ଶେଖ ହାସିନାଙ୍କୁ ବାଂଲାଦେଶ ଫେରାଇ ଦେବ ଭାରତ? ପୁରୁଣା ସନ୍ଧି ବଢାଇପାରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସମସ୍ୟା

ଢାକା/ନୂଆଦିଲ୍ଲୀ,୨୮।୯: ବାଂଲାଦେଶର ଅପଦସ୍ଥ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ପ୍ରତ୍ୟର୍ପଣ ପ୍ରସଙ୍ଗ ପୁଣି ଥରେ ମୁଣ୍ଡ ଟେକିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଓକିଲ କରିମ ଏଏ ଖାନଙ୍କୁ ଭେଟିଛନ୍ତି।

ଉଭୟଙ୍କ ମଧ୍ୟରେ ବାର୍ତ୍ତାଳାପ ମାନବିକତା ବିରୋଧରେ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ବିଚାର ପ୍ରକ୍ରିୟା ଉପରେ କେନ୍ଦ୍ରୀତ ହୋଇଥିଲା।

ସବୁଠାରୁ ବଡ ପ୍ରଶ୍ନ ହେଉଛି ଶେଖ ହାସିନାଙ୍କୁ ବାଂଲାଦେଶକୁ ଭାରତ ପଠାଇ ପାରିବ କି? ଏହାର ସମ୍ଭାବନା ବହୁତ କମ। ତେବେ ୨୦୧୩ରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଏକ ପ୍ରତ୍ୟର୍ପଣ ଚୁକ୍ତି ରହିଛି। ପ୍ରତ୍ୟର୍ପଣ ଚୁକ୍ତି ଅନୁଯାୟୀ ଉଭୟ ଦେଶ ଅପରାଧୀଙ୍କୁ ପରସ୍ପରକୁ ହସ୍ତାନ୍ତର କରିବାକୁ ପଡିବ।
୨୦୧୫ ରେ ବାଂଲାଦେଶ ଅନୁପ ଚେତିଆଙ୍କୁ ଭାରତ ହସ୍ତାନ୍ତର କରିଥିଲା। ଅନୁପ ଚେତିଆ ଆସାମର ବିଚ୍ଛିନ୍ନତାବାଦୀ ସଂଗଠନ ଉଲଫାର ନେତା ଥିଲେ। ୧୯୯୭ରେ ସେ ଢାକା ଜେଲରେ ରହିଥିଲେ।
ଏହି ଚୁକ୍ତିରେ ଦର୍ଶାଯାଇଛି ଯେ ଯଦି କୌଣସି ବ୍ୟକ୍ତି ଅତି କମରେ ଏକ ବର୍ଷ ଜେଲ ଦଣ୍ଡ ଭୋଗିବାକୁ ପଡିବ ତେବେ ତାଙ୍କୁ ପ୍ରତ୍ୟର୍ପଣ କରାଯିବ।
ସୂଚନାଯୋଗ୍ୟ ଯେ ଦୁଇ ଦେଶ ମଧ୍ୟରେ ହୋଇଥିବା ଏହି ଚୁକ୍ତିର ଧାରା ୨୧ (୩) ଉଭୟ ଦେଶକୁ ଏହି ଚୁକ୍ତି ଶେଷ କରିବାକୁ ଅନୁମତି ଦେଇଥାଏ। ଏହା ସମ୍ଭବ ଯେ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ମାମଲାରେ ଭାରତ ଏହି ଚୁକ୍ତି ଭଙ୍ଗ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri