Posted inଖେଳ

କ୍ରିକେଟ୍‌ରୁ ଅବସର ନେଇଯିବେ କି କୋହଲି

ନୂଆଦିଲ୍ଲୀ,୩୦।୧୧: ବିଶ୍ୱକପ ପରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସହ ଟିମ ଇଣ୍ଡିଆର ଅନେକ ବରିଷ୍ଠ ଖେଳାଳି ଛୁଟି କାଟୁଛନ୍ତି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ବର୍ତ୍ତମାନ ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ ଖେଳୁଛି। ଏହି ସିରିଜ ପରେ ଟିମ ଇଣ୍ଡିଆକୁ ଦକ୍ଷିଣ ଆଫ୍ରିକା ଗସ୍ତରେ ଯିବାକୁ ପଡିବ, ଯେଉଁଠାରେ ପ୍ରଥମେ ୩ ଟି-୨୦, ୩ଟି ଦିନିକିଆଏବଂ ୨ଟି ଟେଷ୍ଟ ମ୍ୟାଚ ଖେଳାଯିବ। ଏହି ବଡ ଗସ୍ତ ପୂର୍ବରୁ ବିରାଟ କୋହଲି ହ୍ବାଇଟ୍‌ ବଲ କ୍ରିକେଟରୁ ଦୀର୍ଘ ସମୟ ବିଶ୍ରାମ ନେବାକୁ ଘୋଷଣା କରିଛନ୍ତି।
ବିରାଟ କୋହଲି ବିସିସିଆଇକୁ ସୂଚନା ଦେଇଛନ୍ତି, ସେ ଦିନିକିଆ ଏବଂ ଟି-୨୦ ଫର୍ମାଟରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବିରତି ନେଉଛନ୍ତି ଏବଂ ସେ ଏହି ଦୁଇଟି ଫର୍ମାଟକୁ କେବେ ଫେରିବେ ସେ ନିଜେ ଜଣାଇବେ। ଏହି ଖବର ଶୁଣିବା ପରେ ବିରାଟ କୋହଲିଙ୍କ ପ୍ରଶଂସକମାନେ ନିରାଶ ହୋଇଛନ୍ତି। ପ୍ରଶଂସକମାନେ ଚର୍ଚ୍ଚା କରିବା ଆରମ୍ଭ କରିଛନ୍ତି ଯେ, ବୋଧହୁଏ ବିରାଟ କୋହଲି ବର୍ତ୍ତମାନ ହ୍ବାଇଟ୍‌ ବଲ କ୍ରିକେଟ ଠାରୁ ନିଜକୁ ଦୂରେଇ ରଖି ଉଭୟ ଫର୍ମାଟରୁ ତାଙ୍କର ଅବସର ଗ୍ରହଣ କରିବାର ସଙ୍କେତ ଦେଇଛନ୍ତି।
ବିରାଟ କୋହଲି ବର୍ତ୍ତମାନ ଲଣ୍ଡନରେ ଛୁଟି କରୁଛନ୍ତି ଏବଂ ରୋହିତ ଶର୍ମା ମଧ୍ୟ ତାଙ୍କ ପରିବାର ସହିତ ଲଣ୍ଡନରେ ଛୁଟି କଟାଉଛନ୍ତି। ଏହି ଦୁଇ ଖେଳାଳି ଗତ ୨-୩ ମାସ ଧରି କ୍ରମାଗତ କ୍ରିକେଟ ଖେଳିଛନ୍ତି। ପ୍ରଥମେ ଏସିଆ କପରେ ଟିମ ଇଣ୍ଡିଆ ଚାମ୍ପିଅନ ହୋଇଥିଲା, ତା’ପରେ ଘରୋଇ ସିରିଜରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା ଏବଂ ପରେ ବିଶ୍ୱକପରେ କ୍ରମାଗତ ୧୦ଟି ମ୍ୟାଚ ଜିତି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଥିଲା। ବିରାଟ ଏବଂ ରୋହିତଙ୍କ ସହ ଅନେକ ବରିଷ୍ଠ ଖେଳାଳି ଛୁଟିରେ ଅଛନ୍ତି। ଏହି ସମୟରେ, ବିରାଟଙ୍କ ନିଷ୍ପତ୍ତି ଅବସରର ସଙ୍କେତ ପରି ମନେହୁଏ, କିନ୍ତୁ ବିରାଟଙ୍କ ବର୍ତ୍ତମାନର ଫର୍ମ ଏବଂ ଫିଟନେସକୁ ଦେଖିଲେ ସେ ଏହି ସମୟରେ କୌଣସି ଫର୍ମାଟରୁ ଅବସର ନେବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ

ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ବୁଢ଼ା ବୟସରେ ପ୍ରେମ, ପରେ ପ୍ରେମିକଙ୍କୁ ହତ୍ୟା କରି ଜାଳିଦେଲେ ୭୦ ବର୍ଷୀୟା! DNA ଟେଷ୍ଟ ଖୋଲିଲା ରହସ୍ୟ

ମୁମ୍ବାଇ,୨୨।୯: ମହାରାଷ୍ଟ୍ରର ସୋଲାପୁର ଜିଲାପଣ୍ଢରପୁରରୁ ଏକ ଚାଞ୍ଚଲ୍ୟକର ହତ୍ୟା ଘଟଣା ସାମ୍ନାକୁ ଆସିଛି। ୭୦ ବର୍ଷ ବୟସରେ ପ୍ରେମ ସମ୍ପର୍କକୁ ନେଇ ନିଜ ପ୍ରେମିକଙ୍କୁ ହତ୍ୟା କରିବା…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?