Posted inଖେଳ

ଅହମ୍ମଦାବାଦ ଟେଷ୍ଟ ଡ୍ର’ ହେଲେ ଡବ୍ଲୁଟିସି ଫାଇନାଲ୍‌କୁ ଯିବ କି ଭାରତ? ଜାଣନ୍ତୁ କ’ଣ ରହିଛି ସମୀକରଣ

ଅହମ୍ମଦାବାଦ,୧୩।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅହମ୍ମଦାବାଦ ଟେଷ୍ଟ ଡ୍ର’ ଆଡ଼କୁ ଗତି କରୁଛି। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୮୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତୀୟ ଦଳ ୫୭୧ ରନ ସଂଗ୍ରହ କରିଛି। ଟେଷ୍ଟ ମ୍ୟାଚର ଚତୁର୍ଥ ଦିନ ଖେଳ ଶେଷ ବେଳକୁ ଅଷ୍ଟ୍ରେଲିଆ ବିନା ଉଇକେଟରେ ୩ ରନ୍‌ କରିଛି। ଯଦି ଅହମ୍ମଦାବାଦ ଟେଷ୍ଟ ଡ୍ରରେ ଶେଷ ହୁଏ, ତେବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବୁଲ ଉପରେ ଏହାର ପ୍ରଭାବ କ’ଣ ହେବ? ଏହି ଡ୍ର ସତ୍ତ୍ୱେ ଟିମ୍‌ ଇଣ୍ଡିଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ପହଞ୍ଚିପାରିବ କି? ଏବେ ଏମିତି କିଛି ପ୍ରଶ୍ନ ପ୍ରଶଂସକଙ୍କ ମନରେ ଆସୁଛି।
ଇନ୍ଦୋର ଟେଷ୍ଟରେ ଅଷ୍ଟ୍ରେଲିଆ ଭାରତକୁ ୯ ଉଇକେଟରେ ପରାସ୍ତ କରିଥିଲା। ଏହି ବିଜୟ ପରେ କଙ୍ଗାରୁ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ଫାଇନାଲରେ ପ୍ରବେଶ କରିଛି। ଏଥି ସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପାଇଁ ଟିମ୍‌ ଇଣ୍ଡିଆ ସହିତ ଦୌଡ଼ରେ ଶ୍ରୀଲଙ୍କା ଦଳ ଅଛନ୍ତି। ଶ୍ରୀଲଙ୍କା ଦଳ ନ୍ୟୁଜିଲାଣ୍ଡ ସହିତ ଟେଷ୍ଟ ସିରିଜ ଖେଳୁଛି। ଯଦି ଅହମ୍ମଦାବାଦ ଟେଷ୍ଟ ଡ୍ର’ରେ ଶେଷ ହୁଏ, ତେବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ଦ୍ୱିତୀୟ ଦଳ ନ୍ୟୁଜିଲାଣ୍ଡ-ଶ୍ରୀଲଙ୍କା ମ୍ୟାଚ ଦ୍ୱାରା ସ୍ଥିର ହେବ। ତେବେ ଶ୍ରୀଲଙ୍କା ପାଇଁ ଏହି ରାସ୍ତା ସହଜ ହେବନାହିଁ। ଫାଇନାଲରେ ପ୍ରବେଶ କରିବାକୁ ଶ୍ରୀଲଙ୍କାକୁ ଟେଷ୍ଟ ସିରିଜରେ ନ୍ୟୁଜିଲାଣ୍ଡକୁ ୨-୦ରେ ପରାସ୍ତ କରିବାକୁ ପଡିବ।
ଏହା ବ୍ୟତୀତ ଭାରତ ପାଇଁ ଏହା ଏକ ଭଲ କଥା ଯେ, ଯଦି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ସିରିଜ ୦-୦ଡ୍ରରେ ଶେଷ ହୁଏ, ତେବେ ଏହି ପରିସ୍ଥିତିରେ ଟିମ୍‌ ଇଣ୍ଡିଆ ଫାଇନାଲକୁ ଯିବ। ଅନ୍ୟପକ୍ଷରେ ଯଦି ନ୍ୟୁଜିଲାଣ୍ଡ ସିରିଜରେ ଅତି କମ୍‌ରେ ଗୋଟିଏ ମ୍ୟାଚ ଜିତେ ତେବେ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପ୍ରବେଶ କରିବ।
ବର୍ତ୍ତମାନ ଅଷ୍ଟ୍ରେଲିଆ ୬୮.୫୨ ପ୍ରତିଶତ ପଏଣ୍ଟ ସହ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବୁଲର ଶୀର୍ଷରେ ଅଛି। କଙ୍ଗାରୁ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପହଞ୍ଚିଛି। ଭାରତୀୟ ଦଳରେ ୬୦.୨୯ ପ୍ରତିଶତ ପଏଣ୍ଟ ରହିଛି। ଶ୍ରୀଲଙ୍କା ୫୩.୩୩ ପ୍ରତିଶତ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri