Posted inଜାତୀୟ

କ୍ଷମତାକୁ ଆସିଲେ ବଢିବ ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା: ତେଜସ୍ୱୀ

ପାଟନା,୧ ।୧୧: ବିହାର ରାଜନୀତି ଏବେ ହୋଇଛି ସରଗରମ । ବିଜୟ ହାସଲ ପାଇଁ ଗୋଟିଏ ପଟେ ଏନ୍‌ଡିଏ ବଳ କଷୁଥିବା ବେଳେ ଅନ୍ୟପଟେ ମହାମେଣ୍ଟ ବି କିଛି ପଛରେ ନାହିଁ । ଏବେ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ୱୀ ଯାଦବ ପୁଣିଥରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଏଥର ଯଦି ତାଙ୍କ ଦଳ କ୍ଷମତାକୁ ଆସେ ତେବେ ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମାକୁ ବୃଦ୍ଧି କରାଯିବ । ଏବେ ନୀତୀଶ ସରକାର ଅବସର ବୟସ ସୀମା ୫୦ ରଖିଥିବା ବେଳେ ଏହା ଆଦୌ ଠିକ ନୁହେଁ ବୋଲି ସେ କହିଛନ୍ତି । ନିଜେ ନୀତୀଶ ୭୦ ବର୍ଷରେ ରାଜନୀତିରୁ ଅବସର ନେଉ ନ ଥିବା ବେଳେ ସରକାରୀ କର୍ମଚାରୀଙ୍କ ବୟସ ସୀମା ୫୦ ରଖି ଅନ୍ୟାୟ କରୁଛନ୍ତି ବୋଲି ତେଜସ୍ୱୀ କହିଛନ୍ତି । ଆହୁରି ମଧ୍ୟ ତେଜସ୍ୱୀ ପ୍ରଶ୍ନ କରିଛନ୍ତି ଯେ କାର୍ହିକି ବିହାରର ଛାତ୍ରୀଛାତ୍ର ୩ ବର୍ଷରେ ସ୍ନାତକ ଡିଗ୍ରୀ ହାସଲ କରି ପାରୁ ନାହାନ୍ତି । ଏମାନଙ୍କୁ ୪-୫ ବର୍ଷ କାହିଁକି ଲାଗୁଛି । ଏଥିପାଇଁ ସେ ନୀତୀଶ ସରକାରଙ୍କୁ ଦାୟୀ କରିଛନ୍ତି । ସୂଚନାଯୋଗ୍ୟ, ବିହାର ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଥିବା ବେଳେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ବାକି ରହିଛି । ଏହି ସମୟରେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁ ଦଳ ସେମାନଙ୍କ ଚେଷ୍ଟା ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri