Posted inଖେଳ

ଆଇପିଏଲ ବିଶ୍ୱକପ୍‌ ପ୍ରସ୍ତୁତିରେ ସହାୟକ ହେବ: ବାଉଚର

କରାଚି,୩।୪(ପି.ଟି.): ପାକିସ୍ତାନ ବିପକ୍ଷ ସିରିଜ ନ ଖେଳି କେତେଜଣ ଦକ୍ଷିଣ ଆଫ୍ରିକା କ୍ରିକେଟର ଆଇପିଏଲ୍‌ ଖେଳିବାକୁ ଯାଉଛନ୍ତି। ତେବେ ଏଥିରେ ଦକ୍ଷିଣ ଆଫ୍ରିକା ହେଡ୍‌ କୋଚ୍‌ ମାର୍କ ବାଉଚର ଆଦୌ ଚିନ୍ତିତ ନୁହନ୍ତି। ବରଂ ଏହା ଆଗକୁ ଭାରତରେ ଆୟୋଜନ ହେବାକୁ ଥିବ ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତିରେ ସହାୟକ ହେବ ଓ ଦଳରେ ବେଞ୍ଚ୍‌ ଷ୍ଟ୍ରେନ୍ଥ ପରଖିବାରେ ତାଙ୍କୁ ସୁଯୋଗ ମିଳିବ ବୋଲି ସେ କହିଛନ୍ତି।
ଦକ୍ଷିଣ ଆଫ୍ରିକାର ଶ୍ରେଷ୍ଠ ୫ ଖେଳାଳି କ୍ୱିଣ୍ଟନ ଡି କକ୍‌, କାଗିସୋ ରାବାଡ଼ା, ଲୁନ୍‌ଗି ଏନ୍‌ଗିଡି, ଡେଭିଡ ମିଲର ଓ ଅନରିଚ ନୋର୍ଜ ପାକିସ୍ତାନ ବିପକ୍ଷ ଦିନିକିଆ ସିରିଜର ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଉପଲବ୍ଧ ହେବେ। ଏହାପରେ ଏହି ଖେଳାଳିମାନେ ଆଇପିଏଲ୍‌ ଖେଳିବାକୁ ଭାରତ ଗସ୍ତ କରିବେ। ପୂର୍ବରୁ ଆଇପିଏଲ୍‌ ଖେଳିବାକୁ ଖେଳାଳିମାନଙ୍କୁ ରିଲିଜ କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ କ୍ରିକେଟ ସାଉଥ ଆଫ୍ରିକା (ସିଏସ୍‌ଏ) ମଧ୍ୟରେ ଦୀର୍ଘ ଦିନରୁ ଚୁକ୍ତି ହୋଇଆସିଛି ବୋଲି ବାଉଚର କହିଛନ୍ତି। ଟି୨୦ ବିଶ୍ୱକପ୍‌ ଭାରତରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ତେଣୁ ସେଠାରେ ଆଇପିଏଲ୍‌ ଖେଳିଲେ ଦଳ ଫାଇଦା ହାସଲ କରିବ। ଆଇପିଏଲ୍‌ ଏକ ବିଶ୍ୱସ୍ତରୀୟ ଇଭେଣ୍ଟ। ତେଣୁ ବିଶ୍ୱକପ୍‌ରେ ଆଇପିଏଲ୍‌ ଅଭିଜ୍ଞତା କାମରେ ଆସିବ। ସିରିଜରେ ପାକିସ୍ତାନ ସମ୍ପୂର୍ଣ୍ଣ ଦଳ ସହ ଖେଳିବ। ତେଣୁ ଦକ୍ଷିଣ ଆଫ୍ରିକା ପାଇଁ କଡ଼ା ଚ୍ୟାଲେଞ୍ଜ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri