Posted inଜାତୀୟ

ଆଧାର ପାଇଥିବା ବିଦେଶୀଙ୍କୁ ଭୋଟ ଅନୁମତି ମିଳିବ କି, ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୨୮ା୧୧: ଆଧାରକୁ ନାଗରିକତ୍ୱର ନିର୍ବିବାଦ ପ୍ରମାଣ ଭାବେ ଗ୍ରହଣ କରାଯାଇପାରିବ ନାହିଁ। ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପାଇଁ ନିର୍ବାଚନ କମିଶନଙ୍କ ନିଷ୍ପତ୍ତିକୁ ବିରୋଧକରି ଦାଏର ଅନେକ ପିଟିଶନ ଉପରେ ଚୂଡ଼ାନ୍ତ ଶୁଣାଣି ଅବସରରେ ସୁପ୍ରିମକୋର୍ଟ ଏହା କହିଛନ୍ତି। ଭୋଟର ପଞ୍ଜୀକରଣ ପାଇଁ ବ୍ୟବହୃତ ଫର୍ମ-୬ରେ ଉଲ୍ଲେଖ ବିବରଣୀର ବାସ୍ତବତା ପରଖିବାର ଅନ୍ତର୍ନିହିତ ଶକ୍ତି ନିର୍ବାଚନ କମିଶନଙ୍କ ପାଖରେ ରହିଥିବା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀଙ୍କ ଖଣ୍ଡପୀଠ ଦୃଢ଼ୋକ୍ତି କରିଛନ୍ତି। ଖଣ୍ଡପୀଠ ଆଧାରର ସୀମିତ ଉଦ୍ଦେଶ୍ୟ ସମ୍ପର୍କରେ ପୁନର୍ବାର ଦୋହରାଇ କହିଛନ୍ତି, ବିଭିନ୍ନ ସୁବିଧା ଉପଲବ୍ଧ କରିବା ପାଇଁ ଆଧାର ଆଇନ ପ୍ରଣୟନ କରାଯାଇଛି। ରାଶନ ପାଇବା ପାଇଁ ଜଣେ ବ୍ୟକ୍ତିଙ୍କୁ ଆଧାର ମଞ୍ଜୁର କରାଯାଇଛି। ତେବେ ତାଙ୍କୁ ଜଣେ ଭୋଟର କରାଯିବ କି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି। ଉଦାହରଣ ସ୍ବରୂପ ପଡ଼ୋଶୀ ଦେଶର ଜଣେ ବ୍ୟକ୍ତି ଭାରତରେ ଶ୍ରମିକ ଭାବେ କାମ କରୁଛନ୍ତି। ତାଙ୍କୁ ଭୋଟ ପାଇଁ ଅନୁମତି ମିଳିବ କି ବୋଲି ସିଜେଆଇ ପ୍ରଶ୍ନ କରିଛନ୍ତି। ନିର୍ବାଚନ କମିଶନ ଏକ ଡାକଘର ଭଳି କାର୍ଯ୍ୟ କରି ଦାଖଲ ହୋଇଥିବା ପ୍ର୍ରତ୍ୟେକ ଫର୍ମ-୬କୁ ସ୍ବତଃ ଗ୍ରହଣ କରିନେବା ଲାଗି ଦିଆଯାଇଥିବା ପ୍ରସ୍ତାବକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି।
କେତେଜଣ ଆବେଦନକାରୀଙ୍କ ତରଫରୁ ବରିଷ୍ଠ ଆଇନଜୀବୀ କପିଲ ସିବଲ ଉପସ୍ଥିତ ରହି କହିଥିଲେ, ସାଧାରଣ ଭୋଟରଙ୍କ ଉପରେ ଏସ୍‌ଆଇଆର୍‌ ପ୍ରକ୍ରିୟା ଏକ ଅସାମ୍ବିଧାନିକ ବୋଝ ଭାବେ ଲଦିଦିଆଯାଉଛି। ସେମାନଙ୍କ ମଧ୍ୟରୁ ଅନେକଙ୍କୁ କାଗଜପତ୍ର କାମ ପାଇଁ ଧନ୍ଦିହେବାକୁ ପଡ଼ୁଛି ଓ ଭୋଟର ତାଲିକାରୁ ନାଁ କଟିଯିବା ଆଶଙ୍କା ରହୁଛି। ଏଭଳି ପଦକ୍ଷେପ ଗଣତନ୍ତ୍ରକୁ ପ୍ରଭାବିତ କରୁଥିବା ସିବଲ କହିଥିଲେ। ଏସ୍‌ଆଇଆର୍‌ ପ୍ରକ୍ରିୟା ପାଇଁ ନିର୍ବାଚନ କମିଶନଙ୍କ କ୍ଷମତା ଉପରେ ଟିପ୍ପଣୀ ଦେଇ ପୂର୍ବରୁ ଏଭଳି ସଂଶୋଧନ ହୋଇ ନ ଥିଲା କି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ଭୋଟର ତାଲିକାରୁ କୌଣସି ନାଁ କଟାଗଲେ, ତାହା ପୂର୍ବରୁ ଉପଯୁକ୍ତ ନୋଟିସ କରାଯିବ ବୋଲି ଖଣ୍ଡପୀଠ କହିଥିଲେ। ତାମିଲନାଡୁ, କେରଳ ଓ ପଶ୍ଚିମବଙ୍ଗରେ ଏସ୍‌ଆଇଆର୍‌କୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି ପାଇଁ ସୁପ୍ରିମକୋର୍ଟ ସମୟ ନିର୍ଘଣ୍ଟ ଧାର୍ଯ୍ୟ କରିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?