୧୬ରେ ଆକାଶରେ ଚମକିବ କି ଫିଙ୍କ୍‌ ମୁନ୍‌

ଭୁବନେଶ୍ୱର,୧୬।୪ (ବ୍ୟୁରୋ): ଶନିବାର ଚୈତ୍ର ପୂର୍ଣ୍ଣିମାରେ ‘ଗୋଲାପୀ ଜହ୍ନ’ (ପିଙ୍କ୍‌ ମୁନ୍‌) ଆକାଶରେ ଚମକିବ। ଏ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ଏହାର ସତ୍ୟତା ଉପରେ ପଠାଣିସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ ତାଙ୍କ ମତ ରଖିଛନ୍ତି। ସେ କହିଛନ୍ତି, ଏହା କେବଳ ଏକ ନାମକରଣ, ଯାହାକି ଉତ୍ତର ଆମେରିକାର ଅଧିବାସୀମାନେ ଏପ୍ରିଲ ମାସରେ ପୂର୍ଣ୍ଣଚନ୍ଦ୍ରକୁ ଏପରି ନାମକରଣ କରିଥିଲେ। ହିନ୍ଦୁମାନେ ଏହି ପୂର୍ଣ୍ଣିମାକୁ ହନୁମାନ ଜୟନ୍ତୀ ଭାବେ ପାଳନ କରନ୍ତି। ସେହିପରି ବୌଦ୍ଧଧର୍ମାବଲମ୍ବୀଙ୍କ ପାଇଁ ଏହି ପୂର୍ଣ୍ଣିମା ବିଶେଷ କରି ଶ୍ରୀଲଙ୍କାରେ ‘ବକ୍‌ ପୋୟା’ ନାମରେ ପରିଚିତ। ତେବେ ବିଭିନ୍ନ ସଭ୍ୟତା ତଥା ଧର୍ମରେ ପୂର୍ଣ୍ଣଚନ୍ଦ୍ରକୁ ଏପରି ଭିନ୍ନଭିନ୍ନ ନାମକରଣ କରାଯାଇଛି। ଉତ୍ତର ଆମେରିକାର ଅଧିବାସୀମାନେ ଏପ୍ରିଲରେ ପୂର୍ଣ୍ଣଚନ୍ଦ୍ରକୁ ଏପରି ନାମକରଣ କରିବାର କାରଣ ହେଲା, ଏହି ସମୟରେ ବସନ୍ତଋତୁର ଆଗମନରେ ‘ମସ୍‌ ଫ୍ଲକ୍ସ’ ନାମକ ଏକ ଲତାରେ ଗୋଲାପୀ ରଙ୍ଗର ଫୁଲ ଚାରିଆଡ଼େ ଦେଖାଯାଏ। ସେଥିପାଇଁ ଉତ୍ତର ଆମେରିକାର ବାସିନ୍ଦା ଏପ୍ରଲ ମାସର ପୂର୍ଣ୍ଣଚନ୍ଦ୍ରକୁ (ପିଙ୍କ ମୁନ୍‌) ବା ଗୋଲାପୀ ଚନ୍ଦ୍ର ନାମକରଣ କରିଥିଲେ, ଯାହା ଏବେ ମଧ୍ୟ କିଛି ସ୍ଥାନରେ ପ୍ରଚଳିତ ହେଉଛି। ଏହାର ଚନ୍ଦ୍ରର ରଙ୍ଗ ସହ କୌଣସି ସମ୍ପର୍କ ନାହିଁ। ତେଣୁ ସୋସିଆଲ ମିଡିଆରେ ପ୍ରଚାରିତ ହେଉଥିବା ଏପ୍ରିଲ୍‌ ୧୬ ତାରିଖ ଶନିବାର ପୂର୍ଣ୍ଣିମାରେ ‘ପିଙ୍କ୍‌ ମୁନ୍‌ ’ଦେଖାଯିବ ଏବଂ ରାତିରେ ଆକାଶ ଚମକିବାରେ କୌଣସି ସତ୍ୟତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri