Posted inଜାତୀୟ

ମିଳିଲାନି ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା, ନୀତୀଶଙ୍କ ଦ଼୍ବିତୀୟ ଦାବି ପୂରଣ କରିବେ କି ମୋଦି ?

ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ମୋଦି ସରକାର ସାଧାରଣ ଲୋକଙ୍କ ପାଇଁ ବଜେଟରେ ଯାହା ରଖିଛନ୍ତି ତାହା ଉପରେ ଦେଶର ନଜର ରହିଛି। ସେହିଭଳି ବିହାରର ନୀତୀଶ ସରକାର ମଧ୍ୟ ଏଥର ମୋଦୀ ସରକାରଙ୍କ ୩.୦ ବଜେଟକୁ ଅପେକ୍ଷା କରିଛନ୍ତି। ନୀତୀଶ କୁମାରଙ୍କ ସରକାର ବିଗତ ୧୮ ବର୍ଷ ଧରି ବିହାର ପାଇଁ ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି କରିଆସୁଛନ୍ତି । କିନ୍ତୁ, ବଜେଟ ପୂର୍ବରୁ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ପ୍ରଚଳିତ ବ୍ୟବସ୍ଥା ଅନୁଯାୟୀ ବିହାର ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ପାଇପାରିବ ନାହିଁ।

କେନ୍ଦ୍ର ସରକାରଙ୍କ ଏହି ଘୋଷଣା ପରେ ବିହାରରେ ରାଜନୈତିକ ଉତ୍ତେଜନା ତୀବ୍ର ହେବାପରେ ଲାଲୁ ଯାଦବ କହିଛନ୍ତି ଯେ ବିହାରକୁ କେନ୍ଦ୍ରକୁ ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ଦେବାକୁ ପଡ଼ିବ । ପୂର୍ବରୁ ଅର୍ଥମନ୍ତ୍ରୀ ଥିବା ବରିଷ୍ଠ ଜେଡିୟୁ ନେତା ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିଜୟ ଚୌଧରୀ କହିଛନ୍ତି ଯେ ବିହାରକୁ ଏକ ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ଦିଆଯିବା ଉଚିତ । କିନ୍ତୁ, ଯଦି ବର୍ତ୍ତମାନର ବ୍ୟବସ୍ଥା ଅନୁଯାୟୀ ଏହା ସମ୍ଭବ ନୁହେଁ, ତେବେ ବିହାରକୁ ଏକ ସ଼୍ବତନ୍ତ୍ର ପ୍ୟାକେଜ କିମ୍ବା ବିଶେଷ ସହାୟତା ଦିଆଯିବା ଉଚିତ୍‌ । ବିହାର ନିଜସ଼୍ବ ସମ୍ବଳ ସହିତ ବିକାଶ କରୁଛି । କିନ୍ତୁ ଦ୍ରୁତ ବିକାଶ ପାଇଁ ବିହାରକୁ ବିଶେଷ ସାହାଯ୍ୟ ଦରକାର ଏବଂ ଆମେ ଆଶା କରୁଛୁ ବିହାର ପାଇଁ କେନ୍ଦ୍ର ସରକାର ନିଶ୍ଚିତ ଭାବରେ ଏକ ସ଼୍ବତନ୍ତ୍ର ପ୍ୟାକେଜ ଦେବେ । ତେବେ ମୋଦିଙ୍କ ବଜେଟ୍‌ ଉପରେ ଭରସା କରିଛନ୍ତି ନୀତୀଶ ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?