା, ଟ୍ୟାକ୍ସି, କ୍ୟାବ ଚଳାଚଳ ଉପରେ କଟକଣା

– ସମସ୍ତ ଶିକ୍ଷାନୁଷ୍ଠାନ ଏବଂ କୋଚିଂ ସେଣ୍ଟର ବନ୍ଦ

– ସିନେମା ହଲ, ମଲ୍‌, ଜିମ୍‌, ସୁଇମିଂ ପୁଲ, ପାର୍କ ଓ ବାର ବନ୍ଦ ରହିବ

– ଚାଲିପାରିବ ନାହିଁ ସାପ୍ତାହିକ ଓ ଦୈନିକ ହାଟ

– ସାମାଜିକ, ଧାର୍ମିକ, ରାଜନେତିକ ସମାବେଶ ଉପରେ କଟକଣା

– ଯାତ୍ରା, ଅପେରା, ସ୍ପା, ସେଲୁନ, ବ୍ୟୁଟି ପାର୍ଲର ବନ୍ଦ ରହିବ

– ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ମନା


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?