Posted inଜାତୀୟ

ଥରେ କି ଦୁଇଥର ନୁହେଁ, ହଜାରେ ଥର ଉପରାଷ୍ଟ୍ରପତିଙ୍କ ମଜା ଉଡ଼ାଇବି: ଟିଏମସି ଏମ୍‌ପି

ନୂଆଦିଲ୍ଲୀ,୨୪।୧୨:ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ମଜା ଉଡାଇ ବିବାଦରେ ଛନ୍ଦି ହୋଇପଡିଥିବା ଟିଏମସି ଏମ୍‌ପି କଲ୍ୟାଣ ବାନାର୍ଜୀ ପୁଣି ଥରେ ନିଜ ମତ ଦୋହରାଇଛନ୍ତି। ସେ କହିଛନ୍ତି, ଥରେ କି ଦୁଇଥର ନୁହେଁ ବରଂ ହଜାରେ ଥର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ମଜା ଉଡାଇବି। ଏଥିପାଇଁ ମୋତେ ଜେଲରେ ରଖିପାରିବ। ମୋତେ ମାରି ପାରିବେ, କିନ୍ତୁ ଲଢେଇ ବନ୍ଦ ହେବ ନାହିଁ । କଲ୍ୟାଣ ବାନାର୍ଜୀ ଶ୍ରୀରାମପୁରରେ ଏକ ବୈଠକରେ ଏହା କହିଛନ୍ତି।
କଲ୍ୟାଣ କହିଛନ୍ତି, ଶ୍ରୀରାମପୁରରେ ଅନେକ ଶିକ୍ଷିତ ଲୋକ ଅଛନ୍ତି। ପ୍ରକୃତରେ କଳା ଜାଣିଥିବା ଲୋକ ଥଟ୍ଟା କ’ଣ ଜାଣନ୍ତି। ଏହାକୁ ବୁଝିବାର ବିରୋଧୀ ଦଳର ନେତାଙ୍କର ସାମର୍ଥ୍ୟ ନାହିଁ।
ନିକଟରେ ସଂସଦର ଶୀତକାଳୀନ ଅଧିବେଶନରେ ବିରୋଧୀ ଏମ୍‌ପିମାନେ ସଂସଦର ସୁରକ୍ଷା କ୍ଷେତ୍ରରେ ଅବହେଳା ପ୍ରସଙ୍ଗରେ ଗୃହରେ ହଙ୍ଗାମା ସୃଷ୍ଟି କରିଥିଲେ। ଏଥିରେ ବିରୋଧୀ ଏମ୍‌ପିମାନେ ସଂସଦର ଉଭୟ ଗୃହରୁ ନିଲମ୍ବିତ ହୋଇଥିଲେ। ସଂସଦ ଗୃହ କମ୍ପ୍ଲେକ୍ସରେ ବିରୋଧୀ ଦଳର ନେତାମାନେ ଏହାକୁ ବିରୋଧ କରିଥିଲେ। ଏହି ପ୍ରତିବାଦ ସମୟରେ ଟିଏମସି ଏମ୍‌ପି କଲ୍ୟାଣ ବାନାର୍ଜୀ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ପରିହାସ କରିଥିଲେ ଏବଂ ତାଙ୍କୁ ଅନୁକରଣ କରିଥିଲେ। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ କଲ୍ୟାଣ ବାନାର୍ଜୀଙ୍କର ଏକ ଭିଡିଓ କରୁଥିବା ଦେଖିବାକୁ ମିଳିଥିଲା। ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖର ଏଥିରେ ଅସନ୍ତୋଷ ବ୍ୟକ୍ତ କରି ଏହାକୁ ବ୍ୟକ୍ତିଗତ ଆକ୍ରମଣ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri