କ୍ଷମତାକୁ ଆସିଲେ ୨୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ଦେବୁ: କଂଗ୍ରେସ

ଭୁବନେଶ୍ୱର,୨୨।୩(ସୁନିତ୍‌ ମିଶ୍ର):‘ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟ’ ଏଭଳି ଏକ ବାର୍ତ୍ତା ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ପକ୍ଷରୁ ନିର୍ବାଚନ ପୂର୍ବରୁ ଜାରି କରାଯାଇଥିବା ଇସ୍ତାହାର ମଧ୍ୟରେ ସ୍ବାସ୍ଥ୍ୟସେବା ସମ୍ପର୍କିତ ସହାୟତା ରାଶିକୁ ନେଇ ରାଜ୍ୟବାସୀଙ୍କ ପାଖରେ କଂଗ୍ରେସ ସଂକଳ୍ପବଦ୍ଧ ବୋଲି ଦଳର ମୁଖପାତ୍ର ପ୍ରଶାନ୍ତ ଶତପଥୀ କହିଛନ୍ତି। କଂଗ୍ରେସ ଭବନଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରଶାନ୍ତ କହିଛନ୍ତି, ସରକାରୀ କର୍ମଚାରୀଙ୍କ ସମେତ ସମସ୍ତ ରାଜ୍ୟବାସୀଙ୍କୁ ସରକାରୀ ଓ ବେସରକାରୀ ଚିକିତ୍ସାଳୟରେ ବାର୍ଷିକ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ପ୍ରଦାନ କରାଯିବ। ଦୁର୍ଘଟଣାରେ ଆଘାତପ୍ରାପ୍ତ ଯେକୌଣସି ବ୍ୟକ୍ତିଙ୍କ ଚିକିତ୍ସା ପାଇଁ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ବ୍ୟବସ୍ଥା କରାଯିବ। ବରିଷ୍ଠ ନାଗରିକଙ୍କ ପାଇଁ ମାସକୁ ୨ ଥର ଭ୍ରାମ୍ୟମାଣ ପରୀକ୍ଷା ଜରିଆରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏତଦ୍‌ ବ୍ୟତୀତ ପ୍ରତି ଜିଲାରେ ଗୋଟିଏ ମେଡିକାଲ କଲେଜ ଏବଂ ଅନ୍ତତଃ ପକ୍ଷେ ଗୋଟିଏ ନର୍ସିଂ କଲେଜ ପ୍ରତିଷ୍ଠା କରାଯିବ। ଓଡ଼ିଶାର ଦୁର୍ବଳ ସ୍ବାସ୍ଥ୍ୟ ବ୍ୟବସ୍ଥା ପାଇଁ ଅସଜଡ଼ା ଭିତ୍ତିଭୂମି ସମ୍ପୂର୍ଣ୍ଣ ଦାୟୀ। ସାଧାରଣ ଭାବେ ଜନସଂଖ୍ୟାର ୮ରୁ ୧୦% ଲୋକ ନିଜ ଆତ୍ମୀୟସ୍ବଜନଙ୍କ ଚିକିତ୍ସା ପାଇଁ ଡାକ୍ତରଖାନାରେ ଟଙ୍କା ଖର୍ଚ୍ଚକରି ଗରିବ ହୋଇଯାଆନ୍ତି। ଏ ଦେଶର ୬୭% ଲୋକ ନିଜ ଖର୍ଚ୍ଚରେ ସରକାରୀ କିମ୍ବା ବେସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହୁଅନ୍ତି। ରାଜ୍ୟରେ ନିରାମୟ ଯୋଜନାରେ ସରକାରୀ ଡାକ୍ତରଖାନାରେ ମାଗଣା ଔଷଧ ଦିଆଯିବାର ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଥିଲା ବେଳେ ସୁନେତ୍ର ଯୋଜନା ଏକ ପ୍ରହେଳିକା ପାଲଟିଛି। ବିଏସ୍‌କେୱାଇ କାର୍ଡର ସହାୟତା ରାଶିର ସୀମା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ଖର୍ଚ୍ଚ ଉପରାନ୍ତେ ଯଦି ପରିବାରର କୌଣସି ମହିଳା ହୋଇଥାନ୍ତି ଆଉ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। କଂଗ୍ରେସର ୨୫ ଲକ୍ଷ ଟଙ୍କାର ଗ୍ୟାରେଣ୍ଟି ସହ ପ୍ରତ୍ୟେକ ପରିବାରର ସମସ୍ତ ସଦସ୍ୟଙ୍କୁ ବାର୍ଷିକ ମାଗଣା ଚିକିତ୍ସା ସରକାରୀ ଓ ବେସରକାରୀ ଡାକ୍ତରଖାନାରେ ପ୍ରଦାନ କରାଯିବ ବୋଲି ପ୍ରଶାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri