Posted inଖେଳ

ଆଇପିଏଲ ବିଶ୍ୱକପ୍‌ ପ୍ରସ୍ତୁତିରେ ସହାୟକ ହେବ: ବାଉଚର

କରାଚି,୩।୪(ପି.ଟି.): ପାକିସ୍ତାନ ବିପକ୍ଷ ସିରିଜ ନ ଖେଳି କେତେଜଣ ଦକ୍ଷିଣ ଆଫ୍ରିକା କ୍ରିକେଟର ଆଇପିଏଲ୍‌ ଖେଳିବାକୁ ଯାଉଛନ୍ତି। ତେବେ ଏଥିରେ ଦକ୍ଷିଣ ଆଫ୍ରିକା ହେଡ୍‌ କୋଚ୍‌ ମାର୍କ ବାଉଚର ଆଦୌ ଚିନ୍ତିତ ନୁହନ୍ତି। ବରଂ ଏହା ଆଗକୁ ଭାରତରେ ଆୟୋଜନ ହେବାକୁ ଥିବ ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତିରେ ସହାୟକ ହେବ ଓ ଦଳରେ ବେଞ୍ଚ୍‌ ଷ୍ଟ୍ରେନ୍ଥ ପରଖିବାରେ ତାଙ୍କୁ ସୁଯୋଗ ମିଳିବ ବୋଲି ସେ କହିଛନ୍ତି।
ଦକ୍ଷିଣ ଆଫ୍ରିକାର ଶ୍ରେଷ୍ଠ ୫ ଖେଳାଳି କ୍ୱିଣ୍ଟନ ଡି କକ୍‌, କାଗିସୋ ରାବାଡ଼ା, ଲୁନ୍‌ଗି ଏନ୍‌ଗିଡି, ଡେଭିଡ ମିଲର ଓ ଅନରିଚ ନୋର୍ଜ ପାକିସ୍ତାନ ବିପକ୍ଷ ଦିନିକିଆ ସିରିଜର ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଉପଲବ୍ଧ ହେବେ। ଏହାପରେ ଏହି ଖେଳାଳିମାନେ ଆଇପିଏଲ୍‌ ଖେଳିବାକୁ ଭାରତ ଗସ୍ତ କରିବେ। ପୂର୍ବରୁ ଆଇପିଏଲ୍‌ ଖେଳିବାକୁ ଖେଳାଳିମାନଙ୍କୁ ରିଲିଜ କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ କ୍ରିକେଟ ସାଉଥ ଆଫ୍ରିକା (ସିଏସ୍‌ଏ) ମଧ୍ୟରେ ଦୀର୍ଘ ଦିନରୁ ଚୁକ୍ତି ହୋଇଆସିଛି ବୋଲି ବାଉଚର କହିଛନ୍ତି। ଟି୨୦ ବିଶ୍ୱକପ୍‌ ଭାରତରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ତେଣୁ ସେଠାରେ ଆଇପିଏଲ୍‌ ଖେଳିଲେ ଦଳ ଫାଇଦା ହାସଲ କରିବ। ଆଇପିଏଲ୍‌ ଏକ ବିଶ୍ୱସ୍ତରୀୟ ଇଭେଣ୍ଟ। ତେଣୁ ବିଶ୍ୱକପ୍‌ରେ ଆଇପିଏଲ୍‌ ଅଭିଜ୍ଞତା କାମରେ ଆସିବ। ସିରିଜରେ ପାକିସ୍ତାନ ସମ୍ପୂର୍ଣ୍ଣ ଦଳ ସହ ଖେଳିବ। ତେଣୁ ଦକ୍ଷିଣ ଆଫ୍ରିକା ପାଇଁ କଡ଼ା ଚ୍ୟାଲେଞ୍ଜ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?