Posted inଜାତୀୟ

ଉଦୟପୁର ଘୋଷଣାନାମା କାର୍ଯ୍ୟକାରୀ କରିବି: ଖାର୍ଗେ

ନୂଆଦିଲ୍ଲୀ/ଭୋପାଳ,୧୩।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚିତ ହେବା ପରେ ଦଳରେ ଉଦୟପୁର ବୈଠକର ଘୋଷଣାନାମା କାର୍ଯ୍ୟକାରୀ କରାଇବା ତାଙ୍କର ପ୍ରାଥମିକ ଦାୟିତ୍ୱ ହେବ ବୋଲି ବରିଷ୍ଠ ନେତା ତଥା ରାଜ୍ୟ ସଭା ସଦସ୍ୟ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ସେହିପରି ଅନ୍ୟତମ ପ୍ରାର୍ଥୀ ଶଶୀ ଥରୁର କହିଛନ୍ତି, ସେ ଏଆଇସିସି ଅଧ୍ୟକ୍ଷ ହେଲେ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ଏବଂ ସଂସଦୀୟ ବୋର୍ଡରେ ପରିବର୍ତ୍ତନ ଆଣିବେ।
ଖାର୍ଗେ ନିଜ ସପକ୍ଷରେ ପ୍ରଚାର ଲାଗି ଭୋପାଳରେ ପହଞ୍ଚତ୍ ସମର୍ଥନ ଯୋଗାଡ଼ରେ ଲାଗିଛନ୍ତି। ସେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ରାଜସ୍ଥାନ ଉଦୟପୁରରେ ହୋଇଥିବା କଂଗ୍ରେସ ସମ୍ମିଳନୀରେ ବହୁ ଆଲୋଚନା ପର୍ଯ୍ୟାଲୋଚନା ପରେ ଯେଉଁ ଘୋଷଣା କରାଯାଇଥିଲା, ତାହା ଚୂଡ଼ାନ୍ତ ଏବଂ ସମୟର ଆବଶ୍ୟକତା। ଦଳର ନେତାମାନେ ତାଙ୍କୁ ସାମୂହିକ ଭାବେ ପ୍ରାର୍ଥୀ କରିଥିବା ଖାର୍ଗେ କହିଛନ୍ତି।

ଏହି ଅବସରରେ ସେ ଭାଜପାକୁ ସମାଲୋଚନା କରି କହିଥିଲେ, ଗତ କିଛିବର୍ଷ ମଧ୍ୟରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ସମସ୍ତ ସଂସ୍ଥାକୁ ଧ୍ୱଂସ କରିସାରିଲାଣି। ଦେଶର ଗଣତାନ୍ତ୍ରିକ ପ୍ରକ୍ରିୟା ବିପଦରେ ପଡ଼ିଥିବା ସେ କହିଛନ୍ତି। ଗାନ୍ଧୀ ପରିବାରରୁ କେହି ଦଳର ମଙ୍ଗ ଧରିବାକୁ ରାଜି ନ ହେବାରୁ ସେ ପ୍ରାର୍ଥୀ ହୋଇଛନ୍ତି। ତେବେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଦଳର ପ୍ରମୁଖ ନେତା ହୋଇ ରହିବେ ବୋଲି ଖାର୍ଗେ କହିଛନ୍ତି।

ଅନ୍ୟତମ କଂଗ୍ରେସ ଅଧ୍ୟକ୍ଷ ପ୍ରାର୍ଥୀ ଥରୁର ନୂଆଦିଲ୍ଲୀରେ ଏକ ଖବରଦାତା ସମ୍ମିଳନୀକୁ ଉଦ୍‌ବୋଧନ ଦେଇ କହିଛନ୍ତି, ସେ ଦଳୀୟ ସମ୍ବିଧାନକୁ ପୂର୍ଣ୍ଣ ରୂପରେ କାର୍ଯ୍ୟକାରୀ କରାଇବେ। ଫଳରେ ୨୫ ବର୍ଷ ହେଲା ନିଷ୍କ୍ରିୟ ରହିଥିବା ଦଳର ସଂସଦୀୟ ବୋର୍ଡକୁ ପୁନର୍ଜୀବିତ କରିବା ସହ ସିଡବ୍ଲ୍ୟୁସି ନିର୍ବାଚନ କରାଇବେ ବୋଲି ଥରୁର କହିଛନ୍ତି। ଦଳରେ କ୍ଷମତା ବିକେନ୍ଦ୍ରୀକରଣ ହେବା ସହ ତୃଣମୂଳ ସ୍ତରର ନେତାଙ୍କୁ ପ୍ରକୃତ କ୍ଷମତା ମିଳିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହିତ ଉଦୟପୁର ଚିନ୍ତନ ବୈଠକର ଘୋଷଣାନାମା କାର୍ଯ୍ୟକାରୀ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri