ଚାଷୀଙ୍କୁ ‘କାଳିଆ’ ଟଙ୍କା ମିଳିବ ନା ନାହିଁ: ବଢୁଛି ଦ୍ୱନ୍ଦ୍ୱ

ଭୁବନେଶ୍ୱର,୧୮ା୬ (ଅନିଲ ଦାସ):ରାଜ୍ୟରେ ଭାଜପା ସରକାରଙ୍କ ପକ୍ଷରୁ ମଙ୍ଗଳବାର ଚାଷୀଙ୍କୁ ପିଏମ୍‌-କିଷାନ କିସ୍ତି ଟଙ୍କା ଦେବା ପାଇଁ ଉତ୍ସବ ପାଳନ କରୁଥିବାବେଳେ ବିଜେଡି ସରକାର ଅମଳରେ ଆରମ୍ଭ କରାଯାଇଥିବା ‘କାଳିଆ’ ଯୋଜନାର ଭବିଷ୍ୟତକୁ ନେଇ ଚାଷୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ସରକାର ବଦଳିବା ପରେ ଏହି ଯୋଜନାରେ ବର୍ଷକୁ ମିଳୁଥିବା ୨ଟି କିସ୍ତି (ଖରିଫ ଓ ରବି ଫସଲ ପୂର୍ବରୁ) ବାବଦ ୪ ହଜାର ଟଙ୍କାର ସହାୟତା ମିଳିବ କି ନାହିଁ ସେ ନେଇ ଆଶଙ୍କାରେ ରହିଛନ୍ତି। କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ଆର୍ଥିକ ସହାୟତା ଯୋଗାଇଦେବାକୁ ବିଜେଡି ସରକାର ୨୦୧୮-୧୯ ଆର୍ଥିକ ବର୍ଷରେ କାଳିଆ ଯୋଜନା ଆରମ୍ଭ କରିଥିଲେ। ଏହି ଯୋଜନା ଅଧୀନରେ ପ୍ରତ୍ୟେକ ହିତାଧିକାରୀ ପରିବାରକୁ ବର୍ଷକୁ ୪୦୦୦ ଟଙ୍କା ଦିଆଯାଉଥିଲା। ଗତ ସାଧାରଣ ନିର୍ବାଚନ ପୂର୍ବରୁ ଅର୍ଥାତ୍‌ ୨୦୨୪ ମାର୍ଚ୍ଚ ୧୧ରେ କାଳିଆ ଯୋଜନାରେ ୪୫.୭୬ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୯୩୩ କୋଟି ଟଙ୍କା ହସ୍ତାନ୍ତର କରାଯାଇଛି। ପରବର୍ତ୍ତୀ କିସ୍ତି ଜୁନ୍‌ ପ୍ରଥମ ସପ୍ତାହରେ ଚାଷୀଙ୍କୁ ମିଳିଥାଆନ୍ତା। ମାତ୍ର ରାଜ୍ୟରେ ସରକାର ବଦଳି ଯିବାରୁ ଏ ପର୍ଯ୍ୟନ୍ତ ଚାଷୀମାନେ ପରବର୍ତ୍ତୀ କିସ୍ତି ସହାୟତା ପାଇ ପାରି ନାହାନ୍ତି। ତେବେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏକ ଜାତୀୟ ଗଣମାଧ୍ୟମକୁ କହିଛନ୍ତି, କାଳିଆ ଯୋଜନା ବନ୍ଦ ହୋଇଯିବ ବୋଲି କିଛି କୁହାଯାଇନାହିଁ। ଏଥିସହ ସେ କହିଛନ୍ତି, ଗୋଟିଏ ରାଜ୍ୟରେ ୨ଟି ଯୋଜନା ସମାନ୍ତରାଳ ଭାବେ ଚାଲିପାରିବନି। ତେଣୁ ଖୁବ୍‌ଶୀଘ୍ର ରାଜ୍ୟବାସୀ ପିଏମ୍‌-କିଷାନ ଯୋଜନାର ଲାଭ କିପରି ଅଧିକରୁ ଅଧିକ ଉଠାଇବେ, ସେ ନେଇ ଯୋଜନା କରାଯାଉଛି। ନିର୍ବାଚନକୁ ଦୃଷ୍ଟିରେ ରଖି ପୂର୍ବ ସରକାର ଏହି କାଳିଆ ଯୋଜନା ଆରମ୍ଭ କରିଥିଲେ। କିନ୍ତୁ କମ୍‌ ଲୋକ ଏହାର ଫାଇଦା ପାଇଛନ୍ତି। ଏବେ ବି ଅନେକ ଲୋକ ଅଛନ୍ତି, ଯେଉଁମାନେ ଏହାର ଲାଭ ପାଇ ପାରିନାହାନ୍ତି ବୋଲି ସିଂଦେଓ କହିଛନ୍ତି। ଅନ୍ୟପକ୍ଷରେ କୃଷି ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ କାଳିଆ ଯୋଜନା ନେଇ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇନାହିଁ। ସରକାରଙ୍କ ନିର୍ଦ୍ଦେଶ ଆସିବା ପରେ ଯାହା କିଛି ହେବ।
ସୂଚନାଯୋଗ୍ୟ ଯେ ରାଜ୍ୟର ୪୦.୯ ଲକ୍ଷ ଚାଷୀ ପରିବାରଙ୍କୁ ପିଏମ୍‌-କିଷାନ ଯୋଜନାରେ ବାର୍ଷିକ ୩ଟି କିସ୍ତିରେ ୬ ହଜାର ଟଙ୍କା ଦିଆଯାଉଥିବା ବେଳେ କାଳିଆ ଯୋଜନାରେ ୨ଟି କିସ୍ତିରେ ୪ ହଜାର ଟଙ୍କା ଦିଆଯାଉଛି। ୨୦୧୮-୧୯ରୁ ଆରମ୍ଭ ହୋଇଥିବା କାଳିଆ ଯୋଜନାରେ ୧୩ଟି କିସ୍ତି ବାବଦରେ ଏପର୍ଯ୍ୟନ୍ତ ୪୫.୭୬ ଲକ୍ଷ ଚାଷୀ ପରିବାରଙ୍କୁ ମୋଟ ପ୍ରାୟ ୧୮ ହଜାର କୋଟି ଟଙ୍କା ସହାୟତା ଆକାରରେ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri