ଦଳ ଚାହିଁଲେ ଚାନ୍ଦବାଲିରୁ ଲଢ଼ିବି: ମନମୋହନ

ଚାନ୍ଦବାଲି,୧୦।୩ (କିଷାନ ପାତ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଚାଲିଥିବା ବେଳେ ଶୁକ୍ରବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀରୁ ଫେରିବା ପରେ ମେଣ୍ଟରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଶନିବାର ଚାନ୍ଦବାଲି ଗସ୍ତରେ ଆସିଥିବା ବେଳେ ଏନ୍‌ଏସିସ୍ଥିତ ଭାଜପା କାର୍ଯ୍ୟାଳୟରେ ପ୍ରମୁଖ କାର୍ଯ୍ୟକର୍ତ୍ତା ଓ ପଦାଧିକାରୀଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ଅବସରରେ ସେ ଖବରଦାତାମାନଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି, ଓଡ଼ିଶାରେ ଭାଜପା ଏକାକୀ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ଲଢ଼ିବାକୁ ପ୍ରସ୍ତୁତ ଅଛି। ମେଣ୍ଟ ପ୍ରସଙ୍ଗରେ କୌଣସି ଆଲୋଚନା ହୋଇନାହିଁ କିମ୍ବା ରାଷ୍ଟ୍ରୀୟ ସଭାପତି କିଛି କହିନାହାନ୍ତି ବୋଲି ସେ ପ୍ରକାଶ କରିଛନ୍ତି। ଓଡ଼ିଶାରେ ଦଳ କେମିତି ଲଢ଼ିବ ତାହା ଭାଜପାର ସଂସଦୀୟ କମିଟି ନିଷ୍ପତ୍ତି ନେବ। ଚାନ୍ଦବାଲିରୁ ପ୍ରାର୍ଥୀ ହେବା ନେଇ ମନମୋହନ କହିଛନ୍ତି, ଗତ ୫ ବର୍ଷ ଧରି ଚାନ୍ଦବାଲି ଲୋକଙ୍କ ସହ ରହିଛନ୍ତି। ସୁବିଧା ଅସୁବିଧାରେ ଲୋକଙ୍କ ସାଙ୍ଗରେ ଛିଡ଼ା ହୋଇଛନ୍ତି। ଦଳ ନିଷ୍ପତ୍ତି କଲେ ସେ ନିଶ୍ଚିତ ଚାନ୍ଦବାଲିରୁ ଲଢ଼ିବେ।

ପୂର୍ବରୁ ଫଳକ ଶୁଭଦିଆ ପରମ୍ପରାକୁ ନେଇ କହିଥିଲେ, ବାସୁଦେବପୁର ଓ ଚାନ୍ଦବାଲିର ପ୍ରାଣକେନ୍ଦ୍ର ହେଲା ବାଲିଆପାଳ ପୋଲ। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ସମୟଠାରୁ ଏପର୍ଯ୍ୟନ୍ତ ବହୁ ଚେଷ୍ଟା କରି ସୁଦ୍ଧା ପୋଲ ନ ହୋଇ ଖାଲି ଫଳକ ମରା ଚାଲିଛି। ନିର୍ବାଚନକୁ ଲକ୍ଷ୍ୟ ରଖି କେବଳ ପ୍ରଚାର ଉଦ୍ଦେଶ୍ୟରେ ଖାଲି ଫଳକ ମରା ଚାଲିଛି। ବୈଠକରେ ଜିଲା ଭାଜପା ଉପସଭାପତି କମଳାକାନ୍ତ ସୂତାର, ରାଜ୍ୟ କୃଷକ ମୋର୍ଚ୍ଚା ସଦସ୍ୟ ଉପେନ୍ଦ୍ର ରାଉଳ, ଆରଡ଼ି ଜୋନ୍‌ ସଭାପତି କିଶୋର ନାୟକ, ଘଣ୍ଟେଶ୍ୱର ଜୋନ୍‌ ସଭାପତି ମିତ୍ରଭାନୁ ଦାସ, ଧାମରା ଜୋନ୍‌ ସଭାପତି ଦେବେନ୍ଦ୍ର ନାୟକ, ଦୈତାରୀ ଦାସ, ରାଜାରାମ ମହାକୁଡ଼, ଏନ୍‌ଏସି ସଭାପତି ସରୋଜ ବଳ, ବରିଷ୍ଠ ନେତା କାହ୍ନୁଚରଣ ବେହେରା, ପୂର୍ଣ୍ଣଚନ୍ଦ୍ର ପାଣି, ସମିତିସଭ୍ୟ ଅଭୟ ବଳ, ମୀନକେତନ ବିଶ୍ୱାଳ, ଜିଲା ସମ୍ପାଦିକା ମାଳତୀଲତା ସାହୁ, ଯୁବନେତା ସ୍ମୃତିରଞ୍ଜନ ନାୟକ, ବିଜୟ ବେହେରା, ସୁଶାନ୍ତ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri