Posted inଖେଳ

ନୀରଜ ଚୋପ୍ରାଙ୍କୁ ବିବାହ କରିବେ କି ମନୁ: ମୁହଁ ଖୋଲିଲେ ପିତା

ନୂଆଦିଲ୍ଲୀ,୧୩।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ନୀରଜ ଚୋପ୍ରା ରୌପ୍ୟ ପଦକ ଜିତିଥିବାବେଳେ ଶୁଟର ମନୁ ଭାକର ୨ଟି ବ୍ରୋଞ୍ଜ ପଦକ ଜିତିଛନ୍ତି। ଜାଭେଲିନ ଥ୍ରୋରେ ନୀରଜ ପଦକ ଜିତିଥିଲେ। ନୀରଜ ଚୋପ୍ରା ଏବଂ ମନୁ ଭାକରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏଥିରେ ଉଭୟ ପରସ୍ପର ସହ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳିଥିଲା। ଏହି ଭିଡିଓ ଭାଇରାଲ ହେବା ମାତ୍ରେ ସେମାନଙ୍କ ସମ୍ପର୍କର ଗୁଜବ ଭାଇରାଲ ହେବାରେ ଲାଗିଲା। ବର୍ତ୍ତମାନ ମନୁ ଭାକରଙ୍କ ପିତା ଏହି ଗୁଜବ ଉପରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।
ଭିଡିଓରେ ନୀରଜ ଚୋପ୍ରା ଏବଂ ମନୁ ଭାକର ପରସ୍ପର ସହ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା। ତେବେ ଭିଡିଓରେ ଏହା ଦେଖିବାକୁ ମିଳିଥିଲା ଯେ ମନୁ ଭାକରଙ୍କ ସହ କଥାବାର୍ତ୍ତା ବେଳେ ନୀରଜ ଚୋପ୍ରାଙ୍କ ମୁଣ୍ଡ ନୁଆଁଇ କଥା ହୋଇଥିଲେ।
ଏହା ବ୍ୟତୀତ ପୂର୍ବରୁ ଅନ୍ୟ ଏକ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ମନୁ ଭକରଙ୍କ ମା’ ସୁମେଧା ଭାକର ଜାଭେଲିନ ତାରକା ନୀରଜ ଚୋପ୍ରାଙ୍କ ସହ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳିଥିଲା। ଏହି ଭିଡିଓରେ ସୁମେଧା ମଧ୍ୟ ନୀରଜ ହାତ ଆଣି ନିଜ ମୁଣ୍ଡରେ ରଖୁଥିବାର ନଜର ଆସିଥିଲେ। ମନୁଙ୍କ ମା’ ଏବଂ ନୀରଜ ଚୋପ୍ରାଙ୍କ ଭିଡିଓ ଭାଇରାଲ ହେବା ମାତ୍ରେ ଉଭୟଙ୍କ ବିବାହ ଖବର ଭାଇରାଲ ହୋଇଥିଲା।
ମନୁ ଭାକରଙ୍କ ପିତା ଉଭୟଙ୍କ ବିବାହ ଖବର ବିଷୟରେ ସବୁକିଛି ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ମନୁ ଏବେ ବହୁତ ଛୋଟ। ସେ ବିବାହ ଯୋଗ୍ୟ ହୋଇନାହାନ୍ତି। ଏପର୍ଯ୍ୟନ୍ତ ସେ ଏ ବିଷୟରେ ଚିନ୍ତା କରିନାହାଁନ୍ତି। ଏହା ବ୍ୟତୀତ ସୁମେଧା ଭାକର ଏବଂ ନୀରଜ ଚୋପ୍ରାଙ୍କ ବାର୍ତ୍ତାଳାପରେ ସେ କହିଛନ୍ତି, ମନୁଙ୍କ ମା’ ନୀରଜଙ୍କୁ ତାଙ୍କ ପୁଅ ଭଳି ବ୍ୟବହାର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri