Odisha Elections 2024

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି ପ୍ରମୁଖ ରାଜନୈତିକ ଦଳ। କଳାହାଣ୍ଡି ଜିଲାର ଜୁନାଗଡ଼ ହେଉଛି ପଶ୍ଚିମ ଓଡ଼ିଶାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ। ଏକଦା ଭାଜପାର ଗଡ଼ ଭାବରେ ପରିଚିତ ଥିବା ଏହି ନିର୍ବାଚନମଣ୍ଡଳୀ ଏବେ ବିଜେଡିର ଗଡ ଭାବରେ ପରିଚିତ ହୋଇଛି। କାରଣ ଗତ ୨ ନିର୍ବାଚନରେ ବିଜେଡିର କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ବିଜୟୀ ହୋଇଆସୁଛନ୍ତି। ଇତିହାସକୁ ଦେଖିଲେ ବର୍ତ୍ତମାନ ପର୍ଯ୍ୟନ୍ତ ଏଠାରେ ଭାଜପା ୪ ଥର, କଂଗ୍ରେସ ୩ ଥର ଓ ବିଜେଡି ୨ଥର ବିଜୟୀ ହୋଇଛି।
ଜୁନାଗଡ଼ ବ୍ଲକର ୩୪ ଓ ଗୋଲାମୁଣ୍ଡା ବ୍ଲକର ୨୮ ପଞ୍ଚାୟତ ସମେତ ଜୁନାଗଡ଼ ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍‌ଏସି)କୁ ନେଇ ଜୁନାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ ଗଠିତ। ଏଠାରେ ୧ ଲକ୍ଷ ୨୪ ହଜାର ୩୧୩ ଜଣ ପୁରୁଷ ଓ ୧ ଲକ୍ଷ ୨୧ ହଜାର ୪୨୧ ଜଣ ମହିଳା ଭୋଟର ରହିଛନ୍ତି। ସେହିପରି ୪୩୫ ଜଣ ନବାଗତ ଭୋଟର ଓ ୪ଜଣ ତୃତୀୟଲିଙ୍ଗୀ ଭୋଟର ରହିଥିବା ସରକାରୀ ତଥ୍ୟ କହୁଛି। ଇତିମଧ୍ୟରେ ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା, କଂଗ୍ରେସ ପ୍ରାର୍ଥୀ ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଛନ୍ତି। ବିଜେଡି କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ପ୍ରାର୍ଥୀ କରିଛି। ଦିବ୍ୟଶଙ୍କର ଗତ ୨ ନିର୍ବାଚନରେ ବିଜୟ ହାସଲ କରି ନବୀନଙ୍କ ମନ୍ତ୍ରିମଣ୍ଡଳରେ ମଧ୍ୟ ସ୍ଥାନ ପାଇଛନ୍ତି। ସେହିପରି ବରିଷ୍ଠ ଭାଜପା ନେତା ମନୋଜ ମେହେରଙ୍କୁ ପୁଣି ଥରେ ଦଳ ପ୍ରାର୍ଥୀ କରିଛି। କଂଗ୍ରେସ ନୂଆ ଚେହେରାକୁ ସାମ୍ନାକୁ ଆଣି ପୂର୍ବତନ ବ୍ଲକ ଅଧ୍ୟକ୍ଷ ତୁଲେଶ୍ୱର ନାଏକଙ୍କୁ ପ୍ରାର୍ଥୀ କରିଛି। ବିଜେଡି ପ୍ରାର୍ଥୀ ଦିବ୍ୟଶଙ୍କର ମୁଖ୍ୟମନ୍ତ୍ରୀଙ୍କ ବିକାଶ ରେକର୍ଡକୁ ନେଇ ଭୋଟରଙ୍କ ପାଖକୁ ଯାଉଥିବା ବେଳେ ଭାଜପା ଓ କଂଗ୍ରେସ ମମିତା ମେହେର ହତ୍ୟା ଘଟଣା ସହ ବେକାରି ଓ ଦାଦନ ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରି ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି।
ବିଗତ ନିର୍ବାଚନକୁ ବିଶ୍ଳେଷଣ କଲେ ୨୦୦୯ରେ କଂଗ୍ରେସ ପ୍ରାର୍ଥୀ ଗୋବର୍ଦ୍ଧନ ଦାଶ ୪୫ ହଜାର ୩୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ବୀର ସିପକା ୩୮ ହଜାର ୮୧୨ ଖଣ୍ଡ ଭୋଟ ପାଇଥିଲେ। ଭାଜପା ପ୍ରାର୍ଥୀ ହିମାଂଶୁ ମେହେରଙ୍କୁ ୩୪ ହଜାର ୩୩୪ ଖଣ୍ଡ ଭୋଟ ମିଳିଥିଲା। ୨୦୧୪ରେ ରାଜନୀତି ସମୀକରଣ ବଦଳି ଯାଇଥିଲା। ନୂଆ କରି ରାଜନୀତିରେ ପାଦ ଦେଇଥିବା ଦିବ୍ୟଶଙ୍କରଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି। ସେ ସମୟରେ ଦିବ୍ୟଶଙ୍କର ୫୬ ହଜାର ୪୪୩ ଭୋଟ ପାଇ ବିଜୟ ହାସଲ କରିଥିଲେ। ଭାଜପା ପ୍ରାର୍ଥୀ ଅନିଲ ସିଂହଦେଓ ୪୬ ହଜାର ୪୯୭ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଗୋବର୍ଦ୍ଧନ ଦାସ ୩୮ ହଜାର ୭୧୫ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ। ସେହିପରି ୨୦୧୯ ନିର୍ବାଚନ ସମୟରେ ବିଜେଡିରୁ ପୁଣି ଥରେ ପ୍ରାର୍ଥୀ ହୋଇଥିଲେ ଦିବ୍ୟଶଙ୍କର ମିଶ୍ର। ଏହି ନିର୍ବାଚନରେ ସେ ୮୩ ହଜାର ୭୮୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ଭାଜପା ପ୍ରାର୍ଥୀ ମନୋଜ ମେହେରଙ୍କୁ ୫୫ ହଜାର ୯୩୦ ଓ କଂଗ୍ରେସ ପ୍ରାର୍ଥୀ ଅନିଲ ସିଂଦେଓଙ୍କୁ ୩୨ ହଜାର ୩୪୩ ଖଣ୍ଡ ଭୋଟ ମିଳିଥିଲା। ତେବେ ୨୦୨୪ ନିର୍ବାଚନରେ ୩ ବିଜେଡିର ଦିବ୍ୟଶଙ୍କର, ଭାଜପାର ମନୋଜ ଓ କଂଗ୍ରେସର ତୁଲେଶ୍ୱର ମଇଦାନକୁ ଓହ୍ଲାଇଛନ୍ତି। ଫଳରେ ଏଠାରେ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବ ବୋଲି ଜଣାପଡ଼ିଛି। ମମିତା ମେହେର ଘଟଣାକୁ ନେଇ ଦିବ୍ୟଶଙ୍କର ବିଗତ ଦିନରେ ଅଡ଼ୁଆରେ ପଡ଼ିଥିଲେ। ତେବେ ସେ ପୁଣି ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ, ତାହା ଉପରେ ସମସ୍ତଙ୍କ ନଜର ରହିବା ସ୍ବାଭାବିକ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ

ପୁରୀ,୨୨ା୫(ଅଜିତ୍‌ କୁମାର ମହାନ୍ତି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋମବାର ପୁରୀରେ ରୋଡ୍‌ ଶୋ’ ପରେ ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକ ସଭା ଆସନରେ...

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri