Posted inଖେଳ

କ୍ରିକେଟ୍‌ରୁ ଅବସର ନେଇଯିବେ କି କୋହଲି

ନୂଆଦିଲ୍ଲୀ,୩୦।୧୧: ବିଶ୍ୱକପ ପରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସହ ଟିମ ଇଣ୍ଡିଆର ଅନେକ ବରିଷ୍ଠ ଖେଳାଳି ଛୁଟି କାଟୁଛନ୍ତି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ବର୍ତ୍ତମାନ ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ ଖେଳୁଛି। ଏହି ସିରିଜ ପରେ ଟିମ ଇଣ୍ଡିଆକୁ ଦକ୍ଷିଣ ଆଫ୍ରିକା ଗସ୍ତରେ ଯିବାକୁ ପଡିବ, ଯେଉଁଠାରେ ପ୍ରଥମେ ୩ ଟି-୨୦, ୩ଟି ଦିନିକିଆଏବଂ ୨ଟି ଟେଷ୍ଟ ମ୍ୟାଚ ଖେଳାଯିବ। ଏହି ବଡ ଗସ୍ତ ପୂର୍ବରୁ ବିରାଟ କୋହଲି ହ୍ବାଇଟ୍‌ ବଲ କ୍ରିକେଟରୁ ଦୀର୍ଘ ସମୟ ବିଶ୍ରାମ ନେବାକୁ ଘୋଷଣା କରିଛନ୍ତି।
ବିରାଟ କୋହଲି ବିସିସିଆଇକୁ ସୂଚନା ଦେଇଛନ୍ତି, ସେ ଦିନିକିଆ ଏବଂ ଟି-୨୦ ଫର୍ମାଟରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବିରତି ନେଉଛନ୍ତି ଏବଂ ସେ ଏହି ଦୁଇଟି ଫର୍ମାଟକୁ କେବେ ଫେରିବେ ସେ ନିଜେ ଜଣାଇବେ। ଏହି ଖବର ଶୁଣିବା ପରେ ବିରାଟ କୋହଲିଙ୍କ ପ୍ରଶଂସକମାନେ ନିରାଶ ହୋଇଛନ୍ତି। ପ୍ରଶଂସକମାନେ ଚର୍ଚ୍ଚା କରିବା ଆରମ୍ଭ କରିଛନ୍ତି ଯେ, ବୋଧହୁଏ ବିରାଟ କୋହଲି ବର୍ତ୍ତମାନ ହ୍ବାଇଟ୍‌ ବଲ କ୍ରିକେଟ ଠାରୁ ନିଜକୁ ଦୂରେଇ ରଖି ଉଭୟ ଫର୍ମାଟରୁ ତାଙ୍କର ଅବସର ଗ୍ରହଣ କରିବାର ସଙ୍କେତ ଦେଇଛନ୍ତି।
ବିରାଟ କୋହଲି ବର୍ତ୍ତମାନ ଲଣ୍ଡନରେ ଛୁଟି କରୁଛନ୍ତି ଏବଂ ରୋହିତ ଶର୍ମା ମଧ୍ୟ ତାଙ୍କ ପରିବାର ସହିତ ଲଣ୍ଡନରେ ଛୁଟି କଟାଉଛନ୍ତି। ଏହି ଦୁଇ ଖେଳାଳି ଗତ ୨-୩ ମାସ ଧରି କ୍ରମାଗତ କ୍ରିକେଟ ଖେଳିଛନ୍ତି। ପ୍ରଥମେ ଏସିଆ କପରେ ଟିମ ଇଣ୍ଡିଆ ଚାମ୍ପିଅନ ହୋଇଥିଲା, ତା’ପରେ ଘରୋଇ ସିରିଜରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା ଏବଂ ପରେ ବିଶ୍ୱକପରେ କ୍ରମାଗତ ୧୦ଟି ମ୍ୟାଚ ଜିତି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଥିଲା। ବିରାଟ ଏବଂ ରୋହିତଙ୍କ ସହ ଅନେକ ବରିଷ୍ଠ ଖେଳାଳି ଛୁଟିରେ ଅଛନ୍ତି। ଏହି ସମୟରେ, ବିରାଟଙ୍କ ନିଷ୍ପତ୍ତି ଅବସରର ସଙ୍କେତ ପରି ମନେହୁଏ, କିନ୍ତୁ ବିରାଟଙ୍କ ବର୍ତ୍ତମାନର ଫର୍ମ ଏବଂ ଫିଟନେସକୁ ଦେଖିଲେ ସେ ଏହି ସମୟରେ କୌଣସି ଫର୍ମାଟରୁ ଅବସର ନେବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆ ବିଶ୍ୱକପ୍‌ ସ୍କ୍ବାର୍ଡରୁ ବାଦ୍‌ ପଡ଼ିଲେ ଏସବୁ ଖେଳାଳି, ରିଜର୍ଭରେ ରହିଲେ…

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆର ୧୫ ଜଣିଆ ସ୍କ୍ବାର୍ଡ ଘୋଷଣା ହୋଇଛି। ମଙ୍ଗଳବାର ଅପରାହ୍ନରେ...

ଟି -୨୦ ବିଶ୍ୱକପ୍‌ ଦଳ: ଏହି ୨ ଖେଳାଳିଙ୍କ ଉପରେ ବିଶ୍ୱାସ କଲା ବୋର୍ଡ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ରୋହିତ ଶର୍ମାଙ୍କ...

ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଦଳରେ କେଉଁମାନେ ପାଇଲେ ସ୍ଥାନ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ଭାରତରେ କ୍ରିକେଟ...

ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ

ଲଣ୍ଡନ,୩୦।୪: ଇଂଲଣ୍ଡ କ୍ରିକେଟ ବୋର୍ଡ ଟି -୨୦ ବିଶ୍ୱକପ୍‌ ୨୦୨୪ ପାଇଁ ପ୍ରାରମ୍ଭିକ ଦଳ ଘୋଷଣା କରିଛି। ଏହା ସହିତ ବୋର୍ଡ ପାକିସ୍ତାନ ବିପକ୍ଷ ଟି...

ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଦକ୍ଷିଣ ଆଫ୍ରିକା

କେପଟାଉନ୍‌,୩୦।୪: ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କରିଛି। ଆଫ୍ରିକା ଆଡେନ୍‌ ମାର୍କ୍ରାମଙ୍କୁ ଅଧିନାୟକ କରିଛି। ଆଜିକାଲି ମାର୍କାମ ଆଇପିଏଲ ୨୦୨୪ ରେ...

ବେବି ଆସିବେ…ଭାଇରାଲ ହେଲା ସାକ୍ଷିଙ୍କ ଇନଷ୍ଟା ଷ୍ଟୋରୀ

ନୂଆଦିଲ୍ଲୀ,୩୦।୪: ଆଇପିଏଲ ୨୦୨୪ର ୨୬ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିଲା । ସେହି ମ୍ୟାଚ ସମୟରେ ଏମଏସ...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

ଆଜି ହୋଇପାରେ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଏହି ଖେଳାଳିଙ୍କୁ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୩୦।୪: ଟି-୨୦ ବିଶ୍ୱକପ ପାଇଁ ଆଉ ବେଶୀ ଦିନ ବାକି ନାହିଁ। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ଚୟନ କମିଟି ଖୁବ ଶୀଘ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri