Posted inଜାତୀୟ

ମିଳିଲାନି ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା, ନୀତୀଶଙ୍କ ଦ଼୍ବିତୀୟ ଦାବି ପୂରଣ କରିବେ କି ମୋଦି ?

ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ମୋଦି ସରକାର ସାଧାରଣ ଲୋକଙ୍କ ପାଇଁ ବଜେଟରେ ଯାହା ରଖିଛନ୍ତି ତାହା ଉପରେ ଦେଶର ନଜର ରହିଛି। ସେହିଭଳି ବିହାରର ନୀତୀଶ ସରକାର ମଧ୍ୟ ଏଥର ମୋଦୀ ସରକାରଙ୍କ ୩.୦ ବଜେଟକୁ ଅପେକ୍ଷା କରିଛନ୍ତି। ନୀତୀଶ କୁମାରଙ୍କ ସରକାର ବିଗତ ୧୮ ବର୍ଷ ଧରି ବିହାର ପାଇଁ ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି କରିଆସୁଛନ୍ତି । କିନ୍ତୁ, ବଜେଟ ପୂର୍ବରୁ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ପ୍ରଚଳିତ ବ୍ୟବସ୍ଥା ଅନୁଯାୟୀ ବିହାର ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ପାଇପାରିବ ନାହିଁ।

କେନ୍ଦ୍ର ସରକାରଙ୍କ ଏହି ଘୋଷଣା ପରେ ବିହାରରେ ରାଜନୈତିକ ଉତ୍ତେଜନା ତୀବ୍ର ହେବାପରେ ଲାଲୁ ଯାଦବ କହିଛନ୍ତି ଯେ ବିହାରକୁ କେନ୍ଦ୍ରକୁ ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ଦେବାକୁ ପଡ଼ିବ । ପୂର୍ବରୁ ଅର୍ଥମନ୍ତ୍ରୀ ଥିବା ବରିଷ୍ଠ ଜେଡିୟୁ ନେତା ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିଜୟ ଚୌଧରୀ କହିଛନ୍ତି ଯେ ବିହାରକୁ ଏକ ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ଦିଆଯିବା ଉଚିତ । କିନ୍ତୁ, ଯଦି ବର୍ତ୍ତମାନର ବ୍ୟବସ୍ଥା ଅନୁଯାୟୀ ଏହା ସମ୍ଭବ ନୁହେଁ, ତେବେ ବିହାରକୁ ଏକ ସ଼୍ବତନ୍ତ୍ର ପ୍ୟାକେଜ କିମ୍ବା ବିଶେଷ ସହାୟତା ଦିଆଯିବା ଉଚିତ୍‌ । ବିହାର ନିଜସ଼୍ବ ସମ୍ବଳ ସହିତ ବିକାଶ କରୁଛି । କିନ୍ତୁ ଦ୍ରୁତ ବିକାଶ ପାଇଁ ବିହାରକୁ ବିଶେଷ ସାହାଯ୍ୟ ଦରକାର ଏବଂ ଆମେ ଆଶା କରୁଛୁ ବିହାର ପାଇଁ କେନ୍ଦ୍ର ସରକାର ନିଶ୍ଚିତ ଭାବରେ ଏକ ସ଼୍ବତନ୍ତ୍ର ପ୍ୟାକେଜ ଦେବେ । ତେବେ ମୋଦିଙ୍କ ବଜେଟ୍‌ ଉପରେ ଭରସା କରିଛନ୍ତି ନୀତୀଶ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri